ସ୍ତ୍ରୀକୁ ପନିକିରେ ହାଣି ଗିରଫ ହେଲା ସ୍ବାମୀ

ଆନନ୍ଦପୁର,୧୬।୫(ସ୍ବ.ପ୍ର.): ସ୍ତ୍ରୀଙ୍କୁ ପନିକିରେ ହାଣିବାରୁ ସ୍ବାମୀଙ୍କୁ ଗିରଫ କରିଛି ପୋଲିସ। ଏଭଳି ଘଟଣା ଆନନ୍ଦପୁର ଥାନା ଖଡିପାଳ ଗ୍ରାମରେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଘଟଣାରେ ସ୍ବାମୀଙ୍କୁୁ ପୋଲିସ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। ଗିରଫ ସ୍ବାମୀ ଘସିପୁରା ଥାନା ଗୋହିରା ଗ୍ରାମର କମଳାକାନ୍ତ ନାଏକଙ୍କ ପୁଅ କ୍ଷୀରୋଦ ନାଏକ।
ସୂଚନାଯୋଗ୍ୟ, ଗୋହିରା ଗ୍ରାମର କ୍ଷୀରୋଦ ଘରଜ୍ୱାଇଁ ଭାବେ ଆନନ୍ଦପୁର ଥାନା ଖଡିପାଳ ଗ୍ରାମରେ ରହି ଆସୁଥିଲେ। ସବୁ ସମୟରେ ନିଶାଶକ୍ତ ଅବସ୍ଥାରେ ରହୁଥିବା କ୍ଷୀରୋଦ ପ୍ରାୟ ସମୟରେ ନିଜର ଶ୍ୱଶୁର ଘର ଲୋକ ଓ ସ୍ତ୍ରୀ ଲକ୍ଷ୍ମୀଙ୍କ ସହିତ ସବୁବେଳେ କଳିଝଗଡା କରୁଥିଲେ। ରବିବାର ବିଳମ୍ବିତ ରାତିରେ ଖଡିପାଳ ଗ୍ରାମରେ ଅଷ୍ଟପ୍ରହରୀ ନାମ ଯଜ୍ଞ ଚାଲିଥିବା ସମୟରେ କ୍ଷୀରୋଦଙ୍କର ଗ୍ରାମର କେତେକ ଲୋକଙ୍କ ସହିତ ପାଟିତୁଣ୍ଡ ହୋଇଥିଲା। ଲୋକେ ତାଗିଦ କରିବାରୁ ସେ ଘରକୁ ପଳାଇ ଆସିଥିଲେ। ଘରେ ପହଞ୍ଚିି ଲକ୍ଷ୍ମୀଙ୍କ ସହିତ ପାଟିତୁଣ୍ଡ କରିଥିଲେ। ଝଗଡା ଅଧିକ ହେବାରୁ ଉତ୍ୟକ୍ତ ହୋଇ ଏକ ପନିକୀ ସାହାଯ୍ୟରେ ଲକ୍ଷ୍ମୀଙ୍କ ବେକକୁ ହାଣି ଦେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ପରିବାର ଲୋକେ ଲକ୍ଷ୍ମୀଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟ ନେଇଥିଲେ। ପରେ ତାଙ୍କ ସ୍ଥିତି ଗମ୍ଭୀର ହେବାରୁ କଟକକୁ ସ୍ଥାନାନ୍ତର କରାଯାଇଥିଲା।

ଘଟଣାକୁ ନେଇ ଆନନ୍ଦପୁର ଥାନାରେ ଅଭିଯୋଗ ହେବା ପରେ ପୋଲିସ କେସ୍‌ ନମ୍ବର ୯୮/୨୩ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ପୋଲିସ ଅଭିଯୁକ୍ତ ସ୍ବାମୀ କ୍ଷୀରୋଦକୁ ମଙ୍ଗଳବାର ଗିରଫ କରି କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି।...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri