ବର୍ଷାରେ ଭାଙ୍ଗିଲା ଘର, ଅଳ୍ପକେ ବର୍ତ୍ତିଲା ୩ ଜୀବନ

ଡାବୁଙ୍ଗା,୧୫ା୮(ଡି.ଏନ୍‌.ଏ.): ତିନିଦିନ ହେଲା ଲଗାଣବର୍ଷା ଯୋଗୁ ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଅଞ୍ଚଳର ପୂର୍ଣ୍ଣ ପନକାଙ୍କ ଘର ସମ୍ପୂର୍ଣ୍ଣ ଭାଙ୍ଗି ଯାଇଛି। ଶନିବାର ସକାଳେ ପୂର୍ଣ୍ଣଙ୍କ ୨ ପୁଅ ଓ ନାତୁଣୀ ଘର ଭିତରେ ଥିବା ସମୟରେ ଘରଟି ହଠାତ ଭାଙ୍ଗି ପଡ଼ିଥିଲା। ବାହାରେ ପୂର୍ଣ୍ଣ ଏବଂ ତାଙ୍କ ସ୍ତ୍ରୀଙ୍କ ସହ ୨ ଝିଅ, ଆଉ ଗୋଟିଏ ପୁଅ ଥିବା ବେଳେ ଏହି ଘରଟି ଭାଙ୍ଗି ପଡ଼ିଥିଲା। ପରେ ଭଙ୍ଗା ଘର ଭିତରେ ଥିବା ୨ ପୁଅ ଓ ନାତୁଣୀକୁ ପୂର୍ଣ୍ଣ ଉଦ୍ଧାର କରିଥିଲେ। ଫଳରେ ୩ ଜଣ ଅଳ୍ପକେ ମୃତ୍ୟୁ ମୁହଁରୁ ବଞ୍ଚିଯାଇଛନ୍ତି। ପୂର୍ଣ୍ଣଙ୍କ ଜମିବାଡ଼ି ଯାହା ଅଛି ବର୍ଷସାରା ପରିବାର ଚଳାଇବା କଷ୍ଟକର। କୁଲି ମଜୁରି କରି ପରିବାର ଚଳାଉଥିବା ବେଳେ ଲଘୁଚାପ ଜନିତ ଲଗାଣବର୍ଷାରେ ଘର ଭାଙ୍ଗି ପୂର୍ଣ୍ଣଙ୍କୁ ଚିନ୍ତାରେ ପକାଇଛି। ପ୍ରଶାସନ ପକ୍ଷରୁ ଉକ୍ତ ପରିବାରକୁ ଏକ ପକ୍କାଘର ଓ ସହାୟତା ଯୋଗାଇ ଦେବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବ: ୧୫ ଘଣ୍ଟା ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତବାସୀ

ଦାରିଙ୍ଗବାଡି, ୨୮।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ କଳାବୈଶାଖୀର ପ୍ରଭାବରେ ପବନ ବୋହିବା ସହ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା…

ବାଇକ୍‌ରେ ଯାଉଥିଲେ ଉପରେ ପଡ଼ିଲା ଗଛ: ଆଉ ତା’ପରେ…

ବାରିପଦା,୨୮।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାର ଆଖପାଖ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଝଡ ତୋଫାନ ଓ ପ୍ରବଳ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପୃଥକ…

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି।…

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri