ଓଡ଼ିଆ ଭାଷା ପ୍ରଚାର ଲାଗି ବାହାର ରାଜ୍ୟ ଗସ୍ତ କରିବ ଗୃହ କମିଟି

ଭୁବନେଶ୍ୱର,୨୧।୧(ବ୍ୟୁରୋ):ଓଡ଼ିଶାର ଉପାନ୍ତ ଅଞ୍ଚଳରେ ବସବାସ କରୁଥିବା ସଂଖ୍ୟାଲଘୁ ଓଡ଼ିଆ ଭାଷାଭାଷୀ ଲୋକଙ୍କ ସମସ୍ୟା ଅନୁଧ୍ୟାନ ତଥା ତା’ର ପ୍ରତିକାର ପାଇଁ ସୁପାରିଶ କରିବାକୁ ଗଠିତ ସଂଖ୍ୟାଲଘୁ ଭାଷାଭାଷୀ ଗୃହ କମିଟି ବୈଠକ ବୁଧବାର ଅନୁଷ୍ଠିତ ହୋଇଛି। ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ବିଧାନସଭା ନୂତନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ସୀମାନ୍ଧ୍ର, ତେଲେଙ୍ଗାନା, ଛତିଶଗଡ଼, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ, ଗୁଜୁରାଟ, ମହାରାଷ୍ଟ୍ର ଏବଂ କର୍ଣ୍ଣାଟକ ଆଦି ରାଜ୍ୟରେ ବସବାସ କରୁଥିବା ଓଡ଼ିଆ ଲୋକଙ୍କ ସମସ୍ୟା ଓ ପ୍ରତିକାର ଉପରେ ଆଲୋଚନା ହୋଇଥିଲା। ସେମାନଙ୍କ ବାସ୍ତବ ସମସ୍ୟା ସମ୍ପର୍କରେ ଠିକ୍‌ ଭାବେ ଅବଗତ ହେବା ପାଇଁ ଗଠିତ ହୋଇଥିବା ୭ଟି ସବ୍‌କମିଟି ସମ୍ପୃକ୍ତ ରାଜ୍ୟଗୁଡ଼ିକୁ ଗସ୍ତ କରିବ ଏବଂ ଓଡ଼ିଆ ଭାଷାଭାଷୀ ଜନସାଧାରଣ ଓ ଅନୁଷ୍ଠାନ ସହ ଆଲୋଚନା କରିବ। ସେଠାରେ ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ଏବଂ କଳାର ପ୍ରଚାର ଓ ପ୍ରସାର ପାଇଁ ବୈଠକରେ ନିଷ୍ପତ୍ତି ହୋଇଛି। ଉପାନ୍ତ ମଞ୍ଜୁଷା, ଟିକିଲି ଆଦି ଅଞ୍ଚଳରେ ଓଡ଼ିଆ ଭାଷା ଶିକ୍ଷା ଅବହେଳିତ ହେଉଥିବା ଦର୍ଶାଇ ବିଧାୟିକା ଉଷାଦେବୀ କ୍ଷୋଭ ପ୍ରକାଶ କରିଥିଲେ। ଗଣଶିକ୍ଷା ବିଭାଗ ତରଫରୁ ତୁରନ୍ତ ଏଠାରେ ଓଡ଼ିଆ ଶିକ୍ଷକ ନିଯୁକ୍ତି କରିବାକୁ ସେ ଦାବି କରିଥିଲେ। ଓଡ଼ିଆମାନେ ବସବାସ କରୁଥିବା ରାଜ୍ୟଗୁଡ଼ିକରେ ଆମର କଳା, ସ୍ଥାପତ୍ୟ, ଜୀବନଶୈଳୀର ଝଲକ ପ୍ରଦର୍ଶନ କରିବା ପାଇଁ ଓଡ଼ିଶା ମହୋତ୍ସବ ଆୟୋଜନ ଏବଂ ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠିତ ବ୍ୟକ୍ତିତ୍ବଙ୍କୁ ସମ୍ବର୍ଦ୍ଧିତ କରିବା ପାଇଁ ବିଧାୟକ ବିଷ୍ଣୁ ଚରଣ ସେଠୀ ପ୍ରସ୍ତାବ ରଖିଥିଲେ। ମେଦିନୀପୁର ଚବିଶ ପ୍ରଗଣା ଏବଂ କଲିକତା ଭଳି ଓଡ଼ିଆ ଭାଷାଭାଷୀ ଅଞ୍ଚଳରେ ଓଡ଼ିଆଙ୍କ ଶିକ୍ଷା, ସଂସ୍କୃତି, ଭାଷାଭିତ୍ତିକ ସମସ୍ୟାର ଆଶୁ ସମାଧାନ ପାଇଁ ବିଧାୟକ ଅନନ୍ତ ଦାସ ପ୍ରସ୍ତାବ ଦେଇଥିଲେ। ସୀମାନ୍ତ ଜିଲାର ଜିଲାପାଳ ଏ ସଂକ୍ରାନ୍ତରେ ଏକ ପ୍ରଶ୍ନାବଳୀ ପ୍ରେରଣ କରିବା ଏବଂ ଜିଲାପାଳମାନେ ଗୃହ କମିଟି ନିକଟରେ ଉପସ୍ଥିତ ହୋଇ ତା’ର ଜବାବ ରଖିବାକୁ ବାଚସ୍ପତି ପାତ୍ର ନିର୍ଦ୍ଦେଶ ଦେଇଛନ୍ତି । ସୀମାନ୍ଧ୍ର ପାଇଁ ଗଠିତ ସବ୍‌କମିଟିର ଅଧ୍ୟକ୍ଷ ଭାବେ ସରକାରୀ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ତେଲେଙ୍ଗାନା ପାଇଁ ବିଧାୟକ ଦେବୀ ପ୍ରସାଦ ମିଶ୍ର, ଛତିଶଗଡ଼ ପାଇଁ ବିଧାୟକ ଅମର ପ୍ରସାଦ ଶତପଥୀ, ଝାଡଖଣ୍ଡ ପାଇଁ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହ, ପଶ୍ଚିମବଙ୍ଗ ପାଇଁ ବିଧାୟକ ଅନନ୍ତ ଦାସ, ଗୁଜୁରାଟ ଓ ମହାରାଷ୍ଟ୍ର ପାଇଁ ଉପବାଚସ୍ପତି ରଜନୀକାନ୍ତ ସିଂ, କର୍ଣ୍ଣାଟକ ପାଇଁ କୃଷି ମନ୍ତ୍ରୀ ଅରୁଣ କୁମାର ସାହୁ ଅଧ୍ୟକ୍ଷ ରହି ସମ୍ପୃକ୍ତ ରାଜ୍ୟର ସଂଖ୍ୟାଲଘୁ ଓଡ଼ିଆ ଭାଷାଭାଷୀ ଲୋକଙ୍କ ସମସ୍ୟା ଅନୁଧ୍ୟାନ କରିବେ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri