ପଡ଼ିଆ,୨୬ା୧୨(ଡି.ଏନ.ଏ.): ମାଲକାନଗିରି ଜିଲା ପଡ଼ିଆ ବ୍ଲକ ନିଲିଗୁଡ଼ା ପଞ୍ଚାୟତ ପୁରୁଣା ନିଲିଗୁଡ଼ା ଗ୍ରାମରେ ଶୁକ୍ରବାର ଘଟିଛି ଏକ ଦୁଃଖଦ ଘଟଣା। ଗୁରୁବାର ମଧ୍ୟରାତ୍ରିରେ ପୁରୁଣା ନିଲିଗୁଡ଼ା ଗ୍ରାମରେ ଅଗ୍ନିକାଣ୍ଡ ଘଟି ସ୍ତ୍ରୀଙ୍କ ଆଗରେ ସ୍ବାମୀ ଜଳିଯାଇ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଖବରପାଇ ସରପଞ୍ଚ ବୁଦୁରା କାର୍ତ୍ତାମି, ତହସିଲଦାର ଶଶାଙ୍କ ଶେଖର ମିଶ୍ର, ଥାନା ଅଧିକାରୀ ରଞ୍ଜନ କୁମାର ମାଝି, ଆର୍ଆଇ ପହଞ୍ଚତ୍ ପରିସ୍ଥିତି ଅନୁଧ୍ୟାନ କରିଛନ୍ତି। କ୍ଷୟକ୍ଷତି ଆକଳନ ପରେ ତାଙ୍କୁ ସରକାରୀ ସହାୟତା ପ୍ରଦାନ କରାଯିବ ବୋଲି ତହସିଲଦାର କହିଛନ୍ତି।
ଖବରରୁ ଜଣାପଡ଼ିଛି ଗ୍ରାମର ଇର୍ମା ପଡିଆମୀ ଓ ତାଙ୍କ ସ୍ତ୍ରୀ ଯୋଗୀ ଗୁରୁବାର ଜମିରେ କଟାହୋଇଥିବା ଧାନ ବୋହି ଖଳାକୁ ଆଣିଥିଲେ। ପରେ ରୋଷେଇ କରି ଖାଇସାରି ଉଭୟେ ଶୋଇପଡ଼ିଥିଲେ। ମାତ୍ର ମଧ୍ୟରାତ୍ରିରେ ବିଦ୍ୟୁତ୍ ଶର୍ଟସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟି ତାଙ୍କ ଘର ପୋଡ଼ିଯାଇଥିଲା। ନିଆଁ ଧାସରେ ଯୋଗୀଙ୍କ ନିଦ ଭାଙ୍ଗିଯାଇଥିଲା। ସେ ପୁଅକୁ ଧରି ବାହାରକୁ ଦୌଡ଼ି ଆସିଥିଲେ। ମାତ୍ର ବାହାରେ କିଛି ସମୟ ପରେ ଇର୍ମାଙ୍କୁ ଖୋଜି ପାଇ ନ ଥିଲେ। ଇର୍ମା ଘର ଭିତରେ ହିଁ ରହିଯାଇଥିଲେ। ସ୍ବାମୀ ଇର୍ମା ଜୀବନ୍ତ ଦଗ୍ଧ ହୋଇଯାଇଥିବା ଜାଣି ସେ କାନ୍ଦିବାକୁ ଲାଗିଲେ। ତାଙ୍କ କାନ୍ଦ ଏବଂ ପାଟି ଶୁଣି ଗ୍ରାମବାସୀ ପହଞ୍ଚତ୍ଥିଲେ। ସେତେବେଳକୁ ଘରଟି ସମ୍ପୂର୍ଣ୍ଣ ଜଳିସାରିଥିଲା। ଖବରପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲେ। ଶୁକ୍ରବାର ମୋଟୁ ତହସିଲଦାର, ଆର୍ଆଇ ଯୋଗୀଙ୍କୁ ଶାଢ଼ି,କମ୍ବଳ ଏବଂ କିଛି ଅର୍ଥ ସହାୟତା ଦେଇଛନ୍ତି। କ୍ଷୟକ୍ଷତି ଆକଳନ ପରେ ସରକାରୀ ବ୍ୟବସ୍ଥା ଅନୁସାରେ ସହାୟତା ମିଳିବ ବୋଲି ତହସିଲଦାର ମିଶ୍ର ସୂଚନା ଦେଇଛନ୍ତି।
Posted inଆମ ଜିଲା ଖବର, ମାଲକାନଗିରି View All
୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ
ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…
ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ
ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…
କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି
ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…
ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା
ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…
ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା
ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…
ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…
ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍; ଡାକ୍ତରୀ ଛାତ୍ରୀ ଗୁରୁତର
ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…
ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ
ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…
Archives

