ତତଲା କଡ଼େଇରେ ରାଜଧାନୀ

ଭୁବନେଶ୍ୱର,୭ା୬(ବ୍ୟୁରୋ): ସାରା ରାଜ୍ୟରେ ପ୍ରଚଣ୍ଡ ତାତି ସହ ଅହସ୍ୟ ଗୁଳୁଗୁଳି ହେଉଛି। ତେବେ ବୁଧବାର ଅପରାହ୍ନ ସାଢ଼େ ୨ଟା ସୁଦ୍ଧା ରାଜଧାନୀର ତାପମାତ୍ରା ରେକର୍ଡ କରାଯାଇଛି। ଆଜି ଭୁବନେଶ୍ୱରର ତାପମାତ୍ରା ୪୧ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ସବୁଠୁ ଉତ୍ତପ୍ତ ସହର ଭାବେ ସମ୍ବଲପୁର ରହିଛି। ସମ୍ବଲପୁରରେ ତାପମାତ୍ରା ୪୪.୨ ଡିଗ୍ରୀ ରହିଛି। ସେହିପରି ଝାରସୁଗୁଡ଼ାରେ ୪୩.୪ ଡିଗ୍ରୀ, ଚାନ୍ଦବାଲିରେ ୩୯.୨ ଡିଗ୍ରୀ, ବାଲେଶ୍ୱରରେ ୩୭.୪ ଡିଗ୍ରୀ, ଗୋପାଳପୁରରେ ୩୪.୬ ଡିଗ୍ରୀ, ପୁରୀରେ ୩୪.୪ ଡିଗ୍ରୀ ଏବଂ ପାରାଦୀପରେ ମଧ୍ୟ ୩୪.୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ତାପମାତ୍ରା ସ୍ବାଭାବିକଠାରୁ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ସୂତ୍ରରୁ ପ୍ରକାଶ। ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ଗୁରୁବାର ଅପରାହ୍ନ ସୁଦ୍ଧା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା ଜିଲାର କେତେକ ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ସତର୍କ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri