ମାଲକାନଗିରି, ୨୩ା୫(ଡି.ଏନ.ଏ.): ବସିଲା ପଞ୍ଚାୟତ, ବିଷ ପିଇଲେ ସ୍ବାମୀ ଏଭଳି ଘଟଣା ଘଟିଛି ମାଲକାନଗିରି ଜିଲା ଏମଭି -୯ ଗ୍ରାମରେ। ମୃତକ ହେଲେ ସଞ୍ଜିତ ହାଲଦାର। ସଞ୍ଜିତ୍ ନିକଟସ୍ଥ ବୋଇଲାପାରି ଗ୍ରାମର ଗାୟତ୍ରୀ ପଡିଆମୀଙ୍କୁ ଭଲପାଇ ମେ ୧୪ ତାରିଖରେ ବିବାହ କରିଥିଲେ। ମାତ୍ର ସେମାନଙ୍କ ଜାତି ଲୋକେ ଉଭୟଙ୍କୁ ଏକାଠି ରହିବାକୁ ଦେଇ ନ ଥିଲେ। ଫଳରେ ଗତ ୧୬ ତାରିଖରେ ଗାୟତ୍ରୀଙ୍କ ପରିବାର ଲୋକେ ତାଙ୍କୁ ଘରକୁ ନେଇଯାଇଥିଲେ। ସଞ୍ଜିତ ସ୍ତ୍ରୀଙ୍କୁ ଆଣିବାକୁ ବୋଇଲାପାରି ଗ୍ରାମକୁ ଯାଇଥିଲେ ମଧ୍ୟ ପରିବାର ଲୋକେ ଗାୟତ୍ରୀଙ୍କୁ ଛାଡି ନ ଥିଲେ। ଏହାକୁ ନେଇ ୨୦ ତାରିଖରେ ଗ୍ରାମରେ ପଞ୍ଚାୟତ ବୈଠକ ବସିଥିଲା। ଏଥିରୁ କିଛି ସୁଫଳ ମିଳି ନ ଥିଲା। ପରେ ସଞ୍ଜିତ ଏବଂ ପରିବାର ଲୋକେ ଘରକୁ ଫେରି ଆସିଥିଲେ। ରବିବାର ସଞ୍ଜିତ୍ ଜମିକୁ ଚାଷ କରିବାକୁ ଯାଇ ବିଷ ପିଇ ଦେଇଥିଲେ। ତାଙ୍କୁ ପରିବାର ଲୋକେ ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ସୋମବାର ମୃତ୍ୟୁ ଘଟିଛି।
Posted inHome Left, ଆମ ଜିଲା ଖବର, ମାଲକାନଗିରି View All
ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍ , ସିସିଟିଭିରେ…
ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍ ହେଉଛି। ପୋଲିସ…
କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ
କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…
ବାଇକ୍କୁ ଧକ୍କା ଦେଲା ଟ୍ରକ୍: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ
ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…
୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍ରେ….
ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍ । ୱାର୍ଲ୍ଡ ଚାମ୍ପିୟନଶିପ୍ ଅଫ୍ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…
ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା
ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…
ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…
ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…
ଦୀପ ଜାଳି କ୍ୟାପ୍ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର
ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍ କ୍ୟାପ୍ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…
ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍ ମିସ୍ତ୍ରୀ
ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

