ସୀମା ବିବାଦ ନେଇ ବସିଲା ଗୃହ କମିଟି

ଭୁବନେଶ୍ୱର,୨୦।୧(ବ୍ୟୁରୋ): ରାଜ୍ୟରେ ଥିବା ସୀମା ବିବାଦ ପ୍ରସଙ୍ଗକୁ ନେଇ ମଙ୍ଗଳବାର ବିଧାନସଭା ଗୃହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ବିଧାନସଭା ନୂତନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଆନ୍ଧ୍ରପ୍ରଦେଶ, ପଶ୍ଚିମବଙ୍ଗ, ଛତିଶଗଡ଼ ଆଦି ପଡ଼ୋଶୀ ରାଜ୍ୟ ସହ ଲାଗି ରହିଥିବା ସୀମା ବିବାଦ ଉପରେ ବିଶଦ ଆଲୋଚନା କରାଯାଇଥିଲା। ସୀମା ବିବାଦ ସମ୍ପର୍କିତ ସୁପ୍ରିମକୋର୍ଟରେ ପଡିଥିବା ମାମଲାର ବର୍ତ୍ତମାନ ସ୍ଥିତି ଉପରେ ବାଚସ୍ପତି ପାତ୍ର ଜାଣିବାକୁ ଚାହିଁଥିଲେ। ପରବର୍ତ୍ତୀ ବୈଠକରେ ଏ ସମ୍ପର୍କିତ ସବିଶେଷ ତଥ୍ୟ ଉପସ୍ଥାପନ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ଏତଦ୍‌ବ୍ୟତୀତ ୨୦୧୯ ନଭେମ୍ବର ୭ ଗୃହ କମିଟି ବୈଠକରେ ଗୃହୀତ ନିଷ୍ପତ୍ତିର ଅନୁପାଳନ ବିବରଣୀ ମଧ୍ୟ ପ୍ରଦାନ କରିବାକୁ ବାଚସ୍ପତି ପାତ୍ର ପରାମର୍ଶ ଦେଇଛନ୍ତି।
ସୀମା ବିବାଦ ଥିବା ଜିଲାର ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକ ପ୍ରତ୍ୟେକ ମାସରେ ଅନ୍ତତଃ ଥରେ ପ୍ରତିପକ୍ଷ ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ସହ ବୈଠକ କରି ଆଲୋଚନା କରିବାକୁ ଗୃହ କମିଟି ସଦସ୍ୟମାନେ ପ୍ରସ୍ତାବ ଦେଇଥିଲେ। ଏ ସଂକ୍ରାନ୍ତରେ ବର୍ତ୍ତମାନ ପର୍ଯ୍ୟନ୍ତ କ’ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି, ସେ ନେଇ ରାଜସ ଆୟୁକ୍ତ ଏବଂ ମୁଖ୍ୟ ଶାସନ ସଚିବ ଗୃହ କମିଟିକୁ ଅବଗତ କରାଇବେ। ବାସ୍ତବ ସମସ୍ୟା ଉପରେ ଅବଗତ ହେବା ପାଇଁ ଗୃହ କମିଟି ସୀମା ବିବାଦ ଥିବା କୋଟିଆ ଗ୍ରାମପୁଞ୍ଜ ସହ ଅନ୍ୟାନ୍ୟ ଅଞ୍ଚଳ ଗସ୍ତ କରିବାକୁ ନିଷ୍ପତ୍ତି କରିଛି ା କମିଟିର ପରବର୍ତ୍ତୀ ବୈଠକରେ ରାଜସ୍ବ, ଆଇନ, ଗୃହ ଏବଂ ପଞ୍ଚାୟତିରାଜ ବିଭାଗର ସଚିବମାନେ ଯୋଗଦେଇ ସମ୍ପୃକ୍ତ ଅଞ୍ଚଳରେ କିଭଳି ବିକାଶ ପ୍ରକ୍ରିୟାକୁ ତ୍ବରାନ୍ବିତ କରାଯାଇଛି ସେ ନେଇ ତଥ୍ୟ ରଖିବେ। ଏହାସହ ସେ ସମ୍ପର୍କରେ ଗୃହ କମିଟିକୁ ଅବଗତ କରାଇବେ । ସୀମାନ୍ତ ଗ୍ରାମଗୁଡ଼ିକର ୫ କିମି ଦୂରତା ମଧ୍ୟରେ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ, ଆଇନଶୃଙ୍ଖଳା, ପାନୀୟ ଜଳ ଏବଂ ଅନ୍ୟାନ୍ୟ ଆନୁଷଙ୍ଗିକ ଭିତ୍ତିଭୂମିର ବିକାଶ ଉପରେ ବୈଠକରେ ଆଲୋଚନା କରାଯାଇଥିଲା। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ସୀମାନ୍ତ ଗ୍ରାମର ୫ କିମି ଦୂରରେ ଥିବା ବିଦ୍ୟାଳୟଗୁଡ଼ିକୁ ଅପ୍‌ଗ୍ରେଡ୍‌ କରିବା ସହ ଶିକ୍ଷାନୁଷ୍ଠାନଗୁଡ଼ିକୁ ସରକାରୀ ଅନୁଦାନ ପ୍ରଦାନ କରିବା ପାଇଁ ମଧ୍ୟ ନିଷ୍ପତ୍ତି ଗ୍ରହଣ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri