ତାଲା ପକାଇ ଘରେ ନିଆଁ ଲଗାଇଦେଲେ

ଭଦ୍ରକ ଅଫିସ,୧୪।୪: ଭଦ୍ରକ ସହରାଞ୍ଚଳ ଅନ୍ତର୍ଗତ ଗବସାହିରେ ବୁଧବାର ବିଳମ୍ବିତ ରାତିରେ ପୂର୍ବଶତ୍ରୁତାରୁ ଘରେ ତାଲା ପକାଇ ନିଆଁ ଲଗାଇଦେବା ଭଳି ଏକ ଅଭାବନୀୟ ଘଟଣା ଘଟିଛି। ଏଥିରେ ପରିବାର ଲୋକେ ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ଅଗ୍ନିକାଣ୍ଡରେ ୫ ବଖରା ଘର ଜଳିଯାଇଛି। ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ ହୋଇଯାଇଛି। ପୂର୍ବଶତ୍ରୁତାରୁ ଆକ୍ରୋଶମୂଳକ ଭାବେ ପଡ଼ୋଶୀମାନେ ଏଭଳି କାଣ୍ଡ ଘଟାଇଥିବା ଭଦ୍ରକ ଟାଉନ ଥାନାରେ ଅଭିଯୋଗ ହୋଇଛି। ପୋଲିସ ଏହି ଘଟଣାରେ ୩ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।
ସୂଚନା ଅନୁଯାୟୀ, ଗବସାହି ଅଞ୍ଚଳର ସୁଦର୍ଶନ ଦାସ ପରିବାରର ୬ସଦସ୍ୟଙ୍କ ସହ ଘର ଭିତରେ ଶୋଇଥିଲେ। ବିଳମ୍ବିତ ରାତିରେ ଘରଗୁଡ଼ିକ ହୁତୁହୁତୁ ହୋଇ ଜଳିବାରୁ ପରିବାର ଲୋକଙ୍କ ନିଦ ଭାଙ୍ଗିଥିଲା। ସେମାନେ ଜୀବନ ବିକଳରେ ବାହାରକୁ ବାହାରିବା ପାଇଁ ଚେଷ୍ଟା କରୁଥିବା ବେଳେ ଘର କବାଟ ବାହାରପଟୁ ତାଲା ଦିଆଯାଇଥିବା ଜାଣିପାରିଥିଲେ। ଉପସ୍ଥିତ ବୁଦ୍ଧି ଖଟାଇ ପଛପଟ ଝରକାକୁ ଭାଙ୍ଗି ସମସ୍ତେ ସୁରକ୍ଷିତ ଅବସ୍ଥାରେ ବାହାରିଥିଲେ। ଗୁରୁବାର ଏ ନେଇ ସୁଦର୍ଶନଙ୍କ ଅଭିଯୋଗ ପରେ ଟାଉନ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏଥିସହ ସକାଳେ ସୁଦର୍ଶନଙ୍କ ପରିବାର ଲୋକେ ଜିଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ଆଗରେ ଧାରଣାରେ ବସିଥିଲେ। ପୋଲିସ ବୁଝାଶୁଝା କରିବା ପରେ ସେମାନେ ଧାରଣାରୁ ଉଠିଥିଲେ। ସୁଦର୍ଶନଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ଏକ ମାମଲା (ନଂ.୧୩୧/୨୨) ରୁଜୁ କରିଛି। ଅପରପକ୍ଷେ ରବୀନ୍ଦ୍ର କୁମାର ଦାସ ପାଲଟା ଅଭିଯୋଗ କରିଛନ୍ତି। ସୁଦର୍ଶନ ନିଜ ଘରେନିଆଁ ଲଗାଇ ଆମକୁ ଫସାଇବାକୁ ଚେଷ୍ଟା କରୁଥିବା ସେ ଏତଲାରେ ଉଲ୍ଲେଖ କରିଛନ୍ତି। ଏହି ଅଭିଯୋଗ ଆଧାରରେ ପୋଲିସ ଅନ୍ୟ ଏକ ମାମଲା (ନଂ. ୧୩୨/୨୨) ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ:  ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…

ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

୧ ଏପ୍ରିଲରୁ ୧୫ ଦିନ ଧରି ଚାଲିବ ସ୍ବ-ଗଣନା, ଏହି ୱେବସାଇଟ ମାଧ୍ୟମରେ ଦେବେ ସବୁ ତଥ୍ୟ, ଜିଲାପାଳ କହିଲେ…

ଛତ୍ରପୁର,୩୧।୩ (ଦିଲ୍ଲୀପ ସାମଲ ): ପ୍ରଥମ ପର୍ଯ୍ୟାୟର ଗୃହ ତାଲିକା ଓ ଗୃହ ଗଣନା (ସ୍ବ-ଗଣନା) ଆସନ୍ତାକାଲି ଅର୍ଥାତ୍‌ ୧ ଏପ୍ରିଲରୁ ୧୫ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

ନଦୀରେ ଭାସିଯାଇ ଯୁବକଙ୍କ ମୃତ୍ୟୁ: ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ, ୩୧।୩: (ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅନ୍ତର୍ଗତ ବଞ୍ଚୋ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଚିନ୍ମୟ ସେଠୀ…

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ…

ସଇତାନ ସାଜିଲା ସ୍ବାମୀ: ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟା କରି ନିଜ ଚାଷ ଜମିରେ ପୋତିଦେଲେ, ଆଜି ମିଳିଲା…

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ସନ୍ୟାସୀ କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ଟଙ୍କା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri