ବିରୂପା ନଦୀକୁ ଛୋଟି ପଞ୍ଚାୟତର ୫ ୱାର୍ଡବାସୀଙ୍କ ଭରସା

ଡେରାବିଶ,୧୮।୪: (ସ୍ବ.ପ୍ର.) ଡେରାବିଶ ବ୍ଲକର ଅଞ୍ଚଳ ସପ୍ତାହେ ହେବ ୪୦ ଡିଗ୍ରୀ ପାଖାପାଖି ତାପମାତ୍ରା ରହିବାରୁ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ ବ୍ଲକର କେତେକ ଅଞ୍ଚଳରେ ପାନୀୟ ଜଳ ସଙ୍କଟ ଯୋଗୁ ଲୋକେ ଅସ୍ତବ୍ୟସ୍ତ ହୋଇପଡ଼ିଛନ୍ତି। ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବସୁଧା ଯୋଜନା ଯୋଗେ ସମସ୍ତଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇବା ପାଇଁ ଯୋଜନା କରାଯାଇଥିବା ବେଳେ କେନ୍ଦ୍ରାପଡ଼ା ପାନୀୟ ଜଳ ଯୋଗାଣ ବିଭାଗର ଅପାରଗତା ପାଇଁ ବ୍ଲକ ଅଞ୍ଚଳର ବିଭିନ୍ନ ଗ୍ରାମରେ ପାନୀୟ ଜଳ ସଙ୍କଟ ଏବେ ଉତ୍କଟ ରୂପ ଧାରଣ କରିଛି। ବ୍ଲକ ଅଧୀନସ୍ଥ ଛୋଟି ପଞ୍ଚାୟତର ଛୋଟିଠାରେ ଥିବା ଓଭରହେଡ୍‌ ପାଣିଟାଙ୍କିରୁ ପଞ୍ଚାୟତର ବିଭିନ୍ନ ଗ୍ରାମକୁ ପାନୀୟ ଜଳ ଯୋଗାଇ ଦିଆଯାଇଛି। ହେଲେ ଜାନୁୟାରୀରୁ ପଞ୍ଚାୟତ ଅଧୀନ ୫ଟି ୱାର୍ଡର ୨୦୦୦ରୁ ଊର୍ଦ୍ଧ୍ୱ ଅଧିବାସୀ ପନୀୟ ଜଳ ସଙ୍କଟରେ ଘାଣ୍ଟି ହେଉଛନ୍ତି। ତେବେ ବର୍ତ୍ତମାନ ପାନୀୟ ଜଳର ଅନ୍ୟ କୌଣସି ବିକଳ୍ପ ଉତ୍ସ ନ ଥିବାରୁ ଛୋଟି ପଞ୍ଚାୟତ ଦେଇ ଯାଇଥିବା ବିରୂପା ନଦୀର ପାଣିକୁ ଜଳ କ୍ଲିଷ୍ଟ ଲୋକଙ୍କ ପାଇଁ ସାହାରା ପାଲଟିଛି। ଯେଉଁ ନଦୀରେ ଗୃହପାଳିତ ପ୍ରାଣୀ ପାଣିକୁ ବ୍ୟବହାର କରୁଛନ୍ତି ସେହି ନଦୀର ଦୂଷିତ ଜଳକୁ ଜଳ କ୍ଲିଷ୍ଟ ଲୋକମାନେ ମଧ୍ୟ ନିଜକୁ ବଞ୍ଚାଇବା ପାଇଁ ଘରଠାରୁ ୨ କିଲୋମିଟର ଦୂର ନଦୀରୁ ନିତ୍ୟ ବ୍ୟବହାର୍ଯ୍ୟ ପାଇଁ ପାଣି ଆଣୁଥିବା ଦେଖିବାକୁ ମିଳିଛି। ତେବେ ଏ ବିଷୟରେ ଦାୟିତ୍ୱରେ ଥିବା ବିଭାଗୀୟ କନିଷ୍ଠ ଯନ୍ତ୍ରୀ ଦେବାଶିଷ ଧଳଙ୍କୁ ପଚାରିବାରେ ଓଭରହେଡ୍‌ ଟାଙ୍କିରୁ ସମ୍ପୃକ୍ତ ଗ୍ରାମଗୁଡ଼ିକୁ ପାଇପ୍‌ ବିଛାଇବା ପାଇଁ ଜଣେ ଠିକାଦାରକୁ ଦାୟିତ୍ୱ ଦିଆଯାଇଥିଲା। ଠିକାଦର ଜଣକୁ ବିଭାଗୀୟ ଡାଇଗ୍ରାମ ଅନୁସାରେ କେତେକ ଜାଗାରେ ଯାଇଥିବା ପୁରୁଣା ପାଇପ୍‌ ରହିବା ସହ ଅନ୍ୟ ଜାଗାରେ ନୂଆ ପାଇପ୍‌ ବିଛା ହେବା ପାଇଁ କୁହାଯାଇଥିଲା। ମାତ୍ର ଜଳ କ୍ଲିଷ୍ଟ ଗ୍ରାମର କେତେଜଣ ବ୍ୟକ୍ତି ପୁରୁଣା ପାଇପ୍‌କୁ ସମ୍ପୂର୍ଣ୍ଣ ଉଠାଇ ନୂଆ ପାଇପ୍‌ ଯୋଗେ ଜଳ ଯୋଗାଇବାକୁ ଜିଦ୍‌ ଧରିଥିବାରୁ ଠିକାଦାର ଅଧାରୁ କାମ ବନ୍ଦ କରିଦେଇଛନ୍ତି। ଫଳରେ ଏଭଳି ସମସ୍ୟା ଉପୁଜିଛି। ଲୋକଙ୍କୁ କେବେ ପାନୀୟ ଜଳ ଯୋଗାଇ ଦିଆଯିବ ପଚାରିବାରୁ ସେ କୌଣସି ଉତ୍ତର ଦେଇ ନ ଥିଲେ। ଖୁବ୍‌ଶୀଘ୍ର ଏହି ସମସ୍ୟାର ସମାଧାନ ନ ହେଲେ ଜଳ କ୍ଲିଷ୍ଟ ଲୋକମାନେ ମାଠିଆ ଗରା ଧରି ରାଜରାସ୍ତାରେ ଆନ୍ଦୋଳନ କରିବେ ବୋଲି ୫ନଂ.ୱାର୍ଡ଼ର ଅଧିବାସୀ ସୁବାସ ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri