ସ୍ତ୍ରୀଙ୍କୁ ହତ୍ୟା କରି ଥାନାରେ ଆତ୍ମସମର୍ପଣ କଲେ ସ୍ବାମୀ

କେନ୍ଦୁଝର,୧୯ା୨(ସ୍ବ.ପ୍ର.): ତେଲକୋଇ ଥାନା ରଗଡ଼ା ଗାଁରେ ଜଣେ ବ୍ୟକ୍ତି ସ୍ତ୍ରୀଙ୍କୁ ଶନିବାର ଏକ ଧାରୁଆ ଅସ୍ତ୍ରରେ ବୀଭତ୍ସ ଭାବେ ହାଣି ହତ୍ୟା କଲାପରେ ରବିବାର ତେଲକୋଇ ଥାନାରେ ଆତ୍ମସମର୍ପଣ କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଅଭିଯୁକ୍ତଙ୍କ ନାମ ରଥିଆ ସେଠୀ(୩୨)। ମୃତାଙ୍କ ନାମ ସୁଲୋଚନା ସେଠୀ (୨୭)।

ପ୍ରକାଶ ଯେ, ଗତକାଲି ବିଳମ୍ବିତ ରାତିରେ ଅଭିଯୁକ୍ତ ରଥିଆଙ୍କର ସ୍ତ୍ରୀ ସୁଲୋଚନାଙ୍କ ସହିତ କୌଣସି କାରଣଙ୍କୁ ନେଇ ବଚସା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ରଥିଆ ସୁଲୋଚନାଙ୍କୁ ଏକ ଟାଙ୍ଗିଆରେ ହାଣି ହତ୍ୟା କରିଥିଲେ। ଆଜି ସକାଳେ ତେଲକୋଇ ଥାନାରେ ଆତ୍ମସମର୍ପଣ କରିଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ସାଇଣ୍ଟିଫିକ୍‌ ଟିମ୍‌ ସହ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଘର ଭିତରୁ ରକ୍ତ ଜଡୁବୁଡୁ ଅବସ୍ଥାରେ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନା ପଠାଇଥିବା ଜଣାପଡ଼ିଛି। ପାରିବାରିକ କଳହରୁ ହତ୍ୟାକାଣ୍ଡ ହୋଇଥିବା ପ୍ରାଥମିକ ତଦନ୍ତରୁ ପୋଲିସ ଜାଣିବାକୁ ପାଇଛି। ତେବେ ଯୌତୁକ ପାଇଁ ସୁଲୋଚନାଙ୍କୁ ହତ୍ୟା କରାଯାଇଛି ବୋଲି ତାଙ୍କ ପରିବାର ଲୋକେ ଥାନାରେ ଅଭିଯୋଗ କରିଛନ୍ତି।

ସୁଲୋଚନାଙ୍କ ଭାଇଙ୍କ ଅଭିଯୋଗ ଆନୁଯାୟୀ, ୧୮ ମାସ ତଳେ ସୁଲୋଚନାଙ୍କୁ ରଗଡ଼ା ଗାଁର ରଥିଆ ସେଠୀଙ୍କ ସହିତ ବିବାହ କରାଯାଇଥିଲା। ବିବାହ ଦିନଠାରୁ ସୁଲୋଚନାଙ୍‌ଙ୍କୁ ରଥିଆ ମାରଧର କରୁଥିଲେ। ଗତ ମାସରେ ରଥିଆଙ୍କ ଦାବି ଆନୁଯାୟୀ ଏକ ଟିଭି ସୁଲୋଚନାଙ୍କ ପରିବାର ଦେଇଥିଲେ। ତଥାପି ଅଧିକ ଜିନିଷ ରଥିଆ ଦାବି କରି ମାରଧର କରୁଥିଲେ ବୋଲି ଅଭିଯୋଗ ହୋଇଛି। ଅନ୍ୟପକ୍ଷରେ ପଡ଼ୋଶୀଙ୍କ କହିବା ଆନୁଯାୟୀ, ବାହାଘର ହେଲା ପରେ ସୁଲୋଚନାଙ୍କ କୌଣସି ସନ୍ତାନ ହେଉ ନ ଥିବାରୁ ବହୁ ସମୟରେ ଝଗଡା ଲାଗୁଥିଲା। ଗତକାଲି ସନ୍ଧ୍ୟାଠାରୁ ରଥିଆଙ୍କ ଘରେ ଝଗଡ଼ା ଲାଗିଥିଲା। ରଥିଆଙ୍କ ବାପା ସିରିଆ ସେଠୀ ଓ ମା ମଣ୍ଡେଇ ଝଗଡ଼ା ସମୟରେ ଥିଲେ। ରାତି ଖାଇ ପିଇ ସାରି ବାପା ମା ଅନ୍ୟ ଏକ ଘରକୁ ଶୋଇବାକୁ ଯାଇଥିଲେ। ଆଜି ସକାଳେ ସୁଲୋଚନାଙ୍କୁ ରଥିଆ ହାଣି ହତ୍ୟା କରିଥିବା ଜଣାପଡ଼ିଥିଲା। ତେବେ ପାରିବାରିକ କଳହରୁ ହତ୍ୟା କରି ସ୍ବାମୀ ଥାନାରେ ଆତ୍ମସମର୍ପଣ କରିଛନ୍ତି। ତଦନ୍ତ ଚାଲୁଛି ତଦନ୍ତ ସରିବା ପରେ ଅଧିକ ଜଣାପଡ଼ିବ ବୋଲି ସଦର ଏସ୍‌ଡିପିଓ ମହେନ୍ଦ୍ର ନାଥ ମୁର୍ମୁ ପ୍ରକଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri