ଏପ୍ରିଲ ୨୫ରୁ ଆଇସିଏସ୍‌ଇ, ଆଇଏସ୍‌ସି ପରୀକ୍ଷା

ଭୁବନେଶ୍ୱର, ୫।୩(ବ୍ୟୁରୋ): କାଉନ୍‌ସିଲ ଫର୍‌ ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ (ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ (ଦଶମ) ଓ ଆଇଏସ୍‌ସି (ଦ୍ୱାଦଶ) ସେମିଷ୍ଟର-୨ ପରୀକ୍ଷା ଏପ୍ରିଲ ୨୫ରୁ ଆରମ୍ଭ ହେବ। ଦଶମ ପରୀକ୍ଷା ୨୫ରୁ ଆରମ୍ଭ ହୋଇ ମେ’ ୨୩ ରେ ସରିବ। ପୂର୍ବାହ୍ନ ୧୧ଟାରୁ ପରୀକ୍ଷା ଆରମ୍ଭ ହେବ ଓ ଏହାର ଅବଧି ଦେଢ଼ଘଣ୍ଟା ଧାର୍ଯ୍ୟ କରାଯାଇଛି। ତେବେ ପ୍ରଥମ ଦିନ ଇଂଲିଶ ପରୀକ୍ଷା ରହିଛି। ପରୀକ୍ଷା ଆରମ୍ଭର ୧୦ ମିନିଟ୍‌ ପୂର୍ବରୁ ଅର୍ଥାତ୍‌ ୧୦ଟା ୫୦ରେ ପ୍ରଶ୍ନପତ୍ର ପ୍ରଦାନ କରାଯିବ। ସେହିପରି ଦ୍ୱାଦଶ ପରୀକ୍ଷା ଏପ୍ରିଲ ୨୫ରୁ ଆରମ୍ଭ ହୋଇ ଜୁନ ୬ ପର୍ଯ୍ୟନ୍ତ ଚାଲିବ। ଏହି ପରୀକ୍ଷା ଅପରାହ୍ନ ୨ଟାରୁ ଆରମ୍ଭ ହେବାକୁ ଥିବାବେଳେ ୧ଟା ୫୦ରେ ପ୍ରଶ୍ନପତ୍ର ପ୍ରଦାନ କରାଯିବ। ପ୍ରଶ୍ନପତ୍ର ପଢ଼ିବାକୁ ପରୀକ୍ଷାର୍ଥୀଙ୍କୁ ୧୦ ମିନିଟ୍‌ ସମୟ ଦିଆଯିବ। ଏହି ପରୀକ୍ଷା ଅବଧି ମଧ୍ୟ ଦେଢ଼ ଘଣ୍ଟା ଧାର୍ଯ୍ୟ କରାଯାଇଛି। ଏନେଇ ସିଆଇଏସ୍‌ସିଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପରୀକ୍ଷା ସମ୍ପର୍କିତ ସମସ୍ତ ସୂଚନା ଓ କାର୍ଯ୍ୟସୂଚୀ ସିଆଇଏସ୍‌ସିଇର ଓ୍ବେବ୍‌ସାଇଟ୍‌ cisce.orgରେ ଉପଲବ୍ଧ ରହିଛି। ଛାତ୍ରୀଛାତ୍ରମାନେ ଏହି ଓ୍ବେବ୍‌ସାଇଟ୍‌କୁ ଯାଇ ଆବଶ୍ୟକ ସୂଚନା ପାଇବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ବାର୍‌ରେ ବନ୍ଧୁକଧାରୀଙ୍କ ଗୁଳିମାଡ଼

ଜୋହାନ୍ସବର୍ଗ,୨୧ା୧୨: ଦକ୍ଷିଣ ଆଫ୍ରିକାର ଏକ ବାର୍‌ରେ ଗୁଳିକାଣ୍ଡ ଘଟି ୯ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ୧୦ ଜଣ ଆହତ ହୋଇଛନ୍ତି। ଜୋହାନ୍ସବର୍ଗଠାରୁ ପଶ୍ଚିମରେ...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୧ା୧୨: ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri