ଗାଁ ଦାଣ୍ଡରେ ପିଟି ପିଟି ସ୍ତ୍ରୀଙ୍କୁ ମାରିଦେଲେ ସ୍ବାମୀ

ହିଞ୍ଜିଳିକାଟୁ,୨୦ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ମହିରକଣା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଁ ଦାଣ୍ଡରେ ସ୍ତ୍ରୀଙ୍କୁ ଅତି ନିର୍ମମ ଭାବେ ପିଟି ପିଟି ହତ୍ୟା କରିଛନ୍ତି ସ୍ବାମୀ। ମୃତ ମହିଳା ଜଣକ ହେଲେ ଅନୀତା ନାଇକ (୨୬) । ହତ୍ୟା ଅଭିଯୋଗରେ ପୋଲିସ ତାଙ୍କ ସ୍ବାମୀ ଦାମ ନାଇକଙ୍କୁ ଗିରଫ କରିଛି। ତାଙ୍କର ୩ଟି ପୁଅ ଥିବା ଜଣାପଡ଼ିଛି।

ଖବରରୁ ପ୍ରକାଶ ଯେ, ଶେରଗଡ଼ ବ୍ଲକ ଲକ୍ଷ୍ମୀପୁର ଗାଁର ଅନୀତା ୧୦ ବର୍ଷ ତଳେ ମହିରକଣା ଗାଁର ଦାମ ନାଇକଙ୍କୁ ବିବାହ କରିଥିଲେ। ଦାମ ଟ୍ରାକ୍ଟର ଚଳାନ୍ତି। ବିବାହର କିଛି ବର୍ଷ ପରେ ଉଭୟ ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ବିଭିନ୍ନ ସମୟରେ ପାଟିତୁଣ୍ଡ ଓ ମନାନ୍ତର ହେଉଥିଲା। ଶୁକ୍ରବାର ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହେବାରୁ ଅନୀତାଙ୍କ ମାଆ ପରି ଓ ଭାଇ ମୁନା ମହିରକଣା ଆସି ଉଭୟଙ୍କୁ ବୁଝାଶୁଝା କରି ସନ୍ଧ୍ୟାରେ ଫେରିଯାଇଥିଲେ। ରାତି ପ୍ରାୟ ୧୦ଟାରେ ପୁଣି ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଦାମ ଫୋନ୍‌ କରି ଅନୀତାଙ୍କ ମାଆଙ୍କୁ ଜଣାଇବା ସହ ଉତ୍ତ୍ୟକ୍ତ ହୋଇ ଅନୀତାଙ୍କୁ ଗାଁ ଦାଣ୍ଡରେ ପିଟିଥିଲେ। ଅନୀତା ଚିତ୍କାର କରୁଥିଲେ ସୁଦ୍ଧା କେହି ସାହାଯ୍ୟ କରିବାକୁ ଆସି ନ ଥିଲେ। ଫୋନ୍‌ରେ ଝିଅ ଉପରେ ଆକ୍ରମଣ ହେଉଥିବା ଜାଣି ରାତିରେ ଅନୀତାଙ୍କ ମାଆ ଓ ଭାଇ ପୁଣି ମହିରକଣା ଆସିଥିଲେ। ସେତେବେଳେ ଅନୀତା ମୁମୂର୍ଷୁ ଅବସ୍ଥାରେ ଗାଁ ଦାଣ୍ଡରେ ପଡ଼ିଥିଲେ। ପରେ ତାଙ୍କର ମୃତ୍ୟୁ ଘଟିଥିଲା। ଘଟଣା ନେଇ ମୁନା ଶେରଗଡ଼ ଥାନାକୁ ଜଣାଇଥିଲେ। ଶେରଗଡ଼ ଥାନା ଆଇଆଇସି ମନୋଜ କୁମାର ପ୍ରଧାନ ଓ ପୋଲିସ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତ ସ୍ବାମୀ ଦାମଙ୍କୁ ଧରି ଥାନାକୁ ନେଇଥିଲେ।

ଅନ୍ୟପକ୍ଷରେ ଶନିବାର ହତ୍ୟାକାଣ୍ଡ ଘଟିଥିବା ଅଞ୍ଚଳଟି ହଞ୍ଜିଳି କିମ୍ବା ଶେରଗଡ଼ ଥାନା କେଉଁ ଅଞ୍ଚଳର ଅନ୍ତର୍ଭୁକ୍ତ ସେନେଇ ବିବାଦ ଦେଖା ଦେବାରୁ ହିଞ୍ଜିଳିକାଟୁ ଅତିରିକ୍ତ ତହସିଲଦାର, ପୋଚିଲିମା ରାଜସ୍ବ ନିରୀକ୍ଷକ ଓ ଅଲାରିଗଡ଼ ରାଜସ୍ବ ନିରୀକ୍ଷକଙ୍କ ଉପସ୍ଥିତିରେ ଜମି ମାପଚୁପ ପରେ ଉକ୍ତ ଅଞ୍ଚଳଟି ହିଞ୍ଜିଳି ଥାନା ଅନ୍ତର୍ଭୁକ୍ତ ବୋଲି ଜଣାପଡ଼ିଥିଲା। ପରେ ହିଞ୍ଜିଳି ଥାନା ପୋଲିସ ହତ୍ୟାକାଣ୍ଡର ତଦନ୍ତ କରିଥିଲା।

ଘଟଣାସ୍ଥଳରେ ଆସିକା ଏସ୍‌ଡିପିଓ ଉମା ଶଙ୍କର ସିଂ, ହିଞ୍ଜିଳିକାଟୁ ଅତିରିକ୍ତ ତହସିଲଦାର ସୁନୀଲ କୁମାର ପ୍ରଧାନ, ହିଞ୍ଜିଳି ଥାନା ଏସ୍‌ଆଇ ଗୋପାଳକୃଷ୍ଣ ଆର୍ଗୁ ପାତ୍ର ପ୍ରମୁଖ ଉପସ୍ଥିତ ରହି ତଦନ୍ତ କରିଥିଲେ। ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ଡାକ୍ତରଖାନାକୁ ପଠାଯାଇଥିଲା। ଅଭିଯୁକ୍ତ ଦାମଙ୍କୁ ଶେରଗଡ଼ ଥାନାରୁ ହିଞ୍ଜିଳି ଥାନା ଅଣାଯାଇଛି। ହିଞ୍ଜିଳି ଥାନାରେ ଏନେଇ କେସ୍‌ ନଂ ୪୨୬/୨୨ରେ ହତ୍ୟା ମାମଲା ରୁଜୁ ହୋଇଛି ଓ ଘଟଣାର ଅଧିକ ତଦନ୍ତ ହେଉଥିବା ହିଞ୍ଜିଳି ଆଇଆଇସି ଅଭିମନ୍ୟୁ ଦାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଘୁମୁସର ସାହିତ୍ୟ ସାଧନା ପୀଠର ଶାରଦୀୟ ସାହିତ୍ୟ ଆସର, ଉନ୍ମୋଚିତ ହେଲା ପୁସ୍ତକ ଓ ପତ୍ରିକା

ଭଞ୍ଜନଗର,୧୧ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ବଡ଼ଦୋଡ଼ଙ୍ଗାଠାରେ ଘୁମୁସର ସାହିତ୍ୟ ସାଧନା ପୀଠ ପକ୍ଷରୁ ରବିବାର ଶାରଦୀୟ ସାହିତ୍ୟ ଆସର ଅନୁଷ୍ଠିତ ହୋଇଯାଇଛି ।…

ଆରମ୍ଭ ହେଲା ନବରାତ୍ର ପୂଜା, ଉତ୍ସବମୁଖର ଦିଗପହଣ୍ଡି

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ମନ୍ଦିର ମାଳିନୀ ସହର ଭାବେ ପରିଗଣିତ ଦିଗପହଣ୍ଡି ସମେତ ଆଖପାଖ ଗ୍ରାମାଞ୍ଚଳ ଶକ୍ତିପୀଠମାନଙ୍କରେ ରବିବାର ଠାରୁ ନବରାତ୍ରୀ ପୂଜା ଆରମ୍ଭ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?