ସ୍ତ୍ରୀଙ୍କୁ ହତ୍ୟା କରି ଥାନାରେ ଆତ୍ମସମର୍ପଣ କଲେ ସ୍ବାମୀ

କେନ୍ଦୁଝର,୧୯ା୨(ସ୍ବ.ପ୍ର.): ତେଲକୋଇ ଥାନା ରଗଡ଼ା ଗାଁରେ ଜଣେ ବ୍ୟକ୍ତି ସ୍ତ୍ରୀଙ୍କୁ ଶନିବାର ଏକ ଧାରୁଆ ଅସ୍ତ୍ରରେ ବୀଭତ୍ସ ଭାବେ ହାଣି ହତ୍ୟା କଲାପରେ ରବିବାର ତେଲକୋଇ ଥାନାରେ ଆତ୍ମସମର୍ପଣ କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଅଭିଯୁକ୍ତଙ୍କ ନାମ ରଥିଆ ସେଠୀ(୩୨)। ମୃତାଙ୍କ ନାମ ସୁଲୋଚନା ସେଠୀ (୨୭)।

ପ୍ରକାଶ ଯେ, ଗତକାଲି ବିଳମ୍ବିତ ରାତିରେ ଅଭିଯୁକ୍ତ ରଥିଆଙ୍କର ସ୍ତ୍ରୀ ସୁଲୋଚନାଙ୍କ ସହିତ କୌଣସି କାରଣଙ୍କୁ ନେଇ ବଚସା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ରଥିଆ ସୁଲୋଚନାଙ୍କୁ ଏକ ଟାଙ୍ଗିଆରେ ହାଣି ହତ୍ୟା କରିଥିଲେ। ଆଜି ସକାଳେ ତେଲକୋଇ ଥାନାରେ ଆତ୍ମସମର୍ପଣ କରିଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ସାଇଣ୍ଟିଫିକ୍‌ ଟିମ୍‌ ସହ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଘର ଭିତରୁ ରକ୍ତ ଜଡୁବୁଡୁ ଅବସ୍ଥାରେ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନା ପଠାଇଥିବା ଜଣାପଡ଼ିଛି। ପାରିବାରିକ କଳହରୁ ହତ୍ୟାକାଣ୍ଡ ହୋଇଥିବା ପ୍ରାଥମିକ ତଦନ୍ତରୁ ପୋଲିସ ଜାଣିବାକୁ ପାଇଛି। ତେବେ ଯୌତୁକ ପାଇଁ ସୁଲୋଚନାଙ୍କୁ ହତ୍ୟା କରାଯାଇଛି ବୋଲି ତାଙ୍କ ପରିବାର ଲୋକେ ଥାନାରେ ଅଭିଯୋଗ କରିଛନ୍ତି।

ସୁଲୋଚନାଙ୍କ ଭାଇଙ୍କ ଅଭିଯୋଗ ଆନୁଯାୟୀ, ୧୮ ମାସ ତଳେ ସୁଲୋଚନାଙ୍କୁ ରଗଡ଼ା ଗାଁର ରଥିଆ ସେଠୀଙ୍କ ସହିତ ବିବାହ କରାଯାଇଥିଲା। ବିବାହ ଦିନଠାରୁ ସୁଲୋଚନାଙ୍‌ଙ୍କୁ ରଥିଆ ମାରଧର କରୁଥିଲେ। ଗତ ମାସରେ ରଥିଆଙ୍କ ଦାବି ଆନୁଯାୟୀ ଏକ ଟିଭି ସୁଲୋଚନାଙ୍କ ପରିବାର ଦେଇଥିଲେ। ତଥାପି ଅଧିକ ଜିନିଷ ରଥିଆ ଦାବି କରି ମାରଧର କରୁଥିଲେ ବୋଲି ଅଭିଯୋଗ ହୋଇଛି। ଅନ୍ୟପକ୍ଷରେ ପଡ଼ୋଶୀଙ୍କ କହିବା ଆନୁଯାୟୀ, ବାହାଘର ହେଲା ପରେ ସୁଲୋଚନାଙ୍କ କୌଣସି ସନ୍ତାନ ହେଉ ନ ଥିବାରୁ ବହୁ ସମୟରେ ଝଗଡା ଲାଗୁଥିଲା। ଗତକାଲି ସନ୍ଧ୍ୟାଠାରୁ ରଥିଆଙ୍କ ଘରେ ଝଗଡ଼ା ଲାଗିଥିଲା। ରଥିଆଙ୍କ ବାପା ସିରିଆ ସେଠୀ ଓ ମା ମଣ୍ଡେଇ ଝଗଡ଼ା ସମୟରେ ଥିଲେ। ରାତି ଖାଇ ପିଇ ସାରି ବାପା ମା ଅନ୍ୟ ଏକ ଘରକୁ ଶୋଇବାକୁ ଯାଇଥିଲେ। ଆଜି ସକାଳେ ସୁଲୋଚନାଙ୍କୁ ରଥିଆ ହାଣି ହତ୍ୟା କରିଥିବା ଜଣାପଡ଼ିଥିଲା। ତେବେ ପାରିବାରିକ କଳହରୁ ହତ୍ୟା କରି ସ୍ବାମୀ ଥାନାରେ ଆତ୍ମସମର୍ପଣ କରିଛନ୍ତି। ତଦନ୍ତ ଚାଲୁଛି ତଦନ୍ତ ସରିବା ପରେ ଅଧିକ ଜଣାପଡ଼ିବ ବୋଲି ସଦର ଏସ୍‌ଡିପିଓ ମହେନ୍ଦ୍ର ନାଥ ମୁର୍ମୁ ପ୍ରକଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri