ଶୋଇଥିଲେ ଘର ଲୋକ, ଫାଟିଲା ସିଲିଣ୍ଡର: ଆଉ ତା’ପରେ ଘଟିଲା…

ଦେବଗଡ,୯।୧୨(ଶଶାଙ୍କ ଶେଖର ଝାଙ୍କର)ଦେବଗଡ ଜିଲ୍ଲା ବାରକୋଟ ବ୍ଲକ ସଦର ରେ ଗ୍ୟାସ ସିଲିଣ୍ଡର ଫାଟି ବ୍ୟାପକ କ୍ଷୟକ୍ଷତି, ଅଳ୍ପକେ ବର୍ତ୍ତିଲେ ପରିବାର। ଦେବଗଡ ଜିଲା ବାରକୋଟ ବ୍ଲକ ସଦର ମହକୁମାରେ ସୋମବାର ବିଳମ୍ବିତ ରାତି ଏଭଳି ଅଘଟଣ ଦେଖାଦେଇଛି । ବାରକୋଟ ମେଡିକାଲ ପଛ ପଟେ ରହୁଥିବା ଅନୂଲ୍ୟ ନାଥଙ୍କ ଘରେ ଏଭଳି ଅଘଟଣ ଘଟିଛି । ଘର ସମ୍ମୁଖ ପୋର୍ଟିକୋ ତଳେ ଏକ ଇଣ୍ଡିଆନ ଗ୍ୟାସ ସିଲିଣ୍ଡର ରଖାଯାଇଥିଲା। କୌଣସି କାରଣରୁ ସେଥିରେ ଅଗ୍ନି ସଂଯୋଗ ହୋଇ ଫାଟି ଯାଇଥିବା ଜଣାପଡିଛି । ବିଳମ୍ବିତ ରାତି ପରିବାର ଲୋକ ଘର ଭିତରେ ଶୋଇଥିବାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି । କିନ୍ତୁ ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ପରେ ସିଡି ଘରର ଆଜବେଷ୍ଟ ଛାତ ଉଡିଯିବା ସହିତ କାନ୍ଥରୁ ପ୍ଲାଷ୍ଟର ଖସି ପଡିଛି । ସେହିପରି ପୋର୍ଟିକୋ ତଳେ ଥିବା କାର୍‌ ଏବଂ ବାଇକ୍‌ରେ ନିଆଁ ଲାଗି ଜଳିପୋଡି ଯାଇଥିବାବେଳେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ଯୋଗୁ ଭୟଙ୍କର ଶବ୍ଦ ସୃଷ୍ଟି ହୋଇଥିଲା। ଅନୂଲ୍ୟଙ୍କ ପରିବାର ଏବଂ ସାହି ପଡିଶା ଲୋକ ଘଟଣାସ୍ଥଳକୁ ଦୌଡି ଆସିଥିଲେ। ଏନେଇ ବାରକୋଟ ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିବା ବେଳେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲେ। କିନ୍ତୁ କେଉଁ କାରଣରୁ ଗ୍ୟାସ ସିଲିଣ୍ଡରରେ ନିଆଁ ଲାଗିଲା ଜଣାପଡିନାହିଁ। ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ଯୋଗୁ ଭୟଙ୍କର ଶବ୍ଦ ସୃଷ୍ଟି ହୋଇଥିଲା । ଅନୂଲ୍ୟଙ୍କ ପରିବାର ଏବଂ ସାହି ପୋଡିଶା ଲୋକ ଘଟଣାସ୍ଥଳକୁ ଦୌଡି ଆସିଥିଲେ । ଏନେଇ ବାରକୋଟ ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିବାବେଳେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲେ। କିନ୍ତୁ କେଉଁ କାରଣରୁ ଗ୍ୟାସ ସିଲିଣ୍ଡରରେ ନିଆଁ ଲାଗିଲା ଜଣାପଡିନାହିଁ ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବ୍ଲାକମେଲିଂ: ଫେକ ଆକାଉଣ୍ଟ ଖୋଲି ଛାଡୁଥିଲେ…

ଜଗତ୍‌ସିଂହପୁର,୩୧ା୧(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବ୍ଲାକ ମେଲିଂ ଅଭିଯୋଗରେ ଜଣେ ଯୁବକ ଗିରଫ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ନନ୍ଦିପଡ଼ା…

୧୯ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ: ବିଜୟ ସହ ଭାରତର ଅଭିଯାନ ଆରମ୍ଭ

ପୋଖରା, ୩୧ା୧:ସ୍ଥାନୀୟ ପୋଖାରା ରଙ୍ଗଶାଂଳା ଷ୍ଟାଡିୟମରେ ଆୟୋଜକ ନେପାଳ ବିପକ୍ଷରେ ୧-୦ ଗୋଲ୍‌ରେ ବିଜୟ ହାସଲ କରି ଭାରତ ୧୯ ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ…

ଇଶାନଙ୍କ ବିସ୍ଫୋରକ ଶତକ: ୪-୧ରେ ଭାରତର ସିରିଜ ବିଜୟ

ଥିରୁଭାନନ୍ତପୁରମ,୩୧ା୧- ଇଶାନ କିଶନଙ୍କ ବିସ୍ଫୋରକ ଶତକ ଓ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ସହ ଦ୍ରୁତ ୧୩୭ ରନର ଭାଗୀଦାରି ଏବଂ ଅର୍ଶଦୀପଙ୍କ ୫ ଉଇକେଟ ସଫଳତାକୁ ପାଥେୟ…

ମାଗଣାରେ ରୋଗୀଙ୍କୁ ମେଡିକାଲ ନେବାକୁ ନିଆରା ପ୍ରୟାସ: ଅଟୋ ଶୁଭାରମ୍ଭ କଲେ ବିଡିଓ

ବିଷମକଟକ,୩୧।୧ (ପ୍ରସନ୍ନ କୁମାର ପଣ୍ଡା) : ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ହାଟ ମୁନିଗୁଡ଼ା ପଞ୍ଚାୟତରେ ରୋଗୀ ସେବା ଯୋଗାଇଦେବାକ ଏକ ଛୋଟ ପ୍ରୟାସ କରାଯାଇଛି।…

ନଳିନୀ ବିଦ୍ୟା ମନ୍ଦିରରେ ଝାଡ଼ାବାନ୍ତି ଆତଙ୍କ: ଜଣେ ଛାତ୍ରୀ ମୃତ, ୪୦ ଗୁରୁତର

ବିଷମ କଟକ, ୩୧।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ଚାଟିକଣା ପଞ୍ଚାୟତରେ ମଙ୍ଗଳ ବିଭାଗ ଦ୍ୱାରା ପରିଚାଳନିତ ନଳିନୀ ବିଦ୍ୟାମନ୍ଦିରର ହଷ୍ଟେଲରେ ଶୁକ୍ରବାରଠାରୁ…

ଖଣି ଭୁଶୁଡ଼ି ଚାଲିଗଲା ୨୦୦ ଲୋକଙ୍କ ଜୀବନ, ପଶି ରହିଛନ୍ତି ଅନେକ…

ଗୋମା(କଙ୍ଗୋ),୩୧ା୧ପୂର୍ବ କଙ୍ଗୋର କୋଲଟାନ ଖଣି ଅଞ୍ଚଳରେ କେତେକ ଖଣି ଭୁଶୁଡ଼ିପଡ଼ିବାରୁ ଅନୂ୍ୟନ ୨୦୦ ଲୋକଙ୍କ ମୃତ୍ୟୁ ଘଟିଥିବା ଶନିବାର ବିଦ୍ରୋହୀ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏମ୍‌୨୩…

ଦାରିଙ୍ଗବାଡ଼ି ପ୍ରଶଂସାରେ ଶତମୁଖ ବିଦେଶୀ ପର୍ଯ୍ୟଟକ: ସାଇକେଲରେ ବୁଲିଲେ, ଇକୋ ରିଟ୍ରିଟ୍‌ରେ…

ଦାରିଙ୍ଗବାଡି, ୩୧।୧ (ଅରୁଣ ସାହୁ): ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନ କ୍ଷେତ୍ର ମଧ୍ୟରୁ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଟିଏ। ଏଠାକୁ ବୁଲି ଆସିବାକୁ ବିଦେଶୀ ପର୍ଯ୍ୟଟକଙ୍କ ଆଗ୍ରହ ପୁଣି…

ଅନାସ୍ଥା ପରେ ଖାଲି ପଡ଼ିଥିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ: ଉପାଧ୍ୟକ୍ଷ ବିଶ୍ୱନାଥଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ୱ

ଗୁଣପୁର,୩୧।୧(ସଂକେତ ପାତ୍ର)- ଅନାସ୍ଥା ପ୍ରସ୍ତାବ ଗୃହୀତ ହେବା ପରେ ଲକ୍ଷ୍ମୀ ଶବରଙ୍କ ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ ଗତ ୨୨ତାରିଖର ରଦ୍ଦ ହୋଇଥିଲା। ଏହାପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri