୪ ଘର ଭାଙ୍ଗିଲେ ହାତୀପଲ: ଧାନ ଚାଉଳ ଖାଇଲେ, ନଷ୍ଟ କଲେ ଆଖୁ କ୍ଷେତ

ପାଟଣା,୧୩ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୨୬ ଟିକିଆ ହାତୀପଲ ୪ ଦିନ ହେବ ବିଭିନ୍ନ ଅଞ୍ଚଳରେ ଉପଦ୍ରବ ଜାରି ରଖିଛନ୍ତି। ରବିବାର ବିଳମ୍ବିତ ରାତିରେ ହାତୀପଲ ମାଛଗଡ଼ ଓ ତଣ୍ଡବିଟର ଫୁଲପାହାଡ଼ି ଗାଁର ବାବୁନ ମୁଣ୍ଡାଙ୍କ ଖପର ଘର, ବଡ଼ ନୂଆଗାଁର ଶ୍ରୀକାନ୍ତ ମହାନ୍ତଙ୍କ ଟାଇଲ ଘର, କୁଣ୍ଡୁଳା ଛତିଶ ନାଏକ ଓ ବାଳ କୃଷ୍ଣ ମିରିଖୋଜିଆଙ୍କ ଚାଳ ଛପର ଘର ଭାଙ୍ଗି ଦେଇଥିବା ରେଞ୍ଜର ଟିକେଶ୍ୱର ମହାନ୍ତ ସୂଚନା ଦେଇଛନ୍ତି। ଏଥି ସହ କୁଣ୍ଡଳା,ମିରିଗିଖୋଜି, ଡୁମୁରିଆ, ମଙ୍ଗଳପୁର ବଡ଼ ନୂଆଗାଁ ଅଞ୍ଚଳରେ ବ୍ୟାପକ ଧାନ ଫସଲ,ଆଖୁ ବାଡ଼ି ଖାଇବା ସହ ମାଡି ଦଳି ନଷ୍ଟ କରିଛନ୍ତି। ଘରେ ପଶି ହାତୀ ପଲ ଧାନ ଚାଉଳ ଖାଇବା ସହ ଅମଳ ପାଇଁ ରଖା ଯାଇଥିବା ଧାନ ବିଡା ଖାଇ ନଷ୍ଟ କରିଛନ୍ତି। ଘରେ ଶୋଇଥିବା ପରିବାର ଲୋକେ ହାତୀ ଆକ୍ରମଣ ରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଏବେ ହାତୀପଲ ଖଡିବେଡ଼ା ବୈତରଣୀ ନଦୀର ଟାପୁରେ ଡେରା ପକାଇଛନ୍ତି। ବନ ବିଭାଗ ଡାକବାଜି ଯନ୍ତ୍ର ସାହାଯ୍ୟରେ ଲୋକଙ୍କୁ ସଚେତନ କରାଉଛି। ହାତୀପଲଙ୍କ ଆତଙ୍କ ପାଇଁ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ରହିଛନ୍ତି। ଖୁବ୍‌ଶୀଘ୍ର କ୍ଷୟକ୍ଷତି ଆକଳନ କରି କ୍ଷତିଗ୍ରସ୍ତ ଲୋକଙ୍କୁ କ୍ଷତିପୂରଣ ଯୋଗାଇ ଦେବା ସ୍ଥାନୀୟ ଲୋକେ ଦାବି କରିଛନ୍ତି। ହାତୀପଲଙ୍କୁ ଅଞ୍ଚଳରୁ ତୁରନ୍ତ ଘଉଡ଼ାଇବା ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CJP ବିକ୍ଷୋଭ ମଧ୍ୟରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଟକ, ଭାଜପା କହିଲା…

ନୂଆଦିଲ୍ଲୀ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ହୋଇଥିବା ଏକ ବିକ୍ଷୋଭ ସମୟରେ ମମତା ବାନାର୍ଜୀ, ଅରବିନ୍ଦ କେଜରିୱାଲ ଏବଂ ପି. ବିଜୟନଙ୍କ ସମେତ ଅନେକ…

ସୁନ୍ଦରଗଡ଼ ୱାଟରସେଡ୍ ପିଡି ପ୍ରସନ୍ନ ପାତ୍ର ଗିରଫ: ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

ସୁନ୍ଦରଗଡ଼, ୧୦।୧୦ (ଜୟ ନାରାୟଣ ମେଣ୍ଡୁଳି): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ସୁନ୍ଦରଗଡ଼ ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ତଥା ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ (ୱାଟରସେଡ୍ ପିଡି)…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ଖେମୁଣ୍ଡି କଲେଜ ଛାତ୍ର ସଂସଦ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୪ ପ୍ରାର୍ଥୀ , ଦ୍ବିି – ମୁଖି ପ୍ରତିଦ୍ବନ୍ଦିତା

ଦିଗପହଣ୍ଡି,୧୦|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଥିବାରୁ ଛାତ୍ରୀ ଛାତ୍ର ଙ୍କ…

ନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା

ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍‌…

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

ସାଢ଼େ ୯ ବର୍ଷ ପରେ ଶତକ ହାସଲ କରି ଇତିହାସ ରଚିଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୦।୧୦: ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଡର୍ବାନର କିଙ୍ଗସମିଡ ଷ୍ଟାଡିୟମରେ ଚାଲିଛି। ଅଷ୍ଟ୍ରେଲିଆର ମଧ୍ୟ-କ୍ରମ ବ୍ୟାଟର ମ୍ୟାଟ ରେନଶ’ ଏହି ମ୍ୟାଚରେ…

CJP ବିରୋଧ ମଧ୍ୟରେ ରାହୁଲ ଗାନ୍ଧୀଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ: ’…ଗଣତନ୍ତ୍ରର ସୁଧାର ପୁନର୍ବାର ଆରମ୍ଭ ହେବ’

ନୂଆଦିଲ୍ଲୀ,୧୦।୧୦: CJP ବିରୋଧ ପ୍ରଦର୍ଶନ ମଧ୍ୟରେ, ରାହୁଲ ଗାନ୍ଧୀ ଗତକାଲି ‘ଇଣ୍ଡିଆ’ (INDIA) ମେଣ୍ଟର ନେତାମାନଙ୍କ ସହ ଏକ ବୈଠକ କରିଥିଲେ ଏବଂ ସେଥିରେ ମୋଦି ସରକାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?