ତାଲା ପକାଇ ଘରେ ନିଆଁ ଲଗାଇଦେଲେ

ଭଦ୍ରକ ଅଫିସ,୧୪।୪: ଭଦ୍ରକ ସହରାଞ୍ଚଳ ଅନ୍ତର୍ଗତ ଗବସାହିରେ ବୁଧବାର ବିଳମ୍ବିତ ରାତିରେ ପୂର୍ବଶତ୍ରୁତାରୁ ଘରେ ତାଲା ପକାଇ ନିଆଁ ଲଗାଇଦେବା ଭଳି ଏକ ଅଭାବନୀୟ ଘଟଣା ଘଟିଛି। ଏଥିରେ ପରିବାର ଲୋକେ ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ଅଗ୍ନିକାଣ୍ଡରେ ୫ ବଖରା ଘର ଜଳିଯାଇଛି। ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ ହୋଇଯାଇଛି। ପୂର୍ବଶତ୍ରୁତାରୁ ଆକ୍ରୋଶମୂଳକ ଭାବେ ପଡ଼ୋଶୀମାନେ ଏଭଳି କାଣ୍ଡ ଘଟାଇଥିବା ଭଦ୍ରକ ଟାଉନ ଥାନାରେ ଅଭିଯୋଗ ହୋଇଛି। ପୋଲିସ ଏହି ଘଟଣାରେ ୩ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।
ସୂଚନା ଅନୁଯାୟୀ, ଗବସାହି ଅଞ୍ଚଳର ସୁଦର୍ଶନ ଦାସ ପରିବାରର ୬ସଦସ୍ୟଙ୍କ ସହ ଘର ଭିତରେ ଶୋଇଥିଲେ। ବିଳମ୍ବିତ ରାତିରେ ଘରଗୁଡ଼ିକ ହୁତୁହୁତୁ ହୋଇ ଜଳିବାରୁ ପରିବାର ଲୋକଙ୍କ ନିଦ ଭାଙ୍ଗିଥିଲା। ସେମାନେ ଜୀବନ ବିକଳରେ ବାହାରକୁ ବାହାରିବା ପାଇଁ ଚେଷ୍ଟା କରୁଥିବା ବେଳେ ଘର କବାଟ ବାହାରପଟୁ ତାଲା ଦିଆଯାଇଥିବା ଜାଣିପାରିଥିଲେ। ଉପସ୍ଥିତ ବୁଦ୍ଧି ଖଟାଇ ପଛପଟ ଝରକାକୁ ଭାଙ୍ଗି ସମସ୍ତେ ସୁରକ୍ଷିତ ଅବସ୍ଥାରେ ବାହାରିଥିଲେ। ଗୁରୁବାର ଏ ନେଇ ସୁଦର୍ଶନଙ୍କ ଅଭିଯୋଗ ପରେ ଟାଉନ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏଥିସହ ସକାଳେ ସୁଦର୍ଶନଙ୍କ ପରିବାର ଲୋକେ ଜିଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ଆଗରେ ଧାରଣାରେ ବସିଥିଲେ। ପୋଲିସ ବୁଝାଶୁଝା କରିବା ପରେ ସେମାନେ ଧାରଣାରୁ ଉଠିଥିଲେ। ସୁଦର୍ଶନଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ଏକ ମାମଲା (ନଂ.୧୩୧/୨୨) ରୁଜୁ କରିଛି। ଅପରପକ୍ଷେ ରବୀନ୍ଦ୍ର କୁମାର ଦାସ ପାଲଟା ଅଭିଯୋଗ କରିଛନ୍ତି। ସୁଦର୍ଶନ ନିଜ ଘରେନିଆଁ ଲଗାଇ ଆମକୁ ଫସାଇବାକୁ ଚେଷ୍ଟା କରୁଥିବା ସେ ଏତଲାରେ ଉଲ୍ଲେଖ କରିଛନ୍ତି। ଏହି ଅଭିଯୋଗ ଆଧାରରେ ପୋଲିସ ଅନ୍ୟ ଏକ ମାମଲା (ନଂ. ୧୩୨/୨୨) ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

ଫୁଲଚାଷ ପ୍ରତି ବଢୁଛି ଆଗ୍ରହ

ସମ୍ବଲପୁର,୨୯ା୩ (ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲାରେ ଧାନଫସଲରେ ପୂର୍ବଭଳି ଲାଭ ହେଉ ନ ଥିବାବେଳେ ଚାଷୀମାନେ ପନିପରିବା ଓ ଅନ୍ୟ ଅର୍ଥକରୀ ଫସଲ ଚାଷ...

ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ

ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା।...

କେନ୍ଦୁଝର ବଳଦେବଜୀଉ ମନ୍ଦିର ହୁଣ୍ଡି ଟେକିନେଲେ ଦୁର୍ବୃତ୍ତ

କେନ୍ଦୁଝର,୨୯ା୩: କେନ୍ଦୁଝରର ଆରାଧ୍ୟ ଦେବତା ପ୍ରଭୁ ବଳଦେବଜୀଉଙ୍କ ମନ୍ଦିର ହୁଣ୍ଡିରୁ ଚୋରି ଅଭିଯୋଗ ଆସିଛି। ଗୁରୁବାର ମଧ୍ୟରାତ୍ରରେ ହୁଣ୍ଡି ଭାଙ୍ଗି ସେଥିରେ ଥିବା ଟଙ୍କା ଏବଂ...

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ଇସ୍ତଫା ଦେଲେ ଜିଲା ସଭାପତି ପ୍ରକାଶ ବେହେରା

କଟକ,୨୯।୩: ସାଧାରଣ ନିର୍ବାଚନ ଆଗରୁ କଟକ ରାଜନୀତିରେ ଜାରି ରହିଛି ଦଳ ବଦଳ ପର୍ବ। ଅରିନ୍ଦମ ରାୟଙ୍କ ପଛେ ପଛେ ଏମପି ଭର୍ତ୍ତୃହରି ମହତାବ ଗୁରୁବାର...

ବିଧାନସଭା ନିର୍ବାଚନକୁ ଫେରିପାରନ୍ତି ମହେଶ

ଅନୁଗୋଳ,୨୯ା୩ (ଅମିତ କୁମାର ସାମଲ): ଢେଙ୍କାନାଳ ସଂସଦୀୟ କ୍ଷେତ୍ର ପାଇଁ ବିଜେଡି ଡା. ଅବିନାଶ ସାମଲଙ୍କ ନାମ ଘୋଷଣା କରିବା ପରେ ଅନୁଗୋଳ ଜିଲାର ପୁରୁଖା...

ପ୍ରାର୍ଥୀ ଘୋଷଣା ନେଇ ବିଜେଡିରେ ହୋଇପାରୁନି ନିଷ୍ପତ୍ତି

ଢେଙ୍କାନାଳ,୨୯ା୩(ରତନ ନାୟାର): ଢେଙ୍କାନାଳ ଲୋକ ସଭା କ୍ଷେତ୍ର ଅଧୀନରେ ଆସୁଥିବା ଢେଙ୍କାନାଳ ଓ ଅନୁଗୋଳ ଜିଲାର ୭ ବିଧାନସଭା ନିର୍ବାଚନମଣ୍ଡଳୀରୁ ଢେଙ୍କାନାଳ ଜିଲାରେ ରହିଛି ୪ଟି...

ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୯ା୩ (କାର୍ତ୍ତିକ ସାହୁ):ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟଙ୍କ ନିର୍ଦ୍ଦେଶ ବିରୋଧରେ ବିଧାୟକ ଜେନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri