ଘରେ ନିଆଁ,ବାହାରେ ଜଗିଥିଲା ହାତୀ

ବାରିପଦା ଅଫିସ/ବୈଶିଙ୍ଗା,୯ା୭(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଅଧୀନ ଫୁଲଝରୀ ଗ୍ରାମରେ ଶିମିଳିପାଳରୁ ଆସିଥିବା ଦନ୍ତା ଉତ୍ପାତରେ ଗୋଟିଏ ପରିବାର ସର୍ବସ୍ବାନ୍ତ ହୋଇଛନ୍ତି। ହାତୀ ଯୋଗୁ ନିଆଁ ଲାଗି ତାଙ୍କର ୨ ବଖରା ଘର ସମ୍ପୂର୍ଣ୍ଣ ଜଳିଯାଇଛି। ଘରେ ନିଆଁ ଜଳୁଥିବା ବେଳେ ବାହାରେ ହାତୀ ଜଗି ରହିଥିଲା। ବିପଦରୁ ବର୍ତ୍ତିବା ପାଇଁ ପରିବାରର ୪ ସଦସ୍ୟ ପଛପଟ ଝରକା ତାଡ଼ି ବାହାରକୁ ବାହାରିବା ସହ ଜୀବନ ବଞ୍ଚାଇବାକୁ ସକ୍ଷମ ହୋଇଥିଲେ।
ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ହାତୀପଲ ଗଁାରେ ପଶି ବ୍ୟାପକ ତାଣ୍ଡବ ରଚିଥିଲେ। ଗ୍ରାମର ସୁରାଇ ମୁର୍ମୁଙ୍କ ଘର ଚାଳରୁ ଏକ ଦନ୍ତା ନଡ଼ା ଟାଣି ଖାଇଥିଲା। ରୋଷେଇ ଘର ଚୁଲିରୁ ନିଆଁ ଲିଭି ନ ଥିବା ଯୋଗୁ ଛପରରୁ ନଡ଼ା ଖସି ଘରେ ନିଆଁ ଲାଗି ଯାଇଥିଲା। ଘରେ ନିଆଁ ଜଳୁଥିବା ବେଳେ ବାହାରେ ଦନ୍ତା ଜଗି ରହିବା ଦେଖି ପରିବାରର ୪ ସଦସ୍ୟ ଜୀବନ ବଞ୍ଚାଇବା ପାଇଁ କବାଟ ବନ୍ଦ କରି ରହିଥିଲେ। ତେବେ ବାହାରକୁ ବାହାରିବା ପାଇଁ ବାରମ୍ବାର ଚେଷ୍ଟା କରିଥିବା ବେଳେ ହାତୀ ଭୟରେ ବାହାରି ପାରି ନ ଥିଲେ। ସେମାନଙ୍କ ଚିତ୍କାର ଶୁଣି ପଡ଼ୋଶୀମାନେ ପହଞ୍ଚି ହାତୀକୁ ଘଉଡ଼ାଇବାକୁ ଚେଷ୍ଟା କରିଥିଲେ। ମାତ୍ର ହିଂସ୍ର ହୋଇଥିବା ଦନ୍ତାଟି ସେଠାରୁ ଯାଇ ନ ଥିଲା। ଫଳରେ ଘରର ପଛପଟ ଝରକା ତାଡ଼ି ସୁରାଇଙ୍କ ସହ ଝିଅ ହିସୀ, ଭାଇ ରାମଚନ୍ଦ୍ର ଓ ଭାଉଜ ଲକ୍ଷ୍ମୀ ବାହାରକୁ ଆସିଥିଲେ। ନିଆଁ ଲାଗି ସୁରାଇଙ୍କ ଘରେ ଥିବା ସମସ୍ତ ଆସବାବପତ୍ର, ଦରକାରୀ କାଗଜପତ୍ର ଓ ଧାନଚାଉଳ ପୋଡ଼ି ନଷ୍ଟ ହୋଇଯାଇଛି। ବିପନ୍ନ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି। ବେତନଟୀ ରେଞ୍ଜର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି। ତେବେ ଦୀର୍ଘ ଦିନ ଧରି ଏହି ହାତୀପଲ ଗାଁ ଜଙ୍ଗଲ ଛାଡ଼ି ଶିମିଳିପାଳକୁ ଯାଉ ନ ଥିବାରୁ ଅଞ୍ଚଳରେ ଅସନ୍ତୋଷ ତେଜିବାରେ ଲାଗିଛି। ବନବିଭାଗ ହାତୀର ଗତିବିଧି ଉପରେ ନଜର ରଖିଥିବା ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri