ହସ୍ପିଟାଲରେ ଥର୍ମାଲ ସ୍କ୍ରିନିଂ ଓ ସାନିଟାଇଜ୍‌ ହେଉନାହିଁ

ପୁରୁଣା ଭୁବନେଶ୍ୱର,୧୮ା୧୦(ଡି.ଏନ୍‌.ଏ.): କୋଭିଡ୍‌-୧୯ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ କେତେଜଣ ଅଧିକାରୀ ଓ କର୍ମଚାରୀଙ୍କ ଖାମଖିଆଲି ଯୋଗୁ ହସ୍ପିଟାଲରେ ଅନେକ ସମୟରେ ବ୍ୟତିକ୍ରମ ହେଉଥିବା ଦେଖିବାକୁ ମିଳୁଛି। ଭୁବନେଶ୍ୱର ବିଏମ୍‌ସି ହସ୍ପିଟାଲର ଗୋଟିଏ କାଉଣ୍ଟରରେ ସାଧାରଣ ରୋଗୀ ଏବଂ ଆଣ୍ଟିଜେନ ଟେଷ୍ଟ କରିବାକୁ ଆସୁଥିବା ଲୋକେ ନାମ ପଞ୍ଜୀକୃତ କରୁଛନ୍ତି। ସାମାଜିକ ଦୂରତ୍ୱ ରହୁ ନ ଥିବାରୁ ସାଧାରଣ ରୋଗୀ କରୋନାରେ ଆକ୍ରାନ୍ତ ହେବାର ଆଶଙ୍କା ରହିଛି। ଏହା ସହିତ ହସ୍ପିଟାଲକୁ ଆସୁଥିବା କେତେଜଣ ରୋଗୀଙ୍କ ସମ୍ପର୍କୀୟ ମୁହଁରେ ମାସ୍କ ପିନ୍ଧି ନ ଥିବା ଦେଖିବାକୁ ମିଳୁଛି। ଏହା ସହିତ ସେମାନଙ୍କର ଥର୍ମାଲ ସ୍କ୍ରିନିଂ କରାଯାଉ ନାହିଁ। ଆବଶ୍ୟକ ମୁତାବକ ହସ୍ପିଟାଲ ସାନିଟାଇଜ୍‌ ହେଉନାହିଁ। କୋଭିଡ୍‌ ଆଳରେ ଅନେକ ସାଧାରଣ ରୋଗୀଙ୍କୁ ବିନା ଚିକିତ୍ସାରେ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଉଛି। ଯାହାକୁ ନେଇ ରୋଗୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ ହସ୍ପିଟାଲର ମୁଖ୍ୟ ଚିକିତ୍ସାଧିକାରୀ ଜିତେନ୍ଦ୍ର ବେବର୍ତ୍ତା କହିଛନ୍ତି, ଏଠାରେ ଆଣ୍ଟିଜେନ ଟେଷ୍ଟ ହେବାଠାରୁ ଥର୍ମାଲ ସ୍କ୍ରିନିଂ ବନ୍ଦ ହୋଇଛି। ସାଧାରଣ ରୋଗୀ ଓ ଆଣ୍ଟିଜେନ ଟେଷ୍ଟ ପାଇଁ ଆସୁଥିବା ଲୋକଙ୍କ ଲାଗି ଆଉଟଡୋର ନିକଟରେ ପୃଥକ୍‌ ଭାବେ ପଞ୍ଜୀକରଣ ବ୍ୟବସ୍ଥା ହୋଇଥିଲା। ହେଲେ ବର୍ଷା ଯୋଗୁ ଏବେ ଦ୍ୱିତୀୟ ମହଲାରେ କରାଯାଉଛି ବୋଲି ସେ କହଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପହିଲି ରଜରେ ସ୍ତ୍ରୀ ହେଉଥିଲେ ସଜବାଜ; କଟୁରୀରେ ହାଣିଲେ ସ୍ୱାମୀ, କାରଣ ଜାଣିଲେ ତାଜୁବ ହୋଇଯିବେ…

ଭୁବନେଶ୍ୱର୧୪।୬: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜର ଆନନ୍ଦ ଉଲ୍ଲାସ ମଧ୍ୟରେ ମଞ୍ଚେଶ୍ୱର ଅଞ୍ଚଳରେ ଘଟିଯାଇଛି ଏକ ରକ୍ତାକ୍ତ…

୧୮ଯାଏ ଝଡବର୍ଷା; ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୧୪।୬(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶାରେ ପ୍ରବେଶ କରିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri