ଅପରାହ୍ନ ୪ଟାଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୨ା୭ (ବ୍ୟୁରୋ): ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି। ଗୃହ ଆରମ୍ଭରୁ ଶୋକ ପ୍ରସ୍ତାବ ଆଗତ ପରେ ଗୃହକାର୍ଯ୍ୟ ସ୍ବାଭାବିକ ଚାଲିଥିଲା। ହେଲେ ନୂପୁର ଶର୍ମାଙ୍କ ବିବାଦୀୟ ମନ୍ତବ୍ୟ ପ୍ରସଙ୍ଗରେ ଗୃହରେ ହଟ୍ଟଗୋଳ ପରିସ୍ଥିତି ସୃଷ୍ଟି ହୋଇଥିଲା। ନୂପୁର ଶର୍ମାଙ୍କ ପ୍ରସଙ୍ଗକୁ ନେଇ କଂଗ୍ରେସ ଓ ଭାଜପା ମୁହାଁମୁହିଁ ହୋଇଥିଲେ।
ଗୃହରେ ନିଜ ନିଜ ଆସନରେ ଛିଡ଼ା ହୋଇ ନାରାବାଜି କରିଥିଲେ କଂଗ୍ରେସ ଓ ଭାଜପା ସଦସ୍ୟମାନେ । କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ପ୍ରସଙ୍ଗ ଉଠାଇ ନିଜର ପ୍ରତିକ୍ରିୟା ରଖିଥିଲେ । ସେ କହିଛନ୍ତି, ନୂପୁର ଶର୍ମା ଭାଜପାର ମୁଖପାତ୍ର, ଅର୍ଥାତ୍‌ ପାର୍ଟିର ଏଜେଣ୍ଡା । ଶୁକ୍ରବାର ସୁପ୍ରିମକୋର୍ଟ ତାଙ୍କୁ ଭର୍ତ୍ସନା କରିଛନ୍ତି।
ତେଣୁ ଏହି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ତାଙ୍କ ଆଭିମୁଖ୍ୟ ସ୍ପଷ୍ଟ କରନ୍ତୁ। ଏହାକୁ ନେଇ ଗୃହରେ ତୁମ୍ବିତୋଫାନ ହୋଇଥିଲା । ପରିସ୍ଥିତି ଏମିତି ହୋଇଥିଲା ଯେ, ବାଚସ୍ପତି ବିକ୍ରମ କେଶରୀ ଆରୁଖ ଗୃହ ମୁଲତବୀ କରିବାକୁ ବାଧ୍ୟ ହୋଇଥିଲେ। ଅପରାହ୍ନ ୪ଟାଯାଏ ଗୃହ ମୁଲତବୀ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଲରେ କାଟୁଥିଲେ ଧାନ, ଏବେ ପଢ଼ିବେ ଡାକ୍ତରୀ ପାଠ; ଖର୍ଚ୍ଚ ବହନ କରିବେ ସରକାର

ବାଲିଗୁଡ଼ା,୭ା୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲାର ମେଧାବୀ ଛାତ୍ର ଇଫୁ ମଲ୍ଲିକଙ୍କୁ ସହଯୋଗର ହାତ ବଢ଼ାଇଛନ୍ତି ରାଜ୍ୟ ସରକାର। ତାଙ୍କର ବାପା ଅତ୍ୟନ୍ତ ଗରିବ ହୋଇଥିବାବେଳେ ସେ ହଷ୍ଟେଲ...

୩ ଦିନିଆ ମୁମ୍ବାଇ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୯(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାରଠାରୁ ୩ ଦିନିଆ ମୁମ୍ବାଇ ଗସ୍ତରେ ଯାଇଛନ୍ତି। ବୁଧବାର ମୁମ୍ବାଇରେ ଆୟୋଜିତ ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍‌ରେ ଯୋଗଦେବେ । ଦେଶର ଖ୍ୟାତନାମା...

ଚିଟ୍‌ଫଣ୍ଡ ତଦନ୍ତ କମିଶନଙ୍କ ଶୁଣାଣି ବନ୍ଦ ନେଇ ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ: ସୁର

ଭୁବନେଶ୍ୱର,୪।୩(ବ୍ୟୁରୋ): ଚିଟ୍‌ଫଣ୍ଡ ତଦନ୍ତ କମିଶନଙ୍କ ଶୁଣାଣି ବନ୍ଦ ନେଇ ନୋଟିସ ଜାରି କରାଯିବା ପରେ କଂଗ୍ରେସ ପକ୍ଷରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏ ନେଇ...

ବିଶ୍ୱ ଦରବାରରେ ପହଞ୍ଚିବ କୋରାପୁଟ କଫି

କୋରାପୁଟ/ନବରଙ୍ଗପୁର, ୨୮ା୧୧(ସ୍ବ.ପ୍ର./ବି.ପ୍ର.): କୋରାପୁଟ ଓ ନବରଙ୍ଗପୁର ଜିଲାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ ଶନିବାରଠାରୁ ଆରମ୍ଭ ହୋଇଛି। ଭର୍ଚୁଆଲରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଉଦ୍‌ଘାଟନ...

ଆଜି ବିଶ୍ୱ ଦହିବରା ଆଳୁଦମ ଦିବସ

ଭୁବନେଶ୍ୱର, ୧।୩(ବ୍ୟୁରୋ): ଆଜି ବିଶ୍ୱ ଦହିବରା ଆଳୁଦମ ଦିବସ। ରାଜ୍ୟର ବିଭିନ୍ନ ସ୍ଥାନରେ ଏହି ଦିବସ ପାଳନ କରାଯାଉଛି। ବିଶେଷ କରି ଦହିବରା ଆଳୁଦମ ପାଇଁ...

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା, ଜୁଲାଇରୁ ପିଛିଲା ଭାବେ ଲାଗୁ

ଭୁବନେଶ୍ୱର,୧୭।୩(ବ୍ୟୁରୋ): ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢ଼ିଛି। ମଙ୍ଗଳବାର ମହଙ୍ଗା ଭତ୍ତାକୁ ୫% ବୃଦ୍ଧି କରାଯାଇଛି। ଏହା ଏବେ ୧୨%ରୁ ବୃଦ୍ଧି ପାଇ ୧୭%...

ବାରଣ୍ଡାରେ ଶୋଇଥିବା ବେଳେ ବ୍ୟକ୍ତିଙ୍କ ମୁଣ୍ଡ କାଟି ନେଇଗଲେ ଦୁର୍ବୃତ୍ତ

ସମ୍ବଲପୁର,୧୧।୬(ବ୍ୟୁରୋ): ସମ୍ବଲପୁର ଜିଲା ଅଇଁଠାପାଲି ଥାନା ତିଲେଇମାଲ ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି । ରାତିରେ ବାରଣ୍ଡାରେ ମଶାରି ଟାଙ୍ଗି ଶୋଇଥିବା...

‘ସରକାରଙ୍କ ନିୟନ୍ତ୍ରଣରେ ମନ୍ଦିର ନ ରହୁ’

ପୁରୀ ଅଫିସ,୨୮ା୫: ବରିଷ୍ଠ ଭାଜପା ନେତା ସୁବ୍ରମଣ୍ୟମ୍‌ ସ୍ବାମୀ ଶୁକ୍ରବାର ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଗୋବର୍ଦ୍ଧନ ପୀଠାଧୀଶ ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟଙ୍କୁ...

Advertisement
Archives

Model This Week