ସ୍ତ୍ରୀଙ୍କ ପରାଜୟ ପରେ ଥଟ୍ଟା ସହିପାରିଲେନି ସ୍ବାମୀ, ନେଲେ ଏଭଳି ନିଷ୍ପତ୍ତି…

ପଦ୍ମପୁର,୧୪।୩(ଡି.ଏନ୍‌.ଏ.): ପଞ୍ଚାୟତ ନିର୍ବାଚନରେ ହାରିଯିବା ପରେ ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା ଭଳି ଚରମ ନିଷ୍ପତି ନେଇଛନ୍ତି ଦମ୍ପତି। ସ୍ବାମୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ତ୍ରୀ ଗୁରୁତର ଅଛନ୍ତି। ଏଭଳି ଏକ ଘଟଣା ଘଟିଛି ଭଦ୍ରକ ଜିଲା ବାସୁଦେବପୁର ପଦ୍ମପୁର ପଞ୍ଚାୟତରେ।
ସୂଚନାଯୋଗ୍ୟ, ପଦ୍ମପୁର ପଞ୍ଚାୟତ ନିର୍ବାଚନରେ ସମିତି ସଭ୍ୟ ଭାବେ ରମାକାନ୍ତ ପରିଙ୍କ ସ୍ତ୍ରୀ ସୁମତୀ ଲଢ଼ୁଥିଲେ। ହେଲେ ସେ ହାରି ଯାଇଥିଲେ। ଏ ନେଇ ସ୍ବାମୀ-ସ୍ତ୍ରୀ ଅସନ୍ତୋଷ ଥିଲେ। ରବିବାର ବିଜୟୀ ସରପଞ୍ଚ ଏବଂ ସମିତି ସଭ୍ୟଙ୍କ ବିଜୟ ଶୋଭାଯାତ୍ରା ହେଉଥିଲା। ସେହି ସମୟରେ କିଛି କର୍ମୀ ରମାକାନ୍ତଙ୍କୁ ପରିହାସ କରିଥିଲେ। ଯାହାକୁ ନେଇ ଘଟଣାସ୍ଥଳରେ ପାଟିତୁଣ୍ଡ ହୋଇଥିଲା। ପରେ ରମାକାନ୍ତ ଘରକୁ ଫେରି ସ୍ତ୍ରୀ ସୁମତୀ ସହ ଏହି କଥାକୁ ନେଇ ବଚସା ହୋଇଥିଲା। ନିର୍ବାଚନରେ ହାରି ଯାଇଥିବାରୁ ଲୋକମାନେ ମୋତେ ପରିହାସ କରୁଛନ୍ତି ବୋଲି ରମାକାନ୍ତ କହିଥିଲେ। ପରେ ରମାକାନ୍ତ ପଙ୍ଖାରେ ଦଉଡି ଦେଇ ଝୁଲି ପଡ଼ିଥିଲେ। ଏହା ଦେଖି ସୁମତୀ ମଧ୍ୟ ବିଷ ପିଇ ଦେଇଥିଲେ। ପରିବାର ଲୋକ ଉଭୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଭଦ୍ରକ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ରମାକାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ସୁମତୀ ଗୁରୁତର ହୋଇଥିଲେ। ତାଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି। ଏବେ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ରହିଛି। ତେବେ ଏହି ଘଟଣାକୁ ନେଇ ରମାକାନ୍ତଙ୍କ ବାପା ବାସୁଦେବପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri