ସ୍ତ୍ରୀଙ୍କୁ ବଞ୍ଚାଇବାକୁ ଭାଲୁ ସଙ୍ଗେ ଲଢ଼ିଲେ ସ୍ବାମୀ

ଅନୁଗୋଳ ଅଫିସ,୧୯ା୭:ସ୍ତ୍ରୀଙ୍କ ଜୀବନ ରକ୍ଷା କରିବାକୁ ଭାଲୁ ସହ ଲଢ଼େଇ କରିଛନ୍ତି ସ୍ବାମୀ। ଏଥିରେ ସ୍ବାମୀ ସାମାନ୍ୟ ଆହତ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର ହୋଇଛନ୍ତି। ସୋମବାର ଭୋର ସମୟରେ ଅନୁଗୋଳ ଜିଲା ଗୋପାଳପ୍ରସାଦ ଫାଣ୍ଡି ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଥିବା ଏହି ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସୂଚନା ଅନୁଯାୟୀ, କୁମୁଣ୍ଡା ଗ୍ରାମର ଜାନକୀ ସାହୁ ଭୋର୍‌ ସମୟରେ ଘର ପାଖ ଜଙ୍ଗଲକୁ ଯାଇଥିଲେ। ଏହି ସମୟରେ ମା’ ଓ ୨ଟି ଛୁଆ ଭାଲୁ ଜାନକୀଙ୍କ ଉପରକୁ କୁଦି ପଡ଼ିଥିଲେ। ହଠାତ୍‌ ୩ଟି ଭାଲୁଙ୍କୁ ଦେଖି ଜାନକୀ ଭୟଭୀତ ହୋଇପଡ଼ିଥିଲେ। ଜୀବନ ବଞ୍ଚାଇବାକୁ ସେ ଚିତ୍କାର କରିଥିଲେ। ସ୍ତ୍ରୀଙ୍କ ଚିତ୍କାର ଶୁଣି ସ୍ବାମୀ ପହଲି ସାହୁ ଜଙ୍ଗଲକୁ ଦୌଡ଼ି ଯାଇଥିଲେ। ଭାଲୁ ତାଙ୍କୁ ଆକ୍ରମଣ କରିଥିଲେ ମଧ୍ୟ ପହଲି ଭୟଭୀତ ନ ହୋଇ ସ୍ତ୍ରୀଙ୍କୁ ବଞ୍ଚାଇବାକୁ କିଛି ସମୟ ଲଢ଼େଇ କରିଥିଲେ। ଉଭୟଙ୍କ ପାଟି ଶୁଣି ୩ଭାଲୁ ଜଙ୍ଗଲ ଭିତରକୁ ପଳାଇ ଯାଇଥିଲେ। ଆହତ ପହଲି ଗୁରୁତର ଅବସ୍ଥାରେ ସ୍ତ୍ରୀଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କର ଚିକିତ୍ସା ଚାଲିଛି। ଅବସ୍ଥା ସ୍ଥିର ଥିବା ଡାକ୍ତରଖାନା ସୂତ୍ରରୁ ସୂଚନା ମିଳିଛି। ତେବେ ଖବର ଲେଖାହେବା ବେଳକୁ ବନ ବିଭାଗର କୌଣସି ଅଧିକାରୀ ମେଡିକାଲରେ ପହଞ୍ଚି ନ ଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri