ଭୋଜିଭାତରେ ମାତିଲେ ଡାକ୍ତରଖାନା କର୍ମଚାରୀ

ସାରସକଣା, ୫ା୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଶୀର୍ଷାସ୍ଥିତ ସାରସକଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର କର୍ମଚାରୀମାନେ ରୋଗୀ ସେବା ଛାଡ଼ି ଭୋଜିଭାତରେ ମାତିବା ଓ ଉପଯୁକ୍ତ ଚିକିତ୍ସା ନ ପାଇ ରୋଗୀ ଛଟପଟ ହେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାର ତଦନ୍ତ ହେବ ବୋଲି ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା.ରୂପଭାନୁ ମିଶ୍ର କହିଛନ୍ତି।

ସ୍ବାସ୍ଥ୍ୟକେନ୍ଦ୍ରର ଦୁଇଜଣ ନର୍ସଙ୍କୁ ଛାଡ଼ି ଡାକ୍ତରଙ୍କ ସମେତ ଅନ୍ୟ ସମସ୍ତ କର୍ମଚାରୀ ବୁଧବାର ମେରୁମଠ ଅଞ୍ଚଳକୁ ଭୋଜି କରିବାକୁ ଯାଇଥିଲେ। ଏହି ସମୟରେ ସ୍ଥାନୀୟ ଅଞ୍ଚଳର ବିନୁମଣି ମୁଣ୍ଡା ନାମକ ଜଣେ ମହିଳା ଖଟରୁ ପଡ଼ି ଆହତ ଅବସ୍ଥାରେ ଡାକ୍ତରଖାନା ଆସିଥିଲେ। ଡାକ୍ତର ନ ଥିବାରୁ ଡ୍ୟୁଟିରେ ଥିବା ନର୍ସ ତାଙ୍କୁ ଇଞ୍ଜେକ୍ସନ ଦେବା ସହ କ୍ଷତ ସ୍ଥାନ ସିଲେଇ କରିଥିଲେ। ରୋଗୀଙ୍କ ବାପା ଈଶ୍ୱର ନାୟକ ଡାକ୍ତର କୁଆଡ଼େ ଯାଇଛନ୍ତି ବୋଲି ପଚାରିବାରୁ ମିଟିଂ ଯାଇଛନ୍ତି ବୋଲି ନର୍ସ ଦ୍ୱୟ କହିଥିଲେ। ପରେ ଏହି ଘଟଣା ପ୍ରଚାରିତ ହେବାରୁ ଅସନ୍ତୋଷ ପ୍ରକାଶ ପାଇଥିଲା। ଗଣମାଧ୍ୟମ ପ୍ରତିନିଧିମାନେ ପହଞ୍ଚତ୍ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ଫୋନ ଯୋଗେ ଜଣାଇଥିଲେ। ଅପରାହ୍ନ ୪.୧୫ରେ ଡାକ୍ତରଖାନା କର୍ମଚାରୀ ଭୋଜି ସାରି ଫେରିବା ସହ ଡାକ୍ତର ରୋଗୀଙ୍କ ଚିକିତ୍ସା କରିଥିବା ଦେଖିବାକୁ ମିଳିଥିଲା।

ସଂକ୍ରାନ୍ତରେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରିଣୀ ଆସ୍ଥା ମହାନ୍ତଙ୍କୁ ପଚାରିବାରୁ ଫିଲ୍ଡକୁ ଯାଇଥିଲି। ପାକଟିଆରୁ ସାରସକଣା ହୋଇ ଫେରୁଛି ଏବଂ ଫିଲ୍ଡ ଷ୍ଟାଫମାନେ ପିକ୍‌ନିକ୍‌ ଯାଇଥିଲେ ବୋଲି ପ୍ରକାଶ କରିଥିଲେ। ତେବେ ଡାକ୍ତରଖାନା କର୍ମଚାରୀମାନେ ରୋଗୀସେବା ଛାଡ଼ି ସରକାରୀ ଗାଡ଼ିରେ ଭୋଜି ଖାଇବାକୁ ଯିବା ଘଟଣାକୁ ନେଇ ବିଭିନ୍ନ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ହତ୍ୟା ଉଦ୍ୟମ ମାମଲା: ୪ ମାସ ପରେ ଦମ୍ପତି ଗଲେ ଜେଲ୍

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସାହାଣୀ ସାହିର କୀର୍ତ୍ତନ ଦାସ (୬୬) ଏବଂ ତାଙ୍କ ସ୍ତ୍ରୀ ସୁବାସି ଦାସ (୬୦)ଙ୍କୁ ଶୁକ୍ରବାର…

ଦ୍ରୁତଗତିରେ ବାଇକ୍ ଚାଳନାକୁ ନେଇ ଗୋଷ୍ଠୀ ସଂଘର୍ଷ: ବୁଲିଲା ଠେଙ୍ଗା, ରଣକ୍ଷେତ୍ର ପାଲଟିଲା ଗାଁ ରାସ୍ତା

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ଅନ୍ତର୍ଗତ ବଜ୍ରଗୁମ୍ମା ଗ୍ରାମର ଓଡ଼ିଆ ସାହିରେ ଗୁରୁବାର ଅପରାହ୍ନରେ ଦ୍ରୁତଗତିରେ…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

୧୦ ଲକ୍ଷ ଯୌତୁକ ଦାବିରେ ନିର୍ଯାତନା: ମାଡ଼ମାରି ନବବଧୂଙ୍କ ନାକରୁ ରକ୍ତସ୍ରାବ, ନନ୍ଦିପଦା ଥାନାରେ ମାମଲା ରୁଜୁ

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡ଼ଅଁର ପଞ୍ଚାୟତ ଅନ୍ତର୍ଗତ ସରଳା-ରାଧାନଗରପାଟଣା ଗ୍ରାମରେ ଜଣେ ନବବଧୂଙ୍କୁ ୧୦ ଲକ୍ଷ ଟଙ୍କା ଯୌତୁକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?