Posted inଜାତୀୟ

ସ୍ତ୍ରୀ-ସ୍ବାମୀ ଏକାଠି ମିଶି ପିଉଥିଲେ ମଦ, ଆସିଲା ଫୋନ୍‌ କଲ୍‌; ଆଉ ତା’ପରେ ସବୁ ବଦଳି ଗଲା

ମିରୁଟ୍‌,୧୧।୬: ଉତ୍ତରପ୍ରଦେଶର ମିରୁଟ୍‌ରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମଦ୍ୟପ ସ୍ବାମୀ ତୀକ୍ଷ୍ଣ ଅସ୍ତ୍ରରେ ନିଜ ସ୍ତ୍ରୀଙ୍କ ବେକକୁ କାଟି ଦେଇଛନ୍ତି। ଆକ୍ରମଣ ସମୟରେ ମହିଳା ଜଣକ ମଧ୍ୟ ମଦ୍ୟପାନ କରି ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ଅନୈତିକ ସମ୍ପର୍କ ସନ୍ଦେହରେ ସ୍ବାମୀ ଏହି କାଣ୍ଡ ଘଟାଇ ଥିବା ଜଣାପଡିଛି। ପରେ ପୋଲିସ ଅଭିଯୁକ୍ତ ସ୍ବାମୀଙ୍କୁ ଗିରଫ କରିଛି।
ସୂଚନାଯୋଗ୍ୟ, ବ୍ରହ୍ମପୁରୀ ପୋଲିସ ଷ୍ଟେଶନ ଅଞ୍ଚଳର ମୋହଲା ବାଗଡିଆନଙ୍କ ଅଞ୍ଚଳରେ ଏହି ଘଟଣା ଘଟିଛି। ବିକାଶ ଓରଫ୍‌ ବିକି ଗତ ବର୍ଷ ଦିଲ୍ଲୀର ମଙ୍ଗୋଲପୁରୀ ନିବାସୀ ନେହାଙ୍କୁ ବିବାହ କରିଥିଲେ। ଦୁହେଁ ସାରେ ଘରେ ମଦ୍ୟପାନ କରୁଥିଲେ। ଏହି ସମୟରେ ନେହାଙ୍କ ଫୋନରେ ଏକ କଲ ଆସିଥିଲା। ଏହି ପ୍ରସଙ୍ଗରେ ବିକାଶ ଏବଂ ନେହାଙ୍କ ମଧ୍ୟରେ ଝଗଡା ହୋଇଥିଲା। ବିକାଶ ପ୍ରଥମେ ନେହାଙ୍କୁ ଆକ୍ରମଣ କରିଥିଲେ ଏବଂ ପରେ ପନିପରିବା କଟାଯାଉଥିବା ଛୁରୀରେ ତାଙ୍କ ଗଳା କାଟି ଦେଇଥିଲେ। ଦୀର୍ଘ ସମୟ ଧରି ସେ ରକ୍ତସ୍ରାବ ଅବସ୍ଥାରେ ନେହା ଅଚେତ୍‌ ହୋଇ ତଳେ ପଡ଼ି ରହିଥିଲେ। ବିକାଶଙ୍କ ମା’ ଏହା ଜାଣି ଘଟଣାସ୍ଥଳରେ ପହଞ୍ଚିଥିଲେ ଏବଂ ଲୋକଙ୍କ ସାହାଯ୍ୟରେ ନେହାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପୋଲିସ କହିଛି ଯେ, ଅଭିଯୁକ୍ତ ସ୍ବାମୀଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

ବାଲିଯାତ୍ରାରେ ରକ୍ତପାତ: ଛୁରାମାଡ଼ରେ ଜଣେ ମୃତ, ଅନ୍ୟଜଣେ ଗୁରୁତର

କଲ୍ୟାଣସିଂହପୁର, ୯।୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ଘଟିଛି ଏକ ଅଭାବନୀୟ ଘଟଣା। ସାମାନ୍ୟ ବଚସାକୁ କେନ୍ଦ୍ର କରି…

କେତେ ପଢ଼ିଛନ୍ତି ଫେମସ ୟୁଟ୍ୟୁବର ଧ୍ରୁବ ରାଠୀ? ନେଟ୍ ୱର୍ଥ ଶୁଣିଲେ ଉଡ଼ିଯିବ ହୋସ୍

ଗତ କିଛି ବର୍ଷ ମଧ୍ୟରେ ଧ୍ରୁବ ରାଠିଙ୍କ ନାମ ଭାରତୀୟ ସୋସିଆଲ ମିଡିଆ ଜଗତରେ ଅଧିକ ଲୋକପ୍ରିୟ ହୋଇଛି। ପ୍ରାରମ୍ଭିକ ଦିନରେ ଟ୍ରାଭେଲ ଭିଡିଓ ଯୋଗୁଁ ଫେମସ…

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?