ସ୍ତ୍ରୀଙ୍କୁ ଖଣ୍ଡଖଣ୍ଡ କରି କାଟି ଅଖାରେ ପୂରାଇ ରେଳଧାରଣାରେ ଫିଙ୍ଗିଦେଲେ ସ୍ବାମୀ

ବସ୍ତା,୭ା୫(ଡି.ଏନ୍‌.ଏ.): ସ୍ତ୍ରୀଙ୍କୁ ହତ୍ୟା କରି ସ୍ବାମୀ ମୃତଦେହକୁ ଖଣ୍ଡଖଣ୍ଡ କରି କାଟି ଅଖାରେ ଭର୍ତ୍ତି କରି ନିକଟସ୍ଥ ରେଳଧାରଣାରେ ଫିଙ୍ଗି ଆତ୍ମହତ୍ୟାର ରୂପ ଦେବାକୁ ଉଦ୍ୟମ ବେଳେ ଗ୍ରାମବାସୀଙ୍କ ହାତରେ ଧରା ପଡ଼ିଛନ୍ତି। ଏପରି ଅଭାବନୀୟ ଘଟଣା ବାଲେଶ୍ୱର ଜିଲା ବସ୍ତା ଥାନା ପାଳସିଆ ଗାଁରେ ଘଟିଛି। ମୃତ ମହିଳା ଜଣକ ହେଲେ ପ୍ରଦୀପ ଦାସଙ୍କ ସ୍ତ୍ରୀ ମାମା। ମାମାଙ୍କୁ ହତ୍ୟା କରି ମୃତଦେହକୁ ଖଣ୍ଡଖଣ୍ଡ କାଟି ଅଖାରେ ଭର୍ତ୍ତି କରି ଫିଙ୍ଗିବାକୁ ଯାଉଥିଲେ ପ୍ରଦୀପ । ବାପଘର ଲୋକେ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ବସ୍ତାରେ ଥିବା ମୃତଦେହ ଦେଖିଥିଲେ। ମୃତ ମହିଳାଙ୍କ ୧୦ ବର୍ଷ ପୂର୍ବରୁ ବିବାହ ହୋଇଥିବା ବେଳେ ଅଧିକାଂଶ ଦିନ ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ଝଗଡ଼ା ହେଉଥିଲା। ବିଭିନ୍ନ ସମୟରେ ଶାଶୁଘର ଲୋକେ ଶାରୀରିକ ଏବଂ ମାନସିକ ନିର୍ଯାତନା ଦେଇ ଆସୁଥିଲେ ବୋଲି ବାପଘର ଲୋକେ ଅଭିଯୋଗ କରିଛନ୍ତି। ତେବେ ଶନିବାର କୌଣସି କଥାକୁ ନେଇ ଉଭୟ ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ଝଗଡ଼ା ହେବା ପରେ ଉତ୍‌କ୍ଷିପ୍ତ ହୋଇ ସ୍ବାମୀ ପ୍ରଦୀପ ମାମାଙ୍କୁ ଏକ କଟୁରିରେ ମାରଣାନ୍ତକ ଆକ୍ରମଣ କରିଥିଲେ। ପରେ ମୃତଦେହକୁ ଟ୍ରେନ୍‌ ଲାଇନକୁ ଫୋପାଡିବାକୁ ନେବା ସମୟରେ ଗ୍ରାମବାସୀ ସନ୍ଦେହ କରି ମାମାଙ୍କ ବାପଘର ଲୋକଙ୍କୁ ଖବର ଦେଇଥିଲେ। ଲୋକେ ପହଞ୍ଚିବାରୁ ସ୍ବାମୀ, ଶାଶୁଘର ଲୋକେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ବାପଘର ଲୋକେ ବସ୍ତା ପୋଲିସକୁ ଖବର ଦେବାପରେ ପୋଲିସ ପହଞ୍ଚି ମୃତ ମାମାଙ୍କ ଶାଶୁ ଏବଂ ଦିଅରଙ୍କୁ ଥାନାରେ ଅଟକ ରଖିଛି । ବସ୍ତା ପୋଲିସ ମୃତଦେହ ଜବତ କରି ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri