ଏପ୍ରିଲ ୨୫ରୁ ଆଇସିଏସ୍‌ଇ, ଆଇଏସ୍‌ସି ପରୀକ୍ଷା

ଭୁବନେଶ୍ୱର, ୫।୩(ବ୍ୟୁରୋ): କାଉନ୍‌ସିଲ ଫର୍‌ ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ (ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ (ଦଶମ) ଓ ଆଇଏସ୍‌ସି (ଦ୍ୱାଦଶ) ସେମିଷ୍ଟର-୨ ପରୀକ୍ଷା ଏପ୍ରିଲ ୨୫ରୁ ଆରମ୍ଭ ହେବ। ଦଶମ ପରୀକ୍ଷା ୨୫ରୁ ଆରମ୍ଭ ହୋଇ ମେ’ ୨୩ ରେ ସରିବ। ପୂର୍ବାହ୍ନ ୧୧ଟାରୁ ପରୀକ୍ଷା ଆରମ୍ଭ ହେବ ଓ ଏହାର ଅବଧି ଦେଢ଼ଘଣ୍ଟା ଧାର୍ଯ୍ୟ କରାଯାଇଛି। ତେବେ ପ୍ରଥମ ଦିନ ଇଂଲିଶ ପରୀକ୍ଷା ରହିଛି। ପରୀକ୍ଷା ଆରମ୍ଭର ୧୦ ମିନିଟ୍‌ ପୂର୍ବରୁ ଅର୍ଥାତ୍‌ ୧୦ଟା ୫୦ରେ ପ୍ରଶ୍ନପତ୍ର ପ୍ରଦାନ କରାଯିବ। ସେହିପରି ଦ୍ୱାଦଶ ପରୀକ୍ଷା ଏପ୍ରିଲ ୨୫ରୁ ଆରମ୍ଭ ହୋଇ ଜୁନ ୬ ପର୍ଯ୍ୟନ୍ତ ଚାଲିବ। ଏହି ପରୀକ୍ଷା ଅପରାହ୍ନ ୨ଟାରୁ ଆରମ୍ଭ ହେବାକୁ ଥିବାବେଳେ ୧ଟା ୫୦ରେ ପ୍ରଶ୍ନପତ୍ର ପ୍ରଦାନ କରାଯିବ। ପ୍ରଶ୍ନପତ୍ର ପଢ଼ିବାକୁ ପରୀକ୍ଷାର୍ଥୀଙ୍କୁ ୧୦ ମିନିଟ୍‌ ସମୟ ଦିଆଯିବ। ଏହି ପରୀକ୍ଷା ଅବଧି ମଧ୍ୟ ଦେଢ଼ ଘଣ୍ଟା ଧାର୍ଯ୍ୟ କରାଯାଇଛି। ଏନେଇ ସିଆଇଏସ୍‌ସିଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପରୀକ୍ଷା ସମ୍ପର୍କିତ ସମସ୍ତ ସୂଚନା ଓ କାର୍ଯ୍ୟସୂଚୀ ସିଆଇଏସ୍‌ସିଇର ଓ୍ବେବ୍‌ସାଇଟ୍‌ cisce.orgରେ ଉପଲବ୍ଧ ରହିଛି। ଛାତ୍ରୀଛାତ୍ରମାନେ ଏହି ଓ୍ବେବ୍‌ସାଇଟ୍‌କୁ ଯାଇ ଆବଶ୍ୟକ ସୂଚନା ପାଇବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ-ଡିଜେଲର ମୂଲ୍ୟ ବୃଦ୍ଧିକୁ ନେଇ ବର୍ଷିଲେ ରାହୁଲ, ସରକାର ଚୁପଚାପ୍ ପକେଟ…..

ନୂଆଦିଲ୍ଲୀ,୨୫।୫: ସୋମବାର ଦିନ ପୁଣିଥରେ ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପାଇଛି। ମାତ୍ର ୧୦ ଦିନ ମଧ୍ୟରେ ଏହା ଚତୁର୍ଥ ଥର ପାଇଁ ସରକାର…

ତାପମାତ୍ରା ୪୦ ଡିଗ୍ରୀ: ମିଳୁନି ପିଇବା ପାଣି, ଗରା, ବାଲଟି ଓ ଡେକଚି ଧରି…

ପାଟଣା, ୨୫।୫ (ବୀର କିଶୋର ଦାଶ): କେନ୍ଦୁଝର ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ସେଲସିଅସ୍‌କୁ ଛୁଇଁଥିବା ବେଳେ ପାଟଣା ବ୍ଲକ୍ ଅନ୍ତର୍ଗତ ଡୁମୁରିଆ ପଞ୍ଚାୟତର ବଣମହୁଳଡିହା ପାତୁଳୁ…

ସୌମ୍ୟ ମୃତ୍ୟୁ: ବିବାଦୀୟ ADGଙ୍କ ବଦଳି, ମା ଆଣିଥିଲେ ସାଂଘାତିକ…

ଭୁବନେଶ୍ୱର,୨୨।୫: ବରିଷ୍ଠ ଆଇପିଏସ୍ ଅଧିକାରୀ ଦୟାଲ ଗଙ୍ଗୱାରଙ୍କ ବଦଳି କରାଯାଇଛି। ତାଙ୍କୁ ADGP (କମ୍ୟୁନିକେସନ) ପଦରୁ ହଟାଯାଇ ଗୃହ ବିଭାଗରେ OSD (ଅଫିସର ଅନ୍ ସ୍ପେସିଆଲ୍ ଡ୍ୟୁଟି)…

ପୂର୍ବତନ କ୍ରିକେଟର ଆକାଶ ଚୋପ୍ରାଙ୍କ ବଡ଼ ଦାବି: ବଦଳିବେ ଏହି ୪ଦଳର ଅଧିନାୟକ

ନୂଆଦିଲ୍ଲୀ,୨୫।୫: ପୂର୍ବତନ କ୍ରିକେଟର ଆକାଶ ଚୋପ୍ରା ଏକ ବଡ଼ ଦାବି କରିଛନ୍ତି। ସେ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ’X’ରେ ଏକ ଭିଡିଓ ସେୟାର କରି IPLର…

ଦୁର୍ଘଟଣାକୁ ଡାକୁଛି ବେପରୁଆ ‘ୟୁ-ଟର୍ନ’

କାଏମା,୨୫ା୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ରେଲୱେ ଓଭରବ୍ରିଜ ନିକଟରେ ଥିବା କଟ ପଏଣ୍ଟରେ ଗାଡ଼ିଗୁଡ଼ିକ ନେଉଥିବା ବେପରୁଆ ‘ୟୁ-ଟର୍ନ’…

୧୫୦ ହଜିଥିବା ମୋବାଇଲ୍  ହିତାଧିକାରୀଙ୍କୁ ହସ୍ତାନ୍ତର: ୧୬ ମାସ ପୂର୍ବରୁ ହଜିଯାଇଥିବା ଆଇଫୋନ୍‌ ଫେରିପାଇଲେ…

ଭଞ୍ଜନଗର, ୨୫।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ପୋଲିସ ଚଳିତ ବର୍ଷ ଚୋରି ଓ ହଜିଯାଇଥିବା ମୋବାଇଲ୍ ଫୋନ୍‌ ମଧ୍ୟରୁ ମୋଟ ୧୫୦ଟି ଫୋନ୍ ଜବତ…

ଝଗଡ଼ା ପରେ ସୀମା ପାର୍ କଲେ କୋହଲିଙ୍କ ଫ୍ୟାନ୍ସ, ଟ୍ରାଭିସ୍ ହେଡଙ୍କ ପତ୍ନୀଙ୍କୁ ଗାଳିଗୁଲଜ

ନୂଆଦିଲ୍ଲୀ,୨୫ା୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ୍ ହେଡ୍ ମୁହାଁମୁହିଁ ହୋଇଥିଲେ । ଫଳସ୍ୱରୂପ,…

ଟ୍ବିଶା ଶର୍ମା ମାମଲାର ସୁପ୍ରିମକୋର୍ଟରେ ଶୁଣାଣି, CJI କହିଲେ ଆମେ ଦୁଃଖିତ ଯେ…

ନୂଆଦିଲ୍ଲୀ,୨୫।୫: ସୋମବାର (୨୫ ମଇ, ୨୦୨୬) ଭୋପାଳରେ ଟ୍ବିଶା ଶର୍ମା ମାମଲାର ଶୁଣାଣି ସମୟରେ, ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ (CJI) ମତ ଦେଇଥିଲେ ଯେ ମୃତକଙ୍କ ଶାଶୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri