ସ୍ତ୍ରୀ, ପିଲାଙ୍କୁ ମାଡ଼ ମାରି ଘର ଜାଳିଦେଲେ ସ୍ବାମୀ

ପୁରୀ,୪ା୧୦:ମଦ ନିଶାରେ ଭୁଲିଗଲେ ପରିବାର। ସ୍ତ୍ରୀ’, ପୁଅ, ଝିଅ ବି ଦେଖାଗଲେନି। ଶେଷରେ ସମସ୍ତଙ୍କୁ ମାଡ଼ ମାରି ଘରେ ନିଆଁ ଲଗାଇଦେଲେ ସ୍ବାମୀ। ଏଭଳି ଘଟଣା ପୁରୀ ବାସେଳିସାହି ଥାନା ଅନ୍ତର୍ଗତ ଜଗନ୍ନାଥ ବସ୍ତିରେ ରବିବାର ରାତିରେ ଦେଖିବାକୁ ମିଳିଛି। ଏ ନେଇ ଝିଅ ଅଭିଯୋଗ କରିବା ପରେ ପୋଲିସ ସମ୍ପୃକ୍ତ ବାପାଙ୍କୁ ଗିରଫ କରିଛି। ସେ ହେଲେ ଜଗନ୍ନାଥ ବସ୍ତିର ଧ୍ରୁବ ଓରଫ ଦିବାକର ସ୍ବାଇଁ(୪୨)। ଏ ନେଇ ପୋଲିସ ଏକ ମାମଲା(ନଂ.୨୩୩/୨୨) ରୁଜୁ କରି ଅଭିଯୁକ୍ତଙ୍କୁ ସୋମବାର କୋର୍ଟ ଚାଲାଣ କରିଛି। ସୂଚନାଯୋଗ୍ୟ, ଧ୍ରୁବ ନିୟମିତ ମଦ୍ୟପାନ କରି ଘରେ ଆସି କଳିଝଗଡ଼ା କରେ। ରବିବାର ରାତିରେ ମଧ୍ୟ ମଦ ପିଇ ଆସି ସ୍ତ୍ରୀ ସହ ଝଗଡ଼ା ଲାଗିଥିଲେ। ଏଭଳି ନ କରିବା ପାଇଁ ସ୍ତ୍ରୀ, ଝିଅ ଓ ପୁଅ ବୁଝାଇଥିଲେ। ଏଥିରେ ଉତ୍ତ୍ୟକ୍ତ ହୋଇ ଧ୍ରୁବ ଏକ କାଠଫାଳିଆରେ ସମସ୍ତଙ୍କୁ ଆକ୍ରମଣ କରିଥିଲା। ଏପରିକି ଘରେ ନିଆଁ ଲଗାଇଦେଇ ସମସ୍ତଙ୍କୁ ମାରିବାକୁ ଉଦ୍ୟମ କରିଥିଲା। ଧ୍ରୁବର ଝିଅ କୌଶଳକ୍ରମେ ଘରୁ ବାହାରି ଆସି ପୋଲିସ ଓ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଘଟଣାସ୍ଥଳେ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରିବା ସହ ନିଆଁକୁ ଆୟତ୍ତ କରିଥିଲେ। ଧ୍ରୁବଙ୍କ ନାମରେ ପୁରୀର ବିଭିନ୍ନ ଥାନାରେ ଆପରାଧିକ ମାମଲା ଥିବା ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri