କେସିଙ୍ଗା,୩୦।୮(ଡି.ଏନ୍.ଏ.): ମାମୁ ଘର ବୁଲାଇ ନେବା କହି ଜଙ୍ଗଲରେ ସାଙ୍ଗ ସହ ମିଶି ସ୍ତ୍ରୀର ଗଳା କାଟିଲେ ସ୍ବାମୀ। ଅଚେତ ହୋଇ ଯିବାରୁ ଛାଡ଼ି ଚାଲି ଆସିଲେ। ଏଭଳି ଅଭାବନୀୟ ଘଟଣା ଘଟିଛି କଳାହାଣ୍ଡି ଜିଲା ନର୍ଲା ବ୍ଲକ ଧରାମାଲ ଗ୍ରାମରେ। ସମ୍ବଲପୁର ଜିଲା ଅଇଁଠାପାଲି ଥାନା ଅନ୍ତର୍ଗତ ବାଇଦାର ନୂଆ ପାଲି ଗ୍ରାମର ନିହାର ସାହାଡ଼ି (୨୩) ନାମକ ଯୁବକ ଉକ୍ତ ଗ୍ରାମର ପ୍ରକାଶିନୀ ସାହାଡ଼ି (୨୨) ଙ୍କୁ ଗତ ବର୍ଷ ପ୍ରେମ ବିବାହ କରିଥିଲେ। ପ୍ରକାଶିନୀଙ୍କୁ ମାମୁ ଘର ବୁଲାଇ ନେବା କହି ରବିବାର ସାରେ ଆସିଥିଲେ। ସାଙ୍ଗରେ ଜଣେ ଘନିଷ୍ଠ ବନ୍ଧୁ ମଧ୍ୟ ଥିଲେ। ସାରେ ପ୍ରକାଶିନୀଙ୍କୁ ଜଙ୍ଗଲକୁ ନେଇ ଗଳାକାଟି ଦେଇଥିଲେ। ଚେତାଶୂନ୍ୟ ହେବାରୁ ଉଭୟ ତାଙ୍କୁ ସେଠାରେ ଛାଡି ଫେରାର ହୋଇ ଯାଇଥିଲେ। ପ୍ରକାଶିନୀ ଜଙ୍ଗଲ ନିକଟରେ ଥିବ ଏକ କୁଡ଼ିଆ ଘରେ ରାତ୍ରି କଟାଇ ଥିଲେ।
ସୋମବାର ସକାଳେ ଜମି ମାଲିକ କ୍ଷେତକୁ ଯାଇ ତାଙ୍କୁ ଦେଖିଥିଲେ। ଏ ନେଇ ପଲମ ଫାଣ୍ଡିକୁ ଖବର ଦେଇଥିଲେ।
ପଲମ ଫାଣ୍ଡି ଅଧିକାରୀ ଖବର ପାଇ କେସିଙ୍ଗା ପୋଲିସକୁ ଜଣାଇବାରୁ ଘଟଣାସ୍ଥଳରେ କେସିଙ୍ଗା ପୋଲିସ ପହଞ୍ଚି ଥିଲେ। ପରେ ତାଙ୍କୁ ଚିକିତ୍ସା ପାଇଁ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇ ଥିଲେ। ସେଠାରେ ସେ ୭ ମାସର ଗର୍ଭବତୀ ଥିବା ଜଣାପଡ଼ିଛି। ପ୍ରକାଶିନୀ ଗୁରୁତର ହେବାରୁ ଭବାନୀପାଟଣାକୁ ସ୍ଥାନାନ୍ତର କରାଯାଇଛି। ଏ ନେଇ କେସିଙ୍ଗା ପୋଲିସ ୩୧୯/୨୧ ରେ ମାମଲା ରୁଜୁ କରି ତଦନ୍ତ ଚଳାଇଛି।
Posted inHome Left, ଆମ ଜିଲା ଖବର, କଳାହାଣ୍ଡି View All
କାର-ବାଇକ୍ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର
ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍ରେ ଥିବା…
କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ
ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…
‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ
ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…
ଘରେ ଆଶ୍ରୟ ଦେଲେନି ପୁଅ
ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…
ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ
ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…
ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…
ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…
ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?
ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…
ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ
ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…
Archives

