ବର୍ଷାରେ ଭାଙ୍ଗିଲା ଘର, ବେସାହାରା ହେଲେ ପରିବାର

କୋକସରା,୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୩ଦିନ ଧରି ଲଘୁଚାପ ଜନିତ ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଅନେକ ସ୍ଥାନରେ ବର୍ଷା ଜନିତ କ୍ଷୟକ୍ଷତି ଦେଖିବାକୁ ମିଳିଛି। କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତ ବରାଡଙ୍ଗା ଗ୍ରାମର ଜୟସେନ ମାଝିଙ୍କ ମାଟି ଘର ବର୍ଷାରେ ସମ୍ପୂର୍ଣ୍ଣ ଭାବେ ଭୁଶୁଡ଼ି ପଡ଼ିଥିବା ଦେଖିବାକୁ ମିଳିଛି। ଫଳରେ ପରିବାର ବେସାହାରା ହୋଇ ଅନ୍ୟ ଘରେ ଆଶ୍ରୟ ନେଇଛନ୍ତି। ଜୟସେନ ମାଝୀି ଗରିବ ଶ୍ରେଣୀର ହୋଇଥିବା ବେଳେ ତାଙ୍କୁ ଏଯାଏ ଆବାସ ଯୋଜନାରେ ମଧ୍ୟ ଘର ମିଳିନାହିଁ, ଫଳରେ ମାଟି କୁଡ଼ିଆ ଘରେ ସ୍ବାମୀ ସ୍ତ୍ରୀ ଦୁଇ ପ୍ରାଣୀ ରହୁଥିଲେ, ତେବେ ଏହି ଲଗାଣ ବର୍ଷାରେ ଘରଟି ଭୁଶୁଡ଼ି ପଡିଥିବା ଜଣାପଡ଼ିଛି। ବର୍ଷାରେ ଘର ନଷ୍ଟ ପରେ ଘରେ ଥିବା ଚାଉଳ, ଆସବାବପତ୍ର ମଧ୍ୟ ନଷ୍ଟ ହୋଇଥିବା ଜଣାପଡିଛି। ଅନ୍ୟପକ୍ଷରେ ଏନେଇ ଲଡୁଗାଁ ରାଜସ୍ବ ନିରୀକ୍ଷିକାଙ୍କୁ ଅଭିଯୋଗ ପରେ ରାଜସୱ ନିରୀକ୍ଷକା ମମତା ସାଏ ଜଣେ କର୍ମଚାରୀଙ୍କୁ ପଠାଇ ଘଟଣାର ସ୍ଥିତି ସମ୍ପର୍କିତ ରିପୋର୍ଟ ଦେବାକୁ କହିବା ସହ ସରକାରୀ ଭାବେ ଯାହା କ୍ଷତିପୂରଣ ରହିଛି ଯୋଗାଇ ଦିଆଯିବ ବୋଲି କହିଛନ୍ତି। ଏନେଇ ବରାଡଙ୍ଗା ସରପଞ୍ଚ ନିରୂପମା ସେଠୀଙ୍କ ପ୍ରତିକ୍ରିୟା ନେବାରୁ ଆବାସ ଯୋଜନାରେ ତାଙ୍କ ଲିଷ୍ଟ ନାହିଁ, ଘର ପାଇଁ ଆବେଦନ କଲେ ପରବର୍ତ୍ତୀ ସମୟରେ ଆବାସ ଯୋଜନାରେ ସାମିଲ କରାଯିବ ବୋଲି କହିଛନ୍ତି। ତେବେ ଜଣେ ବାସହୀନ ପରିବାରକୁ ତୁରନ୍ତ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri