Posted inଖେଳ

ଭାରତର ଲୋକେ ମୋତେ ମାରିଦେବେ, କାହିଁକି ଏମିତି କହିଲେ ଜେମିମା

ଲଣ୍ଡନ,୧୧।୮: ଇଂଲଣ୍ଡରେ ଦି ହଣ୍ଡ୍ରେଡ ମହିଳା ପ୍ରତିଯୋଗିତା ୨୦୨୧ରେ ନିଜର ଚମତ୍କାର ପ୍ରଦର୍ଶନ ଜାରି ରଖିଛନ୍ତି ଭାରତର ବ୍ୟାଟ୍ସମ୍ୟାନ ଜେମିମା ରୋଡ୍ରିଗୁସ। ଜେମିମା ରୋଡ୍ରିଗୁସ ନର୍ଥ ସୁପରଚାର୍ଜ ଦଳ ପାଇଁ ଖେଳୁଥିବାବେଳେ ୫ଟି ମ୍ୟାଚରେ ୨୪୧ ରନ ସଂଗ୍ରହ କରିଛନ୍ତି ଏବଂ ଟୁର୍ନାମେଣ୍ଟର ଶ୍ରେଷ୍ଠ ସ୍କୋରର ଅଟନ୍ତି। ଜେମିମା ନିକଟରେ ଏକ ମନ୍ତବ୍ୟ ଚର୍ଚ୍ଚାକୁ ଆସିଛନ୍ତି। ସେ ଅରିଜିନାଲ୍‌ ଏବଂ ସ୍ପିରିଟ୍‌ ଦଳ ମଧ୍ୟରେ ହୋଇଥିବା ମ୍ୟାଚରେ ତାଙ୍କୁ କମେଣ୍ଟ୍ରି କରୁଥିବା ଦେଖିବାକୁ ମିଳିଥିଲା। ଏହି ସମୟରେ ଜେମିମାଙ୍କୁ ମଧ୍ୟ କିଛି ପ୍ରଶ୍ନ ପଚରାଯାଇଥିଲା। ଜେମିମାଙ୍କୁ ଏକ ପ୍ରଶ୍ନ ପଚରାଯାଇଥିଲା ଯେ ତାଙ୍କର ପ୍ରିୟ ଉଇକେଟ କିପର କିଏ? ଏହା ଉପରେ ଜେମିମା ଅଷ୍ଟ୍ରେଲିଆର ପୂର୍ବତନ ଉଇକେଟ କିପର ଆଦାମ ଗିଲକ୍ରିଷ୍ଟଙ୍କ ନାମ ନେଇଥିଲେ। କିନ୍ତୁ ଏହାର କିଛି ସମୟ ପରେ ଜେମିମା ମଧ୍ୟ ଏମଏସ ଧୋନୀଙ୍କ ନାମ ନେଇଥିଲେ। ଜେମିମା କହିଛନ୍ତି, ମୋର ପ୍ରିୟ ଉଇକେଟ କିପର ହେଉଛନ୍ତି ଆଦାମ ଗିଲକ୍ରିଷ୍ଟ। ମୋତେ ଏମଏସ ଧୋନୀ ମଧ୍ୟ କ୍ଷମା କରନ୍ତୁ। ନହେଲେ ମୋତେ ଭାରତରେ ଲୋକମାନେ ମାରିଦେବେ।
ଜେମିମା ହେଉଛନ୍ତି ଏକମାତ୍ର ବ୍ୟାଟ୍ସମ୍ୟାନ ଯିଏ ଦି ହଣ୍ଡ୍ରେଡ ଟୁର୍ନାମେଣ୍ଟରେ ୨୦୦ରୁ ଅଧିକ ରନ ସ୍କୋର କରିଛନ୍ତି। ତାଙ୍କର ବ୍ୟାଟିଂ ହାରାହାରି ୬୦ରୁ ଅଧିକ ଏବଂ ସେ ୩ ଅର୍ଦ୍ଧଶତକ ହାସଲ କରିଛନ୍ତି। ଜେମିମାଙ୍କ ବ୍ୟତୀତ ଶେଫାଳି ବର୍ମା ବର୍ମିଂହାମ ଫିନିକ୍ସ ପାଇଁ ମଧ୍ୟ ଖେଳୁଛନ୍ତି ଏବଂ ଏହି ବିସ୍ଫୋରକ ଡାହାଣହାତୀ ବ୍ୟାଟ୍ସମ୍ୟାନ ହାରାହାରି ୨୯.୪୦ରେ ୬ ଇନିଂସରେ ୧୪୭ ରନ ସଂଗ୍ରହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri