ସାତପଡ଼ାରେ ପ୍ରତିଷ୍ଠା ହେବ ବରଫକଳ

ପୁରୀ ଅଫିସ,୨୮ା୧୨: ପୁରୀ ଉପକୂଳ ମତ୍ସ୍ୟ ଓ ଚିଙ୍ଗୁଡ଼ି ଚାଷ ସମ୍ପର୍କିତ ନିୟମ ଏବଂ କାର୍ଯ୍ୟକାରିତା ସଂକ୍ରାନ୍ତ କର୍ମଶାଳା ରବିବାର ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଆୟୋଜିତ ହୋଇଯାଇଛି। ଏଥିରେ ଜିଲାପାଳ ବଲୱନ୍ତ ସିଂ ଅଧ୍ୟକ୍ଷତା କରିଥିଲେ। ମାଛ ଉତ୍ପାଦନ ଓ ପ୍ୟାକେଜିଂ ଉପରେ ଗୁରୁତ୍ୱ ଦିଆଯିବା ସହ ମାଛ ସଂରକ୍ଷଣ ପାଇଁ ସାତପଡ଼ାରେ ବରଫକଳ ପ୍ରତିଷ୍ଠା ଲାଗି ଆବଶ୍ୟକ ପଦକ୍ଷେପ ନେବାକୁ ନିଷ୍ପତ୍ତି ହୋଇଛି। କର୍ମଶାଳାରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମା ମୁଖ୍ୟ ଅତିଥି ଭାବେ ଯୋଗଦେଇ ବରଫକଳ ପ୍ରତିଷ୍ଠା ଉପରେ ଗୁରୁତ୍ୱ ଦେଇଛନ୍ତି। ବ୍ରହ୍ମଗିରି ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର ବୈଷୟିକ ଜ୍ଞାନକୌଶଳ ପ୍ରୟୋଗ ଦ୍ୱାରା ଆୟ ବୃଦ୍ଧି ନିମନ୍ତେ ପରାମର୍ଶ ଦେଇଛନ୍ତି। ଜିଲାପାଳ କହିଛନ୍ତି, ଆଗାମୀ ଦିନରେ ପୁରୀ ଉପକୂଳରେ ମାଛ ଓ ଚିଙ୍ଗୁଡ଼ି ଚାଷକୁ ପ୍ରୋତ୍ସାହିତ କରାଯିବ। ଲିଜ୍‌ ନିମନ୍ତେ ଉପକୂଳ ମତ୍ସ୍ୟ ଓ ଚିଙ୍ଗୁଡ଼ି ଚାଷ କର୍ତ୍ତୃପକ୍ଷଙ୍କ ସହ ଯୋଗାଯୋଗ କରି ପଞ୍ଜୀକରଣ କରାଯିବ। ଲିଜ୍‌ ପଲିସି ୨୦୧୫ର ବିଭିନ୍ନ ପ୍ରାବଧାନ ଓ ଉପକୂଳ ସୂଚନା ବ୍ୟବସ୍ଥା ସମ୍ପର୍କରେ ଆଲୋଚନା କରାଯାଇଥିଲା। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଉପଜିଲାପାଳ ଭବତାରଣ ସାହୁ, ମତ୍ସ୍ୟ ବିଭାଗ ନିର୍ଦ୍ଦେଶକ ସ୍ମୃତିରଞ୍ଜନ ପ୍ରଧାନ, ଯୁଗ୍ମ ନିର୍ଦ୍ଦେଶକ ପବିତ୍ର ବେହେରା ଏବଂ ବିଭାଗୀୟ ଅଧିକାରୀ, ମତ୍ସ୍ୟଜୀବୀ ଓ ଅଣମତ୍ସ୍ୟଜୀବୀ ସଂଘର କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ବିଦ୍ୟୁତ ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ: ଗର୍ଭଣା ଗ୍ରାମରେ ଉତ୍ତେଜନା, ମିଳିବ ୪ ଲକ୍ଷ ଟଙ୍କାର ସହାୟତା

ଭେଡେନ, ୧୧।୭ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଗର୍ଭଣା ଗ୍ରାମରେ ଶନିବାର ଏକ ଦୁଃଖଦାୟକ ଘଟଣା ଘଟିଯାଇଛି। ବିଦ୍ୟୁତ ସଂସ୍ପର୍ଶରେ…

ସ୍କୁଲ କମିଟି ଅଧ୍ୟକ୍ଷ ଚୟନକୁ ନେଇ ବିବାଦ: ପହଞ୍ଚିଲା ପୋଲିସ, ତଦନ୍ତ କରିବେ ଅତିରିକ୍ତ ଶିକ୍ଷାଧିକାରୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କଳିଗାଁ କପିଳେଶ୍ୱର ହାଇସ୍କୁଲରେ ସ୍କୁଲ ପରିଚାଳନା କମିଟିର ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ଚୟନକୁ ନେଇ ତୀବ୍ର…

ରାଜଧାନୀରେ ବଦଳିଲା ଆନ୍ଦୋଳନର ରୂପ: “ଅଟୋ ଚିହ୍ନ” ଚର୍ଚ୍ଚା ଭିତରେ ସରକାରଙ୍କୁ ଘେରିଲେ ଭାଜପା କର୍ମୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା  ଆନନ୍ଦପୁରରୁ ଆରମ୍ଭ ହୋଇଥିବା “ବୈତରଣୀ ବଞ୍ଚାଅ ଆନ୍ଦୋଳନ” ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିବା ବେଳକୁ ଏହାର ରୂପ ରଙ୍ଗ ସମ୍ପୂର୍ଣ୍ଣ…

ଫର୍ଚ୍ୟୁନ୍‌ର ସବୁଠୁ ପ୍ରଭାବଶାଳୀ ମହିଳା ତାଲିକାର ୧ମ ସ୍ଥାନରେ ନୀତା ଅମ୍ବାନୀ

ଫର୍ଚ୍ୟୁନ୍‌ ଇଣ୍ଡିଆ ଦ୍ୱାରା ଶୁକ୍ରବାର ଦିନ ମୁମ୍ବାଇସ୍ଥିତ ଫୋର୍‌ ସିଜନ୍ସ ହୋଟେଲଠାରେ ଏହାର ପ୍ରମୁଖ କାର୍ଯ୍ୟକ୍ରମ ‘ମୋଷ୍ଟ୍‌ ପାଓ୍ବାରଫୁଲ୍‌ ଓ୍ବିମେନ୍‌ (ଏମ୍‌ପିଡବ୍ଲ୍ୟୁ), ୨୦୨୬’ ଅନୁଷ୍ଠିତ ହୋଇଯାଇଛି ।…

ଗୁଣୁପୁର ସରକାରୀ ହାଇସ୍କୁଲ ପାଲଟିଛି ରଣକ୍ଷେତ୍ର: ବେଞ୍ଚ ବିବାଦ-ପ୍ରେମ ସମ୍ପର୍କକୁ ନେଇ ହଷ୍ଟେଲ ଓ ଡେ-ସ୍କଲାର ଛାତ୍ରଙ୍କ ମଧ୍ୟରେ…

ଥୁଆମୂଳ ରାମପୁର, ୧୧।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଗୁଣୁପୁର ଗ୍ରାମପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଘଟିଯାଇଛି।…

ପିଲାଙ୍କ କଳିକୁ ନେଇ ମହିଳାଙ୍କୁ ଟଣାଓଟରା କରି ମାରିଥିଲେ ମାଡ଼: ଅଭିଯୁକ୍ତ ଗିରଫ, ଜାମିନ ନାମଞ୍ଜୁର ପରେ…

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲିବନ୍ଧ ଗ୍ରାମରେ ଜଣେ ମହିଳାଙ୍କୁ ଅସଦାଚରଣ ଓ ଆକ୍ରମଣ କରିବା…

ଭାଜପା ନେତାଙ୍କୁ ଟିକେଟ ନ ମିଳିବାରୁ ୧୨ ଘଣ୍ଟା ରାଜପଥ ବନ୍ଦ

ଭୋପାଳ,୧୧ା୭: ମଧ୍ୟପ୍ରଦେଶର ଡାଟିଆ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଭାଜପା ପକ୍ଷରୁ ଶୁକ୍ରବାର ଆଶୁତୋଷ ତିଓ୍ବାରୀଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri