କେନ୍ଦ୍ରୀୟ ଯୋଜନା ଅର୍ଥ ଖର୍ଚ୍ଚ କରିପାରୁନି ପ୍ରାଣିସମ୍ପଦ ବିଭାଗ

ଭୁବନେଶ୍ୱର,୧୬।୧(ରବିନାରାୟଣ ଜେନା): କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା(ସିଏସ୍‌ଏସ୍‌) ହେଉ କିମ୍ବା କେନ୍ଦ୍ରୀୟ ସ୍ବତନ୍ତ୍ର ସହାୟତା(ସିଏସ୍‌ଏ)ଯୋଜନାରେ କିଭଳି ରାଜ୍ୟକୁ ଅଧିକରୁ ଅଧିକ ଅର୍ଥ ଆସିବ ତାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଅନ୍ୟାନ୍ୟ ମନ୍ତ୍ରୀଗଣ ଗୁରୁତ୍ୱ ଦେଉଛନ୍ତି। ଏହାକୁ ନେଇ କେନ୍ଦ୍ର ଉପରେ ବିଭିନ୍ନ ସମୟରେ ପତ୍ର ଲେଖି ଚାପ ସୃଷ୍ଟି କରୁଛନ୍ତି। ଏପରି କି ୩ଦିନ ପୂର୍ବରୁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତା ରାମନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୨୦୨୬-୨୭ ଆର୍ଥିକବର୍ଷ ଲାଗି ପ୍ରାକ୍‌ ବଜେଟ ପ୍ରସ୍ତୁତି ବୈଠକରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରାଜ୍ୟକୁ କେନ୍ଦ୍ରୀୟ ଅନୁଦାନ ଅର୍ଥ ପରିମାଣ ବଢ଼ାଇବା ଲାଗି କେତେକ ପ୍ରସ୍ତାବ ଉପରେ ଗୁରୁତ୍ୱ ଦେଇଛନ୍ତି। ହେଲେ ରାଜ୍ୟର କେତେକ ବିଭାଗ ଏହି ଅର୍ଥକୁ ଠିକଣା ବାଟରେ ଖର୍ଚ୍ଚ କରିପାରୁ ନାହାନ୍ତି। ଫଳରେ ରାଜ୍ୟ ସରକାର ରାଜ୍ୟକୁ ବିକାଶର ଶୀର୍ଷରେ ପହଞ୍ଚାଇବା ପାଇଁ ଯେଉଁ ଆଭିମୁଖ୍ୟ ରଖିଛନ୍ତି ତାହା କେତେଦୂର ସାଧିତ ହେବ ତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ଗୁରୁବାର ମୁଖ୍ୟଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଚିବସ୍ତରୀୟ ବୈଠକର ବିବରଣୀ ଅନୁଯାୟୀ, ରାଜ୍ୟ ପ୍ରାଣୀସମ୍ପଦ ବିଭାଗ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା ଅର୍ଥରୁ ମାତ୍ର ୮.୩୫ ପ୍ରତିଶତ ଟଙ୍କା ଖର୍ଚ୍ଚ କରିଥିବା ଜଣାଯାଇଛି। ଏହାକୁ ନେଇ ମୁଖ୍ୟସଚିବ ଅସନ୍ତୋଷ ପ୍ରକାଶ କରିବା ସହିତ ଏହା କିଭଳି ତ୍ୱରାନ୍ବିତ ହୋଇପାରିବ ସେନେଇ ବିଭାଗୀୟ ପ୍ରମୁଖ ଶାସନ ସଚିବ ସୁରେଶ ବଶିଷ୍ଠଙ୍କୁ ତାଗିଦ କରିଛନ୍ତି।
ବୈଠକର ସୂଚନା ଅନୁଯାୟୀ, ୨୦୨୫-୨୬ ବର୍ଷରେ କେବଳ ପ୍ରାଣୀସମ୍ପଦ ବିଭାଗ ପକ୍ଷରୁ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନାରେ ୧୫୫.୩୬କୋଟି ଟଙ୍କା ବ୍ୟୟଅଟକଳ କରାଯାଇଥିଲା। ସେଥିମଧ୍ୟରୁ ବିଭାଗ ପକ୍ଷରୁ ୧୫.୮୧କୋଟି ଟଙ୍କା ଅନୁଦାନ ହୋଇଥିବାବେଳେ ୧୨.୭୯କୋଟି ଟଙ୍କା ଉଠିଥିଲା। ଡିସେମ୍ବର ୩୧ ତାରିଖ ସୁଦ୍ଧା ବିଭାଗ ଏହି ଯୋଜନାରେ ୮.୩୫ପ୍ରତିଶତ ଅର୍ଥ ଖର୍ଚ୍ଚ କରିଛି ବୋଲି ବୈଠକରେ ଜଣାଇଥିଲା। ତେବେ ରାଜ୍ୟ ଯୋଜନାରେ ପ୍ରାଣୀସମ୍ପଦ ବିଭାଗ ଭଲ ପ୍ରଦର୍ଶନ କରିଛି। ୭୭୧.୨୦କୋଟି ଟଙ୍କା ବ୍ୟୟ ଅଟକଳ ମଧ୍ୟରୁ ୯୦.୯୮ପ୍ରତିଶତ ଖର୍ଚ୍ଚ କରିପାରିଛି। ଅନ୍ୟପକ୍ଷରେ ମତ୍ସ୍ୟ ସମ୍ପଦ ବିଭାଗ ଉଭୟ କେନ୍ଦ୍ର ଓ ରାଜସ୍ବ ଯୋଜନାରେ ଯଥାକ୍ରମେ ୬୪.୬୩% ଏବଂ ୩୪.୧୮ ପ୍ରତିଶତ ଅର୍ଥ ଖର୍ଚ୍ଚ କରିଥିବା ଜଣାଯାଇଛି। ବିଭାଗ ପକ୍ଷରୁ ଚଳିତବର୍ଷ ଲାଗି କାର୍ଯ୍ୟକ୍ରମ ବାବଦରେ ୧୬୫୫.୨୯କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଥିବାବେଳେ ଡିସେମ୍ବର ଶେଷ ସୁଦ୍ଧା ୬୨.୪୬ପ୍ରତିଶତ ଖର୍ଚ୍ଚ ହୋଇଛି। ଅନ୍ୟପକ୍ଷରେ ପ୍ରଶାସନିକ ଖର୍ଚ୍ଚ ବାବଦକୁ ୬୧୫.୪୯କୋଟି ଟଙ୍କା ମଧ୍ୟରୁ ୭୩.୨୮ପ୍ରତିଶତ ଖର୍ଚ୍ଚ ହୋଇଛି। ସମୁଦାୟ ୨୨୭୦.୭୯କୋଟି ଟଙ୍କା ମଧ୍ୟରୁ ୧୪୮୪.୯୨ପ୍ରତିଶତ ଅର୍ଥ ଖର୍ଚ୍ଚ ବିଭାଗ କରିବାକୁ ସକ୍ଷମ ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri