ସ୍ତ୍ରୀକୁ ପନିକିରେ ହାଣି ଗିରଫ ହେଲା ସ୍ବାମୀ

ଆନନ୍ଦପୁର,୧୬।୫(ସ୍ବ.ପ୍ର.): ସ୍ତ୍ରୀଙ୍କୁ ପନିକିରେ ହାଣିବାରୁ ସ୍ବାମୀଙ୍କୁ ଗିରଫ କରିଛି ପୋଲିସ। ଏଭଳି ଘଟଣା ଆନନ୍ଦପୁର ଥାନା ଖଡିପାଳ ଗ୍ରାମରେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଘଟଣାରେ ସ୍ବାମୀଙ୍କୁୁ ପୋଲିସ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। ଗିରଫ ସ୍ବାମୀ ଘସିପୁରା ଥାନା ଗୋହିରା ଗ୍ରାମର କମଳାକାନ୍ତ ନାଏକଙ୍କ ପୁଅ କ୍ଷୀରୋଦ ନାଏକ।
ସୂଚନାଯୋଗ୍ୟ, ଗୋହିରା ଗ୍ରାମର କ୍ଷୀରୋଦ ଘରଜ୍ୱାଇଁ ଭାବେ ଆନନ୍ଦପୁର ଥାନା ଖଡିପାଳ ଗ୍ରାମରେ ରହି ଆସୁଥିଲେ। ସବୁ ସମୟରେ ନିଶାଶକ୍ତ ଅବସ୍ଥାରେ ରହୁଥିବା କ୍ଷୀରୋଦ ପ୍ରାୟ ସମୟରେ ନିଜର ଶ୍ୱଶୁର ଘର ଲୋକ ଓ ସ୍ତ୍ରୀ ଲକ୍ଷ୍ମୀଙ୍କ ସହିତ ସବୁବେଳେ କଳିଝଗଡା କରୁଥିଲେ। ରବିବାର ବିଳମ୍ବିତ ରାତିରେ ଖଡିପାଳ ଗ୍ରାମରେ ଅଷ୍ଟପ୍ରହରୀ ନାମ ଯଜ୍ଞ ଚାଲିଥିବା ସମୟରେ କ୍ଷୀରୋଦଙ୍କର ଗ୍ରାମର କେତେକ ଲୋକଙ୍କ ସହିତ ପାଟିତୁଣ୍ଡ ହୋଇଥିଲା। ଲୋକେ ତାଗିଦ କରିବାରୁ ସେ ଘରକୁ ପଳାଇ ଆସିଥିଲେ। ଘରେ ପହଞ୍ଚିି ଲକ୍ଷ୍ମୀଙ୍କ ସହିତ ପାଟିତୁଣ୍ଡ କରିଥିଲେ। ଝଗଡା ଅଧିକ ହେବାରୁ ଉତ୍ୟକ୍ତ ହୋଇ ଏକ ପନିକୀ ସାହାଯ୍ୟରେ ଲକ୍ଷ୍ମୀଙ୍କ ବେକକୁ ହାଣି ଦେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ପରିବାର ଲୋକେ ଲକ୍ଷ୍ମୀଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟ ନେଇଥିଲେ। ପରେ ତାଙ୍କ ସ୍ଥିତି ଗମ୍ଭୀର ହେବାରୁ କଟକକୁ ସ୍ଥାନାନ୍ତର କରାଯାଇଥିଲା।

ଘଟଣାକୁ ନେଇ ଆନନ୍ଦପୁର ଥାନାରେ ଅଭିଯୋଗ ହେବା ପରେ ପୋଲିସ କେସ୍‌ ନମ୍ବର ୯୮/୨୩ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ପୋଲିସ ଅଭିଯୁକ୍ତ ସ୍ବାମୀ କ୍ଷୀରୋଦକୁ ମଙ୍ଗଳବାର ଗିରଫ କରି କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?