ସ୍ତ୍ରୀ, ପୁଅଙ୍କ ତଣ୍ଟିଚିପି ହତ୍ୟାକଲେ ସ୍ବାମୀ

ଭଦ୍ରକ,୨୪ା୭(ସନାତନ ରାଉତ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ତେସିଙ୍ଗା ପଞ୍ଚାୟତ କୁଶଗଡ଼ିଆ ଠାରେ ଜଣେ ମଦ୍ୟପ ସ୍ବାମୀ ସ୍ତ୍ରୀ ଓ ପୁଅର ତଣ୍ଟି ଚିପି ହତ୍ୟା କରିଛନ୍ତି।

ସୂଚନାନୁଯାୟୀ, କୁଶଗଡ଼ିଆଠାରେ ବନ୍ତ ଥାନା ଦୋଳପଦୀ ଗ୍ରାମର ଉମେଶ ନାୟକ ଏକ ଭଡ଼ାଘରେ ୨/୩ବର୍ଷ ହେବ ରହି ଆସୁଥିଲେ। ସେ ଡ୍ରାଇଭିଂ କରି ପରିବାର ଚଳାଉଥିଲେ। ରବିବାର ରାତିରେ ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ କୌଣସି କଥାରୁ ଝଗଡ଼ା ହେବାରୁ ମା’ ପୁଅଙ୍କୁ ଶୋଇଥିବା ଅବସ୍ଥାରେ ତଣ୍ଟି ଚିପି ହତ୍ୟା କରିଥିବା କୁହାଯାଉଛି। ଫ୍ୟାନ୍‌ରେ ଏକ ଶାଢ଼ି ଝୁଲୁଥିବା ମଧ୍ୟ ଦେଖିବାକୁ ମିଳିଛି। ମା’ ପୁଅଙ୍କୁ ମାରିବା ପରେ ଆତ୍ମହତ୍ୟାର ରୂପ ଦେବା ପାଇଁ ଏଭଳି ଉପାୟ କରିଥିବା ଜଣାପଡ଼ିଛି। ପ୍ରାୟ ସମୟରେ ଉମେଶ ମଦ୍ୟପାନ କରି ସ୍ତ୍ରୀ ଓ ପୁଅକୁ ମାରଧର କରୁଥିବା ସ୍ଥାନୀୟ ଲୋକେ କହିଛନ୍ତି। ଘଟଣାସ୍ଥଳରେ ଭଣ୍ଡାରିପୋଖରୀ ପୋଲିସ ପହଞ୍ଚି ଉମେଶଙ୍କୁ ଥାନାରେ ଅଟକ ରଖି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri