ମଦ ପିଇବା ପାଇଁ ସ୍ତ୍ରୀଙ୍କୁ ଟଙ୍କା ମାଗିଲେ ସ୍ବାମୀ, ନ ଦେବାରୁ ନେଲେ ଏମିତି ପଦକ୍ଷେପ…

ତୁମୁଡ଼ିବନ୍ଧ,୨୭ା୧୦(ଦୀପକ କୁମାର ପରାସେଠ): ନୃଶଂସ ସ୍ବାମୀଙ୍କର ଅମାନୁଷିକ କାଣ୍ଡ। ମଦ୍ୟପାନ ପାଇଁ ସ୍ବାମୀ ଟଙ୍କା ମାଗିବା ପରେ ସ୍ତ୍ରୀ ଟଙ୍କା ନ ଦେବାରୁ ଛୁରିରେ ସ୍ତ୍ରୀଙ୍କ ଗଳା କାଟି ହତ୍ୟା କରିଛନ୍ତି ସ୍ବାମୀ।

କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ନୂଆମୁଣ୍ଡା ଗାଁରେ ଘଟିଛି ଏପରି ବୀଭତ୍ସ ହତ୍ୟାକାଣ୍ଡ। ସ୍ବାମୀ ଚନ୍ଦ୍ରକାନ୍ତ ବେହେରଦଳାଇ(୪୫) ସ୍ତ୍ରୀ ମଧୁମତି ବେହେରଦଳାଇଙ୍କୁ ଛୁରିରେ ଗଳା କାଟି ନିର୍ମମ ଭାବେ ହତ୍ୟା କରଛନ୍ତି। ଗତଶନିବାର ସନ୍ଧ୍ୟା ୫ଟାରେ ମଧୁମତିଙ୍କୁ ଚନ୍ଦ୍ରକାନ୍ତ ମଦ ପିଇବା ପାଇଁ ଟଙ୍କା ମାଗିଥିଲେ। ତେବେ ସ୍ତ୍ରୀ ନ ଦେବା ପରେ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ପରେ ମଦ୍ୟପ ସ୍ବାମୀ ପ୍ରଥମେ ବାହାର କବାଟ ଭିତର ପଟୁ ଗେଡ଼ା ଦେଇ ସ୍ତ୍ରୀକୁ ଧରି ନିର୍ମମ ଭାବେ ଗଳା କାଟି ହତ୍ୟା କରିଥିଲା। ତେବେ ମୃତ ମଧୁମତିଙ୍କ ପୁଅ ସିକୁନ ବେହେରଦଳାଇ ଘରକୁ ଆସି କବାଟ ଖୋଲିବାକୁ ଚେଷ୍ଟା କରି ନ ପାରିବାରୁ ପଛପଟୁ ଘର ଭିତରକୁ ଯାଇ ଦେଖିଲା ବେଳକୁ ମା’ ରକ୍ତ ଜୁଡୁବୁଡୁ ହୋଇ ତଳେ ପଡ଼ିଛି। ଏହାପରେ ସିକୁନ ପୋଲିସକୁ ଖବର ଦେଇଥିଲେ। ତୁମୁଡ଼ିବନ୍ଧ ଥାନା ଅଧିକାରୀ ଆଶୁତୋଷ ଜେନା ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଅଭିଯୁକ୍ତ ସ୍ବାମୀଙ୍କୁ ଗିରଫ କରିଛନ୍ତି। ତେବେ ମୃତଦେହ ଏବେ ବି ଘର ଭିତରେ ରହିଥିବାବେଳେ ବଲାଙ୍ଗୀର ଓ ଭବାନୀପାଟଣାର ସାଇଣ୍ଟିଫିକ୍‌ ଓ ଡଗ୍‌ ସ୍କ୍ବାଡ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚିବା ତଦନ୍ତ ଆରମ୍ଭ କରିଛନ୍ତି। ଏନେଇ ତୁମୁଡ଼ିବନ୍ଧ ଥାନାରେ ୧୪୧/୨୪ରେ ଏକ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ନିଆଯିବ ବୋଲି ଥାନା ଅଧିକାରୀ ଆଶୁତୋଷ ଜେନା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri