ଶ୍ୱଶୁରଘର ନେବା ବାଟରେ ସ୍ତ୍ରୀଙ୍କୁ ମାରିଦେଲା ସ୍ବାମୀ

ଉମରକୋଟ, ୫।୧: ପାରିବାରିକ କଳହକୁ କେନ୍ଦ୍ର କରି ମଙ୍ଗଳବାର ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ୟୁଭି-୫୨ ଗ୍ରାମର ବିପ୍ଳବ ବିଶ୍ବାସ ସ୍ତ୍ରୀ ସିପ୍ରାଙ୍କୁ ପଥରରେ ଛେଚି ହତ୍ୟା କରିଛନ୍ତି। ପରେ ବିପ୍ଳବ ଉମରକୋଟ ଥାନାରେ ଆତ୍ମସମର୍ପଣ କରିଛନ୍ତି।
ପ୍ରକାଶ ଯେ, ବିପ୍ଳବ ଦେଢ଼ବର୍ଷ ତଳେ ମୂର୍ତ୍ତୃମା ଗ୍ରାମର ସିପ୍ରାଙ୍କୁ ବିବାହ କରିଥିଲେ। ତାଙ୍କର ଦେଢ଼ମାସର ଏକ କନ୍ୟା ସନ୍ତାନ ଅଛି। ବିଭିନ୍ନ କାରଣରୁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ କଳହ ଲାଗି ରହୁଥିଲା। ବିପ୍ଳବ ଅନେକ ସମୟରେ ସିପ୍ରାଙ୍କୁ ମାର୍‌ପିଟ୍‌ କରୁଥିଲେ। ଏହା ଜାଣି ବାପଘର ଲୋକେ ଗ୍ରାମରେ ଏକ ବୈଠକ କରାଯାଇଥିଲା। ବୈଠକରେ ନିଷ୍ପତ୍ତି ମୁତାବକ କିଛିଦିନ ସିପ୍ରା ବାପଘରେ ରହିବେ ବୋଲି କୁହାଯାଇଥିଲା। ଏନେଇ ମଙ୍ଗଳବାର ବିପ୍ଳବ ଶିଶୁକନ୍ୟା ଓ ସିପ୍ରାଙ୍କୁ ଶ୍ୱଶୁର ଘରେ ଛାଡିବାକୁ ଯାଉଥିଲେ। ସେତିକିବେଳେ ବିପ୍ଲବ ଚିକଲପଦର-ଅଧିକାରୀଗୁଡା ରାସ୍ତାରେ ଗାଡ଼ି ଅଟକାଇ ସିପ୍ରାଙ୍କ ଶାଢ଼ି ଚିରି ବେକରେ ଗୁଡ଼ାଇ ଶ୍ୱାସରୁଦ୍ଧ କରିବା ପରେ ମୁଣ୍ଡକୁ ପଥରରେ ଛେଚି ହତ୍ୟା କରିଥିଲେ। ପରେ ସେ ଶିଶୁକନ୍ୟାକୁ ଅଧିକାରୀଗୁଡା ଗ୍ରାମର ଜଣଙ୍କ ଘରେ ଛାଡି ଉମରକୋଟ ଥାନାରେ ଆତ୍ମସମର୍ପଣ କରିଥିଲେ। ଏହାଜାଣି ଥାନା ଅଧିକାରୀ ନରେଶ କୁମାର ପ୍ରଧାନ, ଏସ୍‌ଡିପିଓ ହେମନ୍ତ କୁମାର ପାଢ଼ୀ ପୋଲିସ ଟିମ୍‌ ସହ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଥିଲେ। ଏନେଇ ପୋଲିସ ଏକ ମାମଲା(ନଂ.୭/୨୧) ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଅଭିଯୁକ୍ତଙ୍କୁ କଠୋର ଦଣ୍ଡ ଦେବାକୁ ସିପ୍ରାଙ୍କ ବାପା ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri