ସ୍ତ୍ରୀଙ୍କୁ ହେମଦସ୍ତାରେ ଛେଚି ହତ୍ୟା କରିବା ପରେ ବିଷ ପିଇଲେ ସ୍ବାମୀ

କଣ୍ଟାପଡ଼ା,୧୨ା୧୨(ଡି.ଏନ୍‌.ଏ.): ପାରିବାରିକ କଳହକୁ କେନ୍ଦ୍ରକରି ରବିବାର ହେମଦସ୍ତାରେ ଛେଚି ସ୍ତ୍ରୀଙ୍କୁ ହତ୍ୟା କରିବା ପରେ ବିଷପିଇ ସ୍ବାମୀ ଆତ୍ମହତ୍ୟା ଉଦ୍ୟମ କରିବା ଘଟଣା କଟକ ଜିଲା ଗୋବିନ୍ଦପୁର ଥାନା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ମୃତ ମହିଳା ଜଣକ ହେଲେ କଳ୍ପନା ବେହେରା(୩୫) ଓ ଗରୁତର ଅବସ୍ଥାରେ ଚିକିତ୍ସାଧୀନ ଥିବା ବ୍ୟକ୍ତି ହେଲେ ବିଶ୍ୱନାଥ ବେହେରା(୩୬)। ପୋଲିସ କଳ୍ପନାଙ୍କ ମୃତଦେହ ଜବତ କରିବା ସହ ଏ ସଂକ୍ରାନ୍ତରେ ଗୋବିନ୍ଦପୁର ଥାନା କେସ୍‌ ନଂ ୧୩୮/୨୧ରେ ଏକ ମାମଲା ରୁଜୁ କରିଛି।

ଖବର ନେବାରୁ ଜଣାପଡ଼ିଛି, ଗୋବିନ୍ଦପୁର ଥାନାସ୍ଥିତ ତରଡ଼ପଡ଼ା ଗ୍ରାମର ବିଶ୍ୱନାଥ ନିଜ ଭାଉଜ କଳ୍ପନାଙ୍କୁ ନେଇ ଗତ କିଛିବର୍ଷ ତଳେ ଫେରାର ହୋଇ ଯାଇଥିଲେ। ତେବେ ଗତ ୪ ବର୍ଷହେଲା ଉଭୟ ଏହି ଥାନାସ୍ଥିତ ଶଙ୍ଖୁଆ ଗ୍ରାମରେ ଘରଭଡ଼ା କରି ରହି ଆସୁଥିଲେ। ତେବେ ସ୍ତ୍ରୀ- ସ୍ବାମୀଙ୍କ ମଧ୍ୟରେ ସବୁବେଳେ କଳହ ହେଉଥିଲା। ରବିବାର ଉଭୟଙ୍କ ମଧ୍ୟରେ ଭୀଷଣ ପାଟିତୁଣ୍ଡ ହେବାରୁ ବିଶ୍ୱନାଥ କ୍ରୋଧରେ ଏକ ହେମଦସ୍ତାରେ କଳ୍ପନାଙ୍କ ମୁଣ୍ଡକୁ ଛେଚି ଦେଇଥିଲେ। ଫଳରେ ସେ ରକ୍ତାକ୍ତ ଅବସ୍ଥାରେ ଅଚେତ ହୋଇ ତଳେ ପଡ଼ି ଯାଇଥିଲେ। ଖବରପାଇ ଗୋବିନ୍ଦପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଅଡ଼ଶପୁର ଗୋଷ୍ଠୀ ସ୍ବସ୍ଥ୍ୟକେନ୍ଦ୍ରକୁ ନେଇଥିଲା। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଅପରପକ୍ଷେ ଘରେ ଥିବା ଅବସ୍ଥାରେ ବିଶ୍ୱନାଥଙ୍କ ପାଟିରୁ ରକ୍ତ ଓ ଫେଣ ବହାରିବାରୁ ପୋଲିସ ବିଶ୍ୱନାଥଙ୍କୁ ନିଜ ଜିପ୍‌ରେ ଅଡଶପୁର ସ୍ବାସ୍ଥ୍ୟକେନ୍ଦ୍ର ଓ ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରିଥିଲା। ବିଶ୍ୱନାଥ ଜଣେ ଦିନ ମଜୁରିଆ ଭାବେ କାମ କରୁଥିବା ଜଣାପଡ଼ିଛି। ସେମାନଙ୍କର ୨ଟି ଶିଶୁପୁତ୍ର ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

କ୍ୟାପଟେନ ସ୍ମିତ ମଚ୍ଛରଙ୍କ ପରିବାର ସହ କଥା ହେଲେ ମୋଦି, ବଡ଼ ଘୋଷଣା କରି….

ନୂଆଦିଲ୍ଲୀ,୧।୧୦ : ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇ FZ1073 ବିମାନରେ ଘଟିଥିବା ଘଟଣାରେ ଆହତ ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ; ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ବର,୧।୧୦: ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଛି ଏହି ଲଜ୍ଜାଜନକ ଘଟଣା…

‘ଏହା କ୍ରିକେଟ୍‌ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍‌ ଚେଜ୍‌ କରିବା ପରେ ବି ରାଗିଗଲେ ହେଡ୍‌ କୋଚ୍‌ ଗମ୍ଭୀର…ଜାଣନ୍ତୁ କାରଣ

ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍‌ରେ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍‌କୁ ନେଇ…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ସଲାମ କଲା ସାରା ବିଶ୍ୱ: ମୋଦି କହିଲେ, ହିରୋ…

ନୂଆଦିଲ୍ଲୀ,୧।୧୦: ଦୁବାଇରୁ ଇସ୍ରାଏଲ ଯାଉଥିବା ଫ୍ଲାଇଦୁବାଇ ବିମାନରେ କଥିତ ଅପହରଣ ଉଦ୍ୟମକୁ ପ୍ରତିହତ କରିବାରେ ଭୂମିକା ନେଇଥିବା ଭାରତୀୟ କ୍ୟାପ୍ଟେନ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଶଂସା କରିଛନ୍ତି…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?