ଦନ୍ତାକୁ ମାରି ଦାନ୍ତ ଲୁଟି ନେଲେ ଶିକାରୀ

ନୀଳଗିରି,୨୪।୩(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ କୁଲଡ଼ିହା ଅଭୟାରଣ୍ୟରେ ହାତୀ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। କେତେବେଳେ ଅସୁସ୍ଥତା କାରଣରୁ ତ କେତେବେଳେ ଶିକାରୀଙ୍କ ଦ୍ୱାରା ଯାଉଛି ହାତୀଙ୍କ ଜୀବନ। ଗୁରୁବାର କୁଲଡ଼ିହାରୁ ଏକ ଦନ୍ତା ହାତୀର ମୃତଦେହ ଠାବ ହୋଇଛି। ଶିକାରୀମାନେ ହାତୀକୁ ମାରି ଦାନ୍ତକୁ କାଟି ନେଇଥିବା ଜଣାପଡ଼ିଛି।
ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ କୁଲଡ଼ିହା ଅଭୟାରଣ୍ୟରେ ୧୦୦ରୁ ଊର୍ଦ୍ଧ୍ୱ ହାତୀ ରହିଛନ୍ତି। ଗତ ଫେବୃୟାରୀ ୨୭ରେ ଏକ ଛୁଆହାତୀର ମୃତ୍ୟୁ ଘଟିଥିବା ବେଳେ ଗତ ୧୪ମାସ ମଧ୍ୟରେ କ୍ରମାଗତ ଭାବେ ୭ଟି ହାତୀର ମୃତ୍ୟୁ ହେଲାଣି। ଗୁରୁବାର କୁଲଡିହା ଅଭୟାରଣ୍ୟର କଳମାଚତୁରୀଠାରେ ଏକ ଦନ୍ତା ହାତୀର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଏହି ଘଟଣା ପ୍ରକୃତିପ୍ରେମୀ ଓ ବନାଞ୍ଚଳବାସୀଙ୍କୁ ବ୍ୟଥିତ କରିଛି। କୁଲଡ଼ିହା ରେଞ୍ଜର ଅନନ୍ତ କୁମାର ଜେନା ଓ ସ୍ଥାନୀୟ ଫରେଷ୍ଟର ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରିଛନ୍ତି। ଜଙ୍ଗଲ ମଧ୍ୟକୁ ଗଣମାଧ୍ୟମ ପ୍ରତିନିଧିଙ୍କୁ ପ୍ରବେଶ କରାଇ ଦିଆଯାଉନାହଁି। ଅଭୟାରଣ୍ୟ ଭିତରେ ଶିକାରୀଙ୍କ ଦ୍ୱାରା ଦନ୍ତାହାତୀକୁ ମାରି ଦାନ୍ତ କାଟି ନେବା ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ବନାଞ୍ଚଳବାସୀ ଦାବି କରିଛନ୍ତି। ହାତୀ ସୁରକ୍ଷା ନେଇ ସ୍ଥାନୀୟ ବିଧାୟକ ଇଂ. ସୁକାନ୍ତ କୁମାର ନାୟକ ଚିନ୍ତା ପ୍ରକାଶ କରିବା ସହ ବିଧାନସଭାରେ ପ୍ରଶ୍ନ ଉଠାଇବେ ବୋଲି କହିଛନ୍ତି।
ଏନେଇ ବାଲେଶ୍ୱର ଡିଏଫ୍‌ଓ ଖୁସୱନ୍ତ ସିଂହଙ୍କୁ ପଚାରିବାରୁ ସେ ଖବର ପାଇବା ପରେ ତଦନ୍ତ ପାଇଁ ଘଟଣାସ୍ଥଳକୁ ଯାଉଛନ୍ତି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri