ସ୍ତ୍ରୀଙ୍କୁ ଛାତରୁ ଠେଲିଦେଲେ ସ୍ବାମୀ, ଡାକ୍ତରଖାନାରେ ଭର୍ତ୍ତି

ଲକ୍ଷ୍ନୌ,୧୮ା୬: ଉତ୍ତରପ୍ରଦେଶର ଚିତ୍ରକୂଟରେ ଏକ ବିବାହ ସମାରୋହକୁ ବରଯାତ୍ରୀରେ ଆସିଥିବା ଯୁବତୀଙ୍କୁ ରଙ୍ଗ ଲଗାଇବା ପାଇଁ ସ୍ତ୍ରୀ ମନା କରିବାରୁ ସ୍ବାମୀ ରାଗରେ ସ୍ତ୍ରୀଙ୍କୁ ଛାତ ଉପରୁ ଠେଲି ଦେଇଛନ୍ତି। ଏହି ଘଟଣା ମାଣିକପୁର ଥାନା ଅଧୀନସ୍ଥ ଅଣ୍ଟାଡିହ ଗାଁରେ ଦେଖିବାକୁ ମିଳିଛି। ଏହି ଘଟଣାରେ ଉକ୍ତ ମହିଳା ଗୁରୁତର ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନାନୁଯାୟୀ, ପବନ କୁମାର ତାଙ୍କର କିଛି ଲୋକଙ୍କୁ ପଠାଇ ଶୁକ୍ରବାର ରାତିରେ ବିବାହ ଉତ୍ସବରେ ଆସିଥିବା ଝିଅମାନଙ୍କୁ ରଙ୍ଗ ଲଗାଇବାକୁ ସ୍ତ୍ରୀ ଉର୍ମିଳାଙ୍କୁ କହିଥିଲେ। ସ୍ତ୍ରୀ ମନା କରିବାରକୁ ଏଥିରେ ଉତ୍‌କ୍ଷିପ୍ତ ହୋଇ ପବନ କୁମାର ସ୍ତ୍ରୀଙ୍କୁ ଛାତ ଉପରୁ ତଳକୁ ଠେଲି ଦେଇଥିଲେ। ଫଳରେ ତାଙ୍କ ମୁଣ୍ଡ, ହାତ ଏବଂ ଗୋଡ଼ରେ ଗଭୀର ଆଘାତ ଲାଗିଛି।

ପୀଡ଼ିତାଙ୍କ ଭାଇ ନାଥୁ ପ୍ରସାଦ ପୋଲିସକୁ ସୂଚନା ଦେବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତ ଉର୍ମିଳାଙ୍କୁ ଚିକିତ୍ସା ପାଇଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲା। ପରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ଜିଲା ଡାକ୍ତରଖାନା ପଠାଯାଇଛି। ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri