ଘର ଭାଙ୍ଗିଲା, ଧାନ ଖାଇଲା

ଖୁଣ୍ଟୁଣୀ,୨୪ା୪(ଡି.ଏନ୍‌.ଏ.): ଖୁଣ୍ଟୁଣୀ ବନାଞ୍ଚଳରେ ହାତୀ ଉପଦ୍ରବ ଦେଖିବାକୁ ମିଳିଛି। ଏହାକୁ ନେଇ ଲୋକମାନେ ଭୟଭୀତ ହୋଇପଡିଛନ୍ତି। ଗତ ଦୁଇମାସ ମଧ୍ୟରେ ହାତୀ ୪ ଜଣଙ୍କର ଘର ଭାଙ୍ଗିବା ସହ ଧାନ, ଚାଉଳ ଖାଇ ନଷ୍ଟ କରିଛନ୍ତି। ହେଲେ ହାତୀଙ୍କୁ ସମ୍ପୂର୍ଣ୍ଣମାତ୍ରାରେ ଘଉଡାଇବାରେ ବନ ବିଭାଗ ଫେଲ୍‌ ମାରିଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳର ଚାଷୀ ଓ ଲୋକମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ତୁରନ୍ତ ଏ ଦିଗରେ ସ୍ଥାୟୀ ପ୍ରତିକାର ବ୍ୟବସ୍ଥା କରିବା ପାଇଁ ସେମାନେ ଦାବି କରିଛନ୍ତି।
ଶନିବାର ରାତି ସାଢେ ୩ଟାରେ ଏକ ଦଳଛଡ଼ା ଦନ୍ତା ଖୁଣ୍ଟୁଣୀ ପଞ୍ଚାୟତର ନୃସିଂହପୁର ଗ୍ରାମରେ ପଶି ବିଧବା ମହିଳା ସଲମା ମୁର୍ମୁଙ୍କ ଘର ଭାଙ୍ଗିଦେବା ସହ ପ୍ରାୟ ୫ କୁଇଣ୍ଟାଲ ଧାନ ଖାଇ ନଷ୍ଟ କରିଥିଲା। ଏହି ସମୟରେ ସଲ୍‌ମା କୌଶଳକ୍ରମେ ଘରୁ ବାହାରି ସାହି ଲୋକଙ୍କୁ ଡାକିଥିଲେ। ଫଳରେ ଲୋକମାନେ ଘଟଣାସ୍ଥଳରେ ପହଞ୍ଚିଥିଲେ। ହାତୀ କାଳେ ଅନ୍ୟ ଲୋକଙ୍କ ଘର ଭାଙ୍ଗିଦେବ ସେଥିପାଇଁ ଘଉଡାଇବାକୁ କେହି ସାହସ କରି ନ ଥିଲେ। ଏ ସମ୍ପର୍କରେ ସାମାଜିକ କର୍ମୀ ମୋହନ ମୁର୍ମୁ ଖୁଣ୍ଟୁଣୀ ବନାଞ୍ଚଳ ଅଧିକାରୀ ନୀଳମାଧବ ସାହୁଙ୍କୁ ଜଣାଇଥିଲେ। ପରେ କେତେଜଣ ଫରେଷ୍ଟର ଓ ହାତୀ ଘଉଡାଳି ଦଳ ଗ୍ରାମରେ ପହଞ୍ଚି ଗ୍ରାମବାସୀଙ୍କ ସହାୟତାରେ ହାତୀକୁ ଲାଇଟ୍‌ ପକାଇ ଘଉଡାଇ ଦେଇଥିଲେ। ଫଳରେ ଦନ୍ତା ନିକଟସ୍ଥ ରାଣୀବଣିଆ ସଂରକ୍ଷିତ ଜଙ୍ଗଲକୁ ପଳାଇ ଯାଇଥିଲା। ଅପରପକ୍ଷରେ ଦନ୍ତା ଧାନ ଖାଇବା ସହ ଘର ଭାଙ୍ଗିଦେବାରୁ ସଲମା ଚିନ୍ତାରେ ପଡିଛନ୍ତି। ତାଙ୍କର ୨ ଝିଅ ଓ ଗୋଟିଏ ପୁଅ ଅଛନ୍ତି। ସେମାନଙ୍କୁ ମୁଠାଏ ଦାନା ଓ ପିନ୍ଧିବାକୁ ବସ୍ତ୍ର ଯୋଗାଇବା ପାଇଁ ସଲ୍‌ମା ଏକମାତ୍ର ଭରସା। ତେଣୁ ତାଙ୍କୁ କ୍ଷତିପୂରଣ ଯୋଗାଇ ଦେବା ପାଇଁ ଖୁଣ୍ଟୁଣୀ ସରପଞ୍ଚ କୈଳାସ ଚନ୍ଦ୍ର ଦାସ ଓ ସାମାଜିକ କର୍ମୀ ମୋହନ ଦାବି କରିଛନ୍ତି। ଏ ସମ୍ପର୍କରେ ବନାଞ୍ଚଳ ଅଧିକାରୀ ସାହୁ କହିଛନ୍ତି, ସଲ୍‌ମା ଆବେଦନ କଲେ ତଦନ୍ତ କରାଯାଇ ଉପଯୁକ୍ତ କ୍ଷୟକ୍ଷତି ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ରରେ ଗାଧୋଇ ଶ୍ୱେତଗଙ୍ଗାକୁ ଯାଇଥିଲେ, ଗୋଡ଼ ଖସିଯିବାରୁ ବୁଡ଼ିଯାଇ ଚାଲିଗଲା ଯୁବକଙ୍କ ଜୀବନ

ପୁରୀ, ୮।୮(ଅଜିତ୍‌ କୁମାର ମହାନ୍ତି): ପୁରୀର ପଞ୍ଚ ପୁଷ୍କରିଣୀ ମଧ୍ୟରେ ଅନ୍ୟତମ ପବିତ୍ର ତୀର୍ଥ ପୁଷ୍କରିଣୀ ଶ୍ୱେତଗଙ୍ଗାରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁଷ୍କରିଣୀରେ…

ବନ୍ୟଜନ୍ତୁ ପ୍ରେମୀଙ୍କ ଲାଗି ଖୁସି ଖବର: ଜନ୍ମ ହେଲା ହାତୀ ଛୁଆ

କେନ୍ଦୁଝର,୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବନ୍ୟଜନ୍ତୁ ପ୍ରେମୀଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ପାଟନା ବନାଞ୍ଚଳରେ ଏକ ମା’ ହାତୀ ଛୁଆ ହାତୀକୁ ଜନ୍ମ ଦେଇଥିବା…

ନିଖୋଜ ଥିଲେ ମହିଳା, ଚାଷ ଜମିରୁ ଉଦ୍ଧାର ହେଲା ଗଳିତ ମୃତଦେହ: ପରିବାରରେ…

କୋକସରା, ୮।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼କେନ୍ଦୁଗୁଡ଼ା ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ମଙ୍ଗଳବାରଠାରୁ…

ଠିକା କାମରୁ ୩୦ ପ୍ରତିଶତ ଦାଦାବଟି ଦେବା ପାଇଁ ପଡୋଶୀଙ୍କୁ ଧମକ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ଦାଦାବଟି ନଦେବାରୁ ପଡ଼ୋଶୀଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତକୁ କେ. ନୂଆଗାଁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗଞ୍ଜାମ ଜିଲା…

ପଡିକଲଙ୍କ ଶତକ, ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ୩୫୭/୬

କଲମ୍ବୋ,୮ା୮: ଶ୍ରୀଲଙ୍କା ଏକାଦଶ ବିପକ୍ଷରେ ଚାଲିଥିବା ଓ୍ବାର୍ମଅପ୍‌ ମ୍ୟାଚ୍‌ର ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଦେବଦତ୍ତ ପଡିକଲଙ୍କ ଅପରାଜିତ ଶତକ ବଳରେ ଭାରତ ୬ ଉଇକେଟ ହରାଇ…

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ…

ସ୍ୱାଧୀନତା ଦିବସ ପାଇଁ ପ୍ରତିଯୋଗିତା

ଭଞ୍ଜନଗର, ୮।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଆସନ୍ତା ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଅବସରରେ ଭଞ୍ଜନଗର ଜେଲ୍ ପଡ଼ିଆରେ…

ବଜାର ଆସି ଘରକୁ ଫେରୁଥିବା ବେଳେ ବାଟରେ ଘଟିଲା ବଜ୍ରପାତ, ଆଉ ତା’ ପରେ…

ଚିକିଟ,୮ା୮(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଚିକିଟି ଫାଣ୍ଡି ରାମଚନ୍ଦ୍ରପୁର ପଞ୍ଚାୟତ ଅନ୍ତର୍ଗତ ବଡପଲଙ୍କ ଗ୍ରାମର ବିଜୟ ପ୍ରଧାନ (୪୫)ଙ୍କ ବ୍ରଜପାତରେ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri