ହସ୍ପିଟାଲରେ ଥର୍ମାଲ ସ୍କ୍ରିନିଂ ଓ ସାନିଟାଇଜ୍‌ ହେଉନାହିଁ

ପୁରୁଣା ଭୁବନେଶ୍ୱର,୧୮ା୧୦(ଡି.ଏନ୍‌.ଏ.): କୋଭିଡ୍‌-୧୯ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ କେତେଜଣ ଅଧିକାରୀ ଓ କର୍ମଚାରୀଙ୍କ ଖାମଖିଆଲି ଯୋଗୁ ହସ୍ପିଟାଲରେ ଅନେକ ସମୟରେ ବ୍ୟତିକ୍ରମ ହେଉଥିବା ଦେଖିବାକୁ ମିଳୁଛି। ଭୁବନେଶ୍ୱର ବିଏମ୍‌ସି ହସ୍ପିଟାଲର ଗୋଟିଏ କାଉଣ୍ଟରରେ ସାଧାରଣ ରୋଗୀ ଏବଂ ଆଣ୍ଟିଜେନ ଟେଷ୍ଟ କରିବାକୁ ଆସୁଥିବା ଲୋକେ ନାମ ପଞ୍ଜୀକୃତ କରୁଛନ୍ତି। ସାମାଜିକ ଦୂରତ୍ୱ ରହୁ ନ ଥିବାରୁ ସାଧାରଣ ରୋଗୀ କରୋନାରେ ଆକ୍ରାନ୍ତ ହେବାର ଆଶଙ୍କା ରହିଛି। ଏହା ସହିତ ହସ୍ପିଟାଲକୁ ଆସୁଥିବା କେତେଜଣ ରୋଗୀଙ୍କ ସମ୍ପର୍କୀୟ ମୁହଁରେ ମାସ୍କ ପିନ୍ଧି ନ ଥିବା ଦେଖିବାକୁ ମିଳୁଛି। ଏହା ସହିତ ସେମାନଙ୍କର ଥର୍ମାଲ ସ୍କ୍ରିନିଂ କରାଯାଉ ନାହିଁ। ଆବଶ୍ୟକ ମୁତାବକ ହସ୍ପିଟାଲ ସାନିଟାଇଜ୍‌ ହେଉନାହିଁ। କୋଭିଡ୍‌ ଆଳରେ ଅନେକ ସାଧାରଣ ରୋଗୀଙ୍କୁ ବିନା ଚିକିତ୍ସାରେ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଉଛି। ଯାହାକୁ ନେଇ ରୋଗୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ ହସ୍ପିଟାଲର ମୁଖ୍ୟ ଚିକିତ୍ସାଧିକାରୀ ଜିତେନ୍ଦ୍ର ବେବର୍ତ୍ତା କହିଛନ୍ତି, ଏଠାରେ ଆଣ୍ଟିଜେନ ଟେଷ୍ଟ ହେବାଠାରୁ ଥର୍ମାଲ ସ୍କ୍ରିନିଂ ବନ୍ଦ ହୋଇଛି। ସାଧାରଣ ରୋଗୀ ଓ ଆଣ୍ଟିଜେନ ଟେଷ୍ଟ ପାଇଁ ଆସୁଥିବା ଲୋକଙ୍କ ଲାଗି ଆଉଟଡୋର ନିକଟରେ ପୃଥକ୍‌ ଭାବେ ପଞ୍ଜୀକରଣ ବ୍ୟବସ୍ଥା ହୋଇଥିଲା। ହେଲେ ବର୍ଷା ଯୋଗୁ ଏବେ ଦ୍ୱିତୀୟ ମହଲାରେ କରାଯାଉଛି ବୋଲି ସେ କହଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…

ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri