ସ୍ତ୍ରୀଙ୍କ ବେକକୁ କଟୁରିରେ ହାଣିଲେ ସ୍ବାମୀ

ବାଲିଗୁଡ଼ା,୭ା୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ଅନ୍ତର୍ଗତ ଲେତିଙ୍ଗିଆ ନିକଟସ୍ଥ ବୁହୁକିଆରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସ୍ତ୍ରୀଙ୍କ ବେକକୁ କଟୁରିରେ ହାଣିଛନ୍ତି ସ୍ବାମୀ। ଗୁରୁବାର ସକାଳୁ ପାରିବାରିକ କହଳରୁ ଏହି କାଣ୍ଡ ଘଟିଛି। ଅଳ୍ପକେ ମୃତ୍ୟୁ ମୁଖରୁ ବର୍ତ୍ତୀ ଗୁରୁତର ହୋଇଛନ୍ତି ସ୍ତ୍ରୀ। ଲେତିଙ୍ଗିଆର ବିଷ୍ଟର ପ୍ରଧାନ ବାଲିଗୁଡ଼ା ଥାନା ଅନ୍ତର୍ଗତ ବାରଖମା ଅଞ୍ଚଳର ମଣ୍ଟୁ ପ୍ରଧାନଙ୍କୁ ବିବାହ କରିଥିଲେ। କିଛି ଦିନହେବ ଉଭୟଙ୍କ ମଧ୍ୟରେ କଳି ଝଗଡ଼ା ଲାଗି ରହିଥିଲା। ସ୍ବାମୀଙ୍କ ଅତ୍ୟାଚାର ସହ୍ୟ କରି ନ ପାରି ବାପା ଘରକୁ ଆସିଥିଲେ। ଆଜି ଉତ୍ତ୍ୟକ୍ତ ହୋଇ ଲେତିଙ୍ଗିଆ ଗାଁକୁ ଯାଇ ଏହିଭଳି କାଣ୍ଡ ଭିଆଇ ଥିବା ଜଣାପଡ଼ିଛି। ବିଷ୍ଟରଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ଉଦ୍ଧାର କରିଥିଲେ। କ.ନୂଆଗାଁ ମେଡିକାଲରେ ପ୍ରାଥମିକ ଚିକିତ୍ସା ପରେ ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟିରେ ଭର୍ତ୍ତି କରାଯାଇଛି। ପରିବାର ଲୋକଙ୍କ ଅଭିଯୋଗ ପରେ କ.ନୂଆଗାଁ ପୋଲିସ ଏହାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଷଣ ଦେଉଥିଲେ ଭାଜପା ଏମ୍‌ପି. ଆକ୍ରମଣ କଲା ମହୁମାଛି: ଆଉ ତା’ପରେ…

ଲକ୍ଷ୍ନୌ,୨୭।୧୨: ଉତ୍ତର ପ୍ରଦେଶର ଦେଓରିଆର ରବିନ୍ଦ୍ର କିଶୋର ଶାହି ଷ୍ଟାଡିୟମରେ ସଂସଦୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଥିଲା। କ୍ରୀଡା ମହୋତ୍ସବର ଶେଷ ପର୍ଯ୍ୟାୟ ଶେଷ ହୋଇଥିଲା।...

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

ବ୍ରେକ୍ ଫେଲ୍ ଯୋଗୁଁ ମର୍ମନ୍ତୁଦ ଦୁର୍ଘଟଣା, ୨ ଡ୍ରାଇଭରଙ୍କ ମୃତ୍ୟୁ

ସୁନ୍ଦରଗଡ଼: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି...

ବାଂଲାଦେଶରେ କଳାକାରଙ୍କ ଉପରେ ଆକ୍ରମଣ, ପଥର ଫିଙ୍ଗିବା ପରେ ଗାୟକଙ୍କ…

ନୂଆଦିଲ୍ଲୀ,୨୭ା୧୨: ବାଂଲାଦେଶରେ କଳାକାର ଏବଂ ସାଂସ୍କୃତିକ ଅନୁଷ୍ଠାନ ଉପରେ ଆକ୍ରମଣର ଧାରାବାହିକ ଅହରହ ଜାରି ରହିଛି । ସଦ୍ୟତମ ଘଟଣାଟି ଢାକାରୁ ପ୍ରାୟ ୧୨୦ କିଲୋମିଟର...

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ...

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri