ଗ୍ୟାସ୍‌ ସିଲିଣ୍ଡରରୁ ନିଆଁ ଲାଗି ଜଳିଗଲା ଘର, ମା-ପୁଅ ଗୁରୁତର

ଆନନ୍ଦପୁର,୨୯ା୬(ସନ୍ତୋଷ ରାଉତ): ଆନନ୍ଦପୁର ବ୍ଲକ ହାତିବନ୍ଧା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ୟାସ୍‌ ସିଲିଣ୍ଡରରୁ ନିଆଁ ଲାଗି ଘର ସମ୍ପୂର୍ଣ୍ଣ ଜଳିଯାଇଥିବା ବେଳେ ମା-ପୁଅ ଗୁରୁତର ହୋଇଛନ୍ତି। ଏହି ଦୁର୍ଘଟଣାରେ ଝିଅ ମଧ୍ୟ ଆହତ ହୋଇଛନ୍ତି। ହାତିବନ୍ଧା ଗ୍ରାମର ଶତ୍ରୁଘ୍ନ ଖଟୁଆଙ୍କ ଘରେ ଏଭଳି ଅଘଟଣ ଘଟିଛି। ଆଜି ସକାଳୁ ଚା’ କରିବାକୁ ଯାଇ ଗ୍ୟାସ ଚୁଲା ଜଳାଇବା ସମୟରେ ସିଲିଣ୍ଡର ଖୋଲା ଥିବାରୁ ଚୁଲାରୁ ହଠାତ୍‌ ନିଆଁ ଉଠିଥିଲା। ନିଆଁର ପ୍ରଭାବରେ ଶତ୍ରୁଘ୍ନଙ୍କ ସ୍ତ୍ରୀ ମାଳତୀ ଗୁରୁତର ହୋଇଥିବା ବେଳେ ମା’ଙ୍କୁ ଉଦ୍ଧାର କରିବାକୁ ଯାଇ ପୁଅ ସୁଶାନ୍ତ ମଧ୍ୟ ଗୁରୁତର ହୋଇଥିଲେ। ପରେ ଝିଅ ସରିତା ମଧ୍ୟ ନିଆଁ ପ୍ରଭାବରେ ଆହତ ହୋଇଥିଲେ। ସମସ୍ତ ଆହତ ଓ ଗୁରୁତରଙ୍କୁ ପ୍ରଥମେ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ମା’ ଓ ପୁଅଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ଉଭୟଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଝିଅ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ଖବର ପାଇ ଘସିପୁରା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିି ନିଆଁକୁ ଆୟତ୍ତ କରିଥିଲେ ମଧ୍ୟ ଘର ସମ୍ପୂର୍ଣ୍ଣ ଭାବେ ଜଳିପୋଡ଼ି ପାଉଁଶ ହୋଇଯାଇଥିବା ପଡ଼ୋଶୀ ନବକିଶୋର ବେହେରାଙ୍କ ସୂଚନାରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri