ଭୂତକୋଠି ପାଲଟିଛି ଛାତ୍ରାବାସ

ନୂଆପଡ଼ା ଅଫିସ, ୧୬।୬ – ନୂଆପଡା ଜିଲା କୋମନା ବ୍ଲକ ସୁନାବେଡା ଅଭୟାରଣ୍ୟରେ ଚକୋଟିଆ ଭୁଞ୍ଜିଆ ନାମକ ଆଦିମ ଆଦିବାସୀ ସମ୍ପ୍ରଦାୟର ଲୋକେ ବାସ କରନ୍ତି। ଏହି ସମ୍ପ୍ରଦାୟଙ୍କୁ ମୁଖ୍ୟ ସ୍ରୋତକୁ ଆଣିବା ପାଇଁ ରାଜ୍ୟ ସରକାରଙ୍କ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବିଭାଗ ଦ୍ୱାରା ଏକ ସ୍ବତନ୍ତ୍ର ଉନ୍ନୟନ ସଂସ୍ଥା ଚକୋଟିଆ ଭୂଞ୍ଜିଆ ଉନ୍ନୟନ ସଂସ୍ଥା କାର୍ଯ୍ୟକାରୀ କରୁଛି। ଏହି ସଂସ୍ଥା ପକ୍ଷରୁ ଏଠାକାର ଛାତ୍ରୀଛାତ୍ରମାନଙ୍କୁ ଉଚ୍ଚ ଶିକ୍ଷା ପ୍ରଦାନ କରିବା ଲକ୍ଷ୍ୟରେ ଅଭୟାରଣ୍ୟ ସାଲେପଡାଠାରେ ଏକ ସ୍ବତନ୍ତ୍ର ବିଦ୍ୟାଳୟ ଖୋଲାଯାଇଥିଲା। ଯାହା ସ୍ବତନ୍ତ୍ର ଉନ୍ନୟନ ସଂସ୍ଥା ଦ୍ୱାରା ପରିଚାଳିତ ହେଉଥିଲା। ବର୍ତ୍ତମାନ ଏହା ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ବିଭାଗକୁ ହସ୍ତାନ୍ତର କରାଯାଇଛି। ଏହା ଏକ ଆବାସିକ ବିଦ୍ୟାଳୟ ହୋଇଥିବାରୁ ଆଦିବାସୀ ଛାତ୍ରୀଛାତ୍ରଙ୍କ ପାଇଁ କୋଟି କୋଟି ଟଙ୍କା ବ୍ୟୟରେ ଛାତ୍ରୀଛାତ୍ର ନିବାସ ନିର୍ମାଣ କରାଯାଇଛି। ଏହି ଛାତ୍ରୀଛାତ୍ରାବାସ ବ୍ୟବହାର ହୋଇ ନ ଥିବାରୁ ଏବେ ଭୁତକୋଠି ପାଲଟିଛି। ଏହାର କାରଣ ଉକ୍ତ କୋଠାରେ ପାନୀୟ ଜଳର ବ୍ୟବସ୍ଥା ନାହିଁ। ବିଭାଗୀୟ ଅଧିକାରୀମାନଙ୍କ କହିବା ମୁତାବକ ସେଠାରେ ନଳକୂପ ଖନନ କଲେ ମଧ୍ୟ ତାହା ସୁଫଳ ମିଳୁନାହିଁ। ଏପରିକି ନଳକୂପ ଖନନ କରାଯାଇଥିଲେ ମଧ୍ୟ ପାଣି ବାହାରୁ ନାହିଁ। ଏହାକୁ ନେଇ ସମ୍ପ୍ରତି ନୂଆପଡା ଗସ୍ତରେ ଥିବା ଯୋଜନା ଏବଂ ସଂଯୋଜନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ ସମୀକ୍ଷା ବୈଠକରେ ଉଦବେଗ ପ୍ରକାଶ କରିଥିଲେ। ବାରମ୍ବାର ପରିସରରେ ମଧ୍ୟ ନଳକୂପ ଖନନ କରି ଅର୍ଥ ଖର୍ଚ୍ଚ କରିବା ପରିବର୍ତ୍ତେ ଜନବସତିଠାରେ ନଳକୂପ ଖନନ କରି ପାଇପ ଯୋଗେ ଛାତ୍ର ନିବାସକୁ ସଂଯୋଗ କରାଗଲେ, ଉକ୍ତ ଛାତ୍ର ନିବାସ କେବେଠାରୁ କାର୍ଯ୍ୟକ୍ଷମ ହୋଇପାରନ୍ତା ଓ ସରକାରୀ ଅର୍ଥ ନଷ୍ଟ ହୋଇ ନ ଥାନ୍ତା। ଏ ନେଇ ସରକାରୀ ଅଧିକାରୀମାନେ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri