ସ୍ବାଭାବିକ ହେଉନି ଗୃହ

ଭୁବନେଶ୍ୱର,୧୬ା୩(ବ୍ୟୁରୋ): ମଣ୍ଡି ଅବ୍ୟବସ୍ଥା, ଧାନ କିଣା ଏବଂ ଭାଜପା ବିଧାୟକଙ୍କ ଆତ୍ମହତ୍ୟା ଉଦ୍ୟମକୁ ନେଇ ଶାସକ-ବିରୋଧୀ ମୁହଁାମୁହିଁ ହୋଇଛନ୍ତି। କେହି ନିଜ ଜିଦ୍‌ରୁ ଓହରିବାକୁ ରାଜି ନୁହନ୍ତି। ଏଥିଯୋଗୁ ଲଗାତର ୩ ଦିନ ଧରି ବିଧାନସଭା ଅଚଳ ହୋଇଛି। ଧାନକିଣା ବ୍ୟବସ୍ଥାକୁ ନେଇ ବିରୋଧୀ ଭାଜପା ଓ କଂଗ୍ରେସ ସରକାରଙ୍କୁ ଆକ୍ରମଣ ଜାରି ରଖିଥିବାବେଳେ ବିଧାନସଭାରେ ଆତ୍ମହତ୍ୟା ଉଦ୍ୟମ କରିଥିବାରୁ ଭାଜପା ବିଧାୟକ ସୁବାସ ପାଣିଗ୍ରାହୀ ଗୃହରେ କ୍ଷମା ମାଗନ୍ତୁ ଦାବିରେ ଶାସକ ବିଜେଡି ସଦସ୍ୟମାନେ ଗୃହକୁ ଅଚଳ କରିଦେଇଛନ୍ତି। ସୋମବାର ଗୃହ କାର୍ଯ୍ୟ ଆରମ୍ଭରୁ ବିଧାନସଭା ରଣକ୍ଷେତ୍ର ପାଲଟି ଯାଇଥିଲା। ଉଭୟ ଶାସକ ଓ ବିରୋଧୀ ଦଳଙ୍କ ହଟ୍ଟଗୋଳରେ ଗୃହ ହୁଲସ୍ଥୂଲ ହୋଇଥିଲା। ପ୍ରବଳ ହଟ୍ଟଗୋଳକୁ ଦେଖି ବାଚସ୍ପତି ଗୃହକୁ ବିଭିନ୍ନ ପର୍ଯ୍ୟାୟରେ ଅପରାହ୍ନ ୪ଟା ଯାଏ ମୁଲତବୀ ଘୋଷଣା କରିଥିଲେ। ସୋମବାର ପୂର୍ବାହ୍ନ ୧୦ଟା ୩୦ରେ ଗୃହ କାର୍ଯ୍ୟ ଆରମ୍ଭ ହୋଇଥିଲା। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସଭା କାର୍ଯ୍ୟ ଆରମ୍ଭ କରିବା ମାତ୍ରେ ବିରୋଧୀ କଂଗ୍ରେସ ଓ ଭାଜପା ସଦସ୍ୟମାନେ ଧାନ ସମସ୍ୟା ନେଇ ଗୃହର ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଥିଲେ। ଶାସକ ଦଳର ସଦସ୍ୟମାନେ ମଧ୍ୟ ଭାଜପା ବିଧାୟକ କ୍ଷମା ମାଗିବା ଦାବିରେ ହଟ୍ଟଗୋଳ କରିଥିଲେ। ଗୃହର ସମସ୍ତ ସଦସ୍ୟ ହଟ୍ଟଗୋଳରେ ମାତିଥିବାରୁ ବାଚସ୍ପତି କିପରି ଗୃହକୁ ସ୍ବାଭାବିକ ଅବସ୍ଥାକୁ ଆଣିବେ କିଛି ବୁଝିପାରି ନ ଥିଲେ। କେବଳ ସଦସ୍ୟମାନଙ୍କୁ ଚାହିଁ ରହିଥିଲେ। ପରିସ୍ଥିତି ବିଗୁଡୁଥିବା ଦେଖି ବାଚସ୍ପତି ମାତ୍ର ୧ ମିନିଟ୍‌ ପରେ ୧୦ଟା ୩୧ରୁ ୧୧ଟା ୩୦ ମିନିଟ୍‌ ଯାଏ ଗୃହକୁ ମୁଲତବୀ ଘୋଷଣା କରିଥିଲେ। ୧୧ଟା ୩୦ରେ ପୁନର୍ବାର ଗୃହକାର୍ଯ୍ୟ ଆରମ୍ଭ ହୋଇଥିଲା। ପୁଣି ବିରୋଧୀ ଓ ଶାସକ ସଦସ୍ୟମାନେ ନିଜ ନିଜ ଦାବିରେ ଗୃହ ମଧ୍ୟଭାଗକୁ ମାଡ଼ି ଆସି ପାଟିତୁଣ୍ଡ କରିଥିଲେ। ବାଚସ୍ପତି ବାଧ୍ୟ ହୋଇ ଗୃହକୁ ୧୧ଟା ୩୧ରୁ ପୁଣି ୧୫ ମିନିଟ୍‌ ଯାଏ ମୁଲତବୀ ଘୋଷଣା କରିଥିଲେ। ୧୧ଟା ୪୬ରେ ଗୃହ କାର୍ଯ୍ୟ ପୁନଃଆରମ୍ଭ ହେବା ମାତ୍ରେ ଶାସକ, ବିରୋଧୀ ହଟ୍ଟଗୋଳରେ ମାତି ଯାଇଥିଲେ। ବାଚସ୍ପତି ସଦସ୍ୟମାନଙ୍କୁ ନିଜ ସିଟ୍‌କୁ ଯିବାକୁ ଯେତେ ଅନୁରୋଧ କରିଥିଲେ ସୁଦ୍ଧା ପରିସ୍ଥିତିରେ ସୁଧାର ଆସି ନ ଥିଲା। ବାଚସ୍ପତି ବାଧ୍ୟ ହୋଇ ଗୃହକୁ ଅପରାହ୍ନ ୪ଟା ଯାଏ ମୁଲତବୀ ଘୋଷଣା କରିଦେଇଥିଲେ। ତେବେ ଅପରାହ୍ନରେ ମଧ୍ୟ ସମାନ ଅବସ୍ଥା ଦେଖିବାକୁ ମିଳିଥିଲା। ଲଗାତର ହଟ୍ଟଗୋଳ ଜାରି ରହିବାରୁ ବାଚସ୍ପତି ବାଧ୍ୟ ହୋଇ ଗୃହକୁ ମଙ୍ଗଳବାର ପୂର୍ବାହ୍ନ ୧୦ଟା ୩୦ ମିନିଟ୍‌ ଯାଏ ମୁଲତବୀ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri