Posted inଖେଳ

କ୍ଷମା ମାଗିଲା ଆଇସିସି

ଦୁବାଇ, ୧୭ା୨(ପି.ଟି.):ଟେଷ୍ଟ ଟିମ୍‌ ର଼୍ୟାଙ୍କିଙ୍ଗରେ ବୈଷୟିକ ତ୍ରୁଟି ପାଇଁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) କ୍ଷମା ମାଗିଛି। ବୁଧବାର ପ୍ରଥମେ ଭାରତକୁ ନମ୍ବର ୧ ଟେଷ୍ଟ ଦଳ ଭାବେ ଘୋଷଣା କରିବାର କିଛି ସମୟ ପରେ ଏହାର ଅପ୍‌ଡେଟ୍‌ ତାଲିକାରେ ରୋହିତ ଶର୍ମାଙ୍କ ଦଳକୁ ନମ୍ବର ୨ ବୋଲି ଦର୍ଶାଇଥିଲା। ନାଗପୁରରେ ପ୍ୟାଟ୍‌ କୁମିନ୍ସଙ୍କ ନେତୃତ୍ୱାଧୀନ ଅଷ୍ଟ୍ରେଲିଆ ବିପକ୍ଷରେ ଇନିଂସ ଓ ୧୩୨ ରନ ବିଜୟ ପରେ ଆଇସିସି ରୋହିତଙ୍କ ଦଳକୁ ନମ୍ବର ଓ୍ବାନ୍‌ ଦଳ ବୋଲି ଘୋଷଣା କରିଥିଲା। ଗୁରୁବାର ଆଇସିସି ନିଜ ତ୍ରୁଟିକୁ ସ୍ବୀକାର କରିବା ସହ ବୈଷୟିକ ତ୍ରୁଟି ଯୋଗୁ ଆଇସିସି ଓ୍ବେବ୍‌ସାଇଟ୍‌ରେ ଭୁଲବଶତଃ ଭାରତକୁ ନମ୍ବର ଓ୍ବାନ ଦଳ ଭାବେ ଦର୍ଶାଯାଇଥିଲା ବୋଲି କହିଛି। ଏହି କାର୍ଯ୍ୟ ପାଇଁ ଆଇସିସି କ୍ଷମା ପ୍ରାର୍ଥନା ମଧ୍ୟ କରିଛି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଜିମ୍ବାଓ୍ବେର ଦୁଇ ମ୍ୟାଚ ବିଶିଷ୍ଟ ସିରିଜ ପରେ ଆଇସିସି ଏହାର ଟେଷ୍ଟ ଟିମ୍‌ ର଼୍ୟାଙ୍କିଙ୍ଗ ତାଲିକାରେ ଅପ୍‌ଡେଟ୍‌ କରିଥିଲା। ଦିଲ୍ଲୀରେ ଶୁକ୍ରବାର ଆରମ୍ଭ ହେବାକୁ ଥିବା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଅଷ୍ଟ୍ରେଲିଆ ନମ୍ବର ଓ୍ବାନ ର଼୍ୟାଙ୍କିଙ୍ଗ ଦଳ ଭାବେ ଖେଳିବ। ଅଷ୍ଟ୍ରେଲିଆର ରେଟିଙ୍ଗ ପଏଣ୍ଟ ବର୍ତ୍ତମାନ ୧୨୬ ରହିଥିବା ବେଳେ ଭାରତର ୧୧୫ ରହିଛି। ଭାରତ ବର୍ତ୍ତମାନ ଆଇସିସି ଓ୍ବାଲର୍‌ଡ ଟେଷ୍ଟ ଚାମ୍ପିୟନଶିପ୍‌ ୨୦୨୧-୨୩ ଫାଇନାଲ ଦୌଡ଼ରେ ରହିଛି। ଏହି ମର୍ଯ୍ୟାଦାପୂର୍ଣ୍ଣ ଇଭେଣ୍ଟର ଫାଇନାଲ ପାଇଁ ଅଷ୍ଟ୍ରେଲିଆ ମଧ୍ୟ ଅନ୍ୟତମ ଦାବିଦାର ରହିଛି। ଓ୍ବାଲର୍‌ଡ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ଜୁନ୍‌ ୭ରୁ ୧୧ ଲଣ୍ଡନସ୍ଥିତ ଓଭାଲଠାରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri