ସ୍ବାଭାବିକ ହେଉନି ଗୃହ

ଭୁବନେଶ୍ୱର,୧୬ା୩(ବ୍ୟୁରୋ): ମଣ୍ଡି ଅବ୍ୟବସ୍ଥା, ଧାନ କିଣା ଏବଂ ଭାଜପା ବିଧାୟକଙ୍କ ଆତ୍ମହତ୍ୟା ଉଦ୍ୟମକୁ ନେଇ ଶାସକ-ବିରୋଧୀ ମୁହଁାମୁହିଁ ହୋଇଛନ୍ତି। କେହି ନିଜ ଜିଦ୍‌ରୁ ଓହରିବାକୁ ରାଜି ନୁହନ୍ତି। ଏଥିଯୋଗୁ ଲଗାତର ୩ ଦିନ ଧରି ବିଧାନସଭା ଅଚଳ ହୋଇଛି। ଧାନକିଣା ବ୍ୟବସ୍ଥାକୁ ନେଇ ବିରୋଧୀ ଭାଜପା ଓ କଂଗ୍ରେସ ସରକାରଙ୍କୁ ଆକ୍ରମଣ ଜାରି ରଖିଥିବାବେଳେ ବିଧାନସଭାରେ ଆତ୍ମହତ୍ୟା ଉଦ୍ୟମ କରିଥିବାରୁ ଭାଜପା ବିଧାୟକ ସୁବାସ ପାଣିଗ୍ରାହୀ ଗୃହରେ କ୍ଷମା ମାଗନ୍ତୁ ଦାବିରେ ଶାସକ ବିଜେଡି ସଦସ୍ୟମାନେ ଗୃହକୁ ଅଚଳ କରିଦେଇଛନ୍ତି। ସୋମବାର ଗୃହ କାର୍ଯ୍ୟ ଆରମ୍ଭରୁ ବିଧାନସଭା ରଣକ୍ଷେତ୍ର ପାଲଟି ଯାଇଥିଲା। ଉଭୟ ଶାସକ ଓ ବିରୋଧୀ ଦଳଙ୍କ ହଟ୍ଟଗୋଳରେ ଗୃହ ହୁଲସ୍ଥୂଲ ହୋଇଥିଲା। ପ୍ରବଳ ହଟ୍ଟଗୋଳକୁ ଦେଖି ବାଚସ୍ପତି ଗୃହକୁ ବିଭିନ୍ନ ପର୍ଯ୍ୟାୟରେ ଅପରାହ୍ନ ୪ଟା ଯାଏ ମୁଲତବୀ ଘୋଷଣା କରିଥିଲେ। ସୋମବାର ପୂର୍ବାହ୍ନ ୧୦ଟା ୩୦ରେ ଗୃହ କାର୍ଯ୍ୟ ଆରମ୍ଭ ହୋଇଥିଲା। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସଭା କାର୍ଯ୍ୟ ଆରମ୍ଭ କରିବା ମାତ୍ରେ ବିରୋଧୀ କଂଗ୍ରେସ ଓ ଭାଜପା ସଦସ୍ୟମାନେ ଧାନ ସମସ୍ୟା ନେଇ ଗୃହର ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଥିଲେ। ଶାସକ ଦଳର ସଦସ୍ୟମାନେ ମଧ୍ୟ ଭାଜପା ବିଧାୟକ କ୍ଷମା ମାଗିବା ଦାବିରେ ହଟ୍ଟଗୋଳ କରିଥିଲେ। ଗୃହର ସମସ୍ତ ସଦସ୍ୟ ହଟ୍ଟଗୋଳରେ ମାତିଥିବାରୁ ବାଚସ୍ପତି କିପରି ଗୃହକୁ ସ୍ବାଭାବିକ ଅବସ୍ଥାକୁ ଆଣିବେ କିଛି ବୁଝିପାରି ନ ଥିଲେ। କେବଳ ସଦସ୍ୟମାନଙ୍କୁ ଚାହିଁ ରହିଥିଲେ। ପରିସ୍ଥିତି ବିଗୁଡୁଥିବା ଦେଖି ବାଚସ୍ପତି ମାତ୍ର ୧ ମିନିଟ୍‌ ପରେ ୧୦ଟା ୩୧ରୁ ୧୧ଟା ୩୦ ମିନିଟ୍‌ ଯାଏ ଗୃହକୁ ମୁଲତବୀ ଘୋଷଣା କରିଥିଲେ। ୧୧ଟା ୩୦ରେ ପୁନର୍ବାର ଗୃହକାର୍ଯ୍ୟ ଆରମ୍ଭ ହୋଇଥିଲା। ପୁଣି ବିରୋଧୀ ଓ ଶାସକ ସଦସ୍ୟମାନେ ନିଜ ନିଜ ଦାବିରେ ଗୃହ ମଧ୍ୟଭାଗକୁ ମାଡ଼ି ଆସି ପାଟିତୁଣ୍ଡ କରିଥିଲେ। ବାଚସ୍ପତି ବାଧ୍ୟ ହୋଇ ଗୃହକୁ ୧୧ଟା ୩୧ରୁ ପୁଣି ୧୫ ମିନିଟ୍‌ ଯାଏ ମୁଲତବୀ ଘୋଷଣା କରିଥିଲେ। ୧୧ଟା ୪୬ରେ ଗୃହ କାର୍ଯ୍ୟ ପୁନଃଆରମ୍ଭ ହେବା ମାତ୍ରେ ଶାସକ, ବିରୋଧୀ ହଟ୍ଟଗୋଳରେ ମାତି ଯାଇଥିଲେ। ବାଚସ୍ପତି ସଦସ୍ୟମାନଙ୍କୁ ନିଜ ସିଟ୍‌କୁ ଯିବାକୁ ଯେତେ ଅନୁରୋଧ କରିଥିଲେ ସୁଦ୍ଧା ପରିସ୍ଥିତିରେ ସୁଧାର ଆସି ନ ଥିଲା। ବାଚସ୍ପତି ବାଧ୍ୟ ହୋଇ ଗୃହକୁ ଅପରାହ୍ନ ୪ଟା ଯାଏ ମୁଲତବୀ ଘୋଷଣା କରିଦେଇଥିଲେ। ତେବେ ଅପରାହ୍ନରେ ମଧ୍ୟ ସମାନ ଅବସ୍ଥା ଦେଖିବାକୁ ମିଳିଥିଲା। ଲଗାତର ହଟ୍ଟଗୋଳ ଜାରି ରହିବାରୁ ବାଚସ୍ପତି ବାଧ୍ୟ ହୋଇ ଗୃହକୁ ମଙ୍ଗଳବାର ପୂର୍ବାହ୍ନ ୧୦ଟା ୩୦ ମିନିଟ୍‌ ଯାଏ ମୁଲତବୀ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୈତୃକ ଗାଁରୁ ପ୍ରଚାର ମଇଦାନକୁ ଓହ୍ଲାଇଲେ ପ୍ରଦୀପ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ଆସନ ପାଇଁ ଭାଜପା ପ୍ରଦୀପ ପୁରୋହିତଙ୍କୁ ପ୍ରାର୍ଥୀ କରିଛି। ବରଗଡ଼ ଲୋକସଭା କ୍ଷେତ୍ର ଅଧୀନ ବିଜେପୁର ନିର୍ବାଚନ ମଣ୍ଡଳି ପୈତୃକ...

ନବବିବାହିତ ଯୁବକଙ୍କୁ ଗଳାକାଟି ହତ୍ୟା

ଗଜପତି,୨୯।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋସାଣି ବ୍ଲକ ଗୁରାଣ୍ଡି ଥାନା ଅଧୀନ ତୋଟାଗୁମ୍ବୁଡା ଗାଁରେ ଏକ ଅଘଟଣ ଘଟିଛି। ଜଣେ ନବବିବାହିତ ଯୁବକଙ୍କୁ ଗଳାକାଟି ଅତି...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଶୀର୍ବାଦ କାମନା କଲେ ଦେବେଶ ଆଚାର୍ଯ୍ୟ

ବରଗଡ଼,୨୯ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରମାଗତ ତୃତୀୟଥର ପାଇଁ ଦେବେଶ ଆଚାର୍ଯ୍ୟଙ୍କ ନାମ...

ଗୁଡ୍‌ ଫ୍ରାଇଡେରେ ପ୍ରାର୍ଥନା କରି ନିର୍ବାଚନ ପ୍ରଚାର ଆରମ୍ଭ କଲେ ଦିଲୀପ ତିର୍କୀ

ସୁନ୍ଦରଗଡ,୨୭ା୩(ଜୟ ନାରାୟଣ ମେଣ୍ଡୁଳି): ଚର୍ଚ୍ଚରେ ପ୍ରାର୍ଥନା କରି ପ୍ରଚାର ଆରମ୍ଭ କରିଛନ୍ତି ବିଜେଡି ଲୋକସଭା ପ୍ରାର୍ଥୀ ଦିଲୀପ ତିର୍କୀ। ପ୍ରାର୍ଥୀ ଘୋଷଣା ହେବା ପରେ ଶୁକ୍ରବାର...

ଭାଜପା ଛାଡ଼ିବା କାରଣ କହିଲେ ପ୍ରକାଶ

ଭୁବନେଶ୍ୱର,୨୯।୩: ଭାଜପା ଛାଡ଼ିବା ପରେ ମୁହଁ ଖୋଲିଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ କହିଛନ୍ତି, ଲୋକଙ୍କ ସେବା କରିବା ସହ ସଙ୍ଗଠନକୁ ମଜଭୁତ...

ଭାଜପା ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ବିଜେଡିରେ ହୋଇପାରନ୍ତି ସାମିଲ

ନୀଳଗିରି, ୨୯।୩(ପ୍ରଶାନ୍ତ କୁମାର ବିଶ୍ବାଳ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାରତୀୟ ଜନତା ପାର୍ଟି(ଭାଜପା)ରୁ ଇସ୍ତଫା ଦେଇଛନ୍ତି ନୀଳଗିରି ବିଧାୟକ ଛାଡିଲେ ସୁକାନ୍ତ। ଶୁକ୍ରବାର...

ନିର୍ବାଚନ ପୂର୍ବରୁ ବିବାଦୀୟ କୋଟିଆରେ ଡିଜିଟାଲ ମିଟର ବଣ୍ଟନ ଆରମ୍ଭ କଲା ଆନ୍ଧ୍ର

ଭୁବନେଶ୍ୱର,୨୯।୩: ଓଡ଼ିଶାର କୋରାପୁଟ ଜିଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ଅଂଚଳରେ ଆନ୍ଧ୍ରପ୍ରଦେଶ ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ...

ବିଜେଡିରେ ସାମିଲ ହେଲେ କଂଗ୍ରେସର ପୂର୍ବତନ ବିଧାୟକ

ଭୁବନେଶ୍ୱର/ବଲାଙ୍ଗୀର,୨୯ା୩: ବିଧାନସଭା ନିର୍ବାଚନ ପୂର୍ବରୁ ବଲାଙ୍ଗୀର ଜିଲା ଟିଟିଲାଗଡ଼ର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସରୁ ଇସ୍ତଫା ଦେଇ ଗୁରୁବାର ଶଙ୍ଖଭବନରେ ବିଜେଡିରେ ସାମିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri