ଧାରଣାରେ ବସିଲେ ଗୋଷ୍ଠୀ ସମ୍ବଳ ଶିକ୍ଷୟିତ୍ରୀ

ବନ୍ତ,୧୦।୫(ଡି.ଏନ.ଏ.) କାର୍ଯ୍ୟାନୁଷ୍ଠାନରେ ବିଳମ୍ବ ହେବା ନେଇ ଭଦ୍ରକ ଜିଲା ବନ୍ତ ଗୋଷ୍ଠୀ ସମ୍ବଳ ଶିକ୍ଷୟିତ୍ରୀ ଟୁନାବାଳା ଦାଶ ସୋମବାର ବିଇଓ ଅଫିସ ଆଗରେ ଧାରଣାରେ ବସିଥିଲେ। ସକାଳ ୮ରୁ ଅପରାହ୍ନ ଗୋଟାଏ ପର୍ଯ୍ୟନ୍ତ ସେ ଧାରଣାରେ ବସିଥିବା ବେଳେ କୌଣସି ଅଧିକାରୀ ଧାରଣାସ୍ଥଳକୁ ଆସି ନ ଥିବା ଜଣାଯାଇଛି। ସମ୍ବଳ ଶିକ୍ଷୟିତ୍ରୀ ଦାଶଙ୍କ କହିବା ଅନୁଯାୟୀ, ସେ ଗତବର୍ଷ ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ ଅଭିଭାବକମାନଙ୍କୁ ନେଇ ପୃଥକ୍‌ ଭାବେ ୫ଟି କାର୍ଯ୍ୟକ୍ରମ କରିଥିଲେ। ଏହାର ବିଲ୍‌ କରାଇବାକୁ ବିଇଓ ଲାଞ୍ଚ ମାଗିଥିବା ସେ ଶିକ୍ଷାଧିକାରୀଙ୍କ ନିକଟରେ ଅଭିଯୋଗ କରିବା ପରେ ଆପୋଷ ସମାଧାନ ହୋଇଥିଲା। ପରେ ସମ୍ବଳ ଶିକ୍ଷୟିତ୍ରୀ କର୍ତ୍ତବ୍ୟରେ ଅନିୟମିତତା କରିଥିବା ନେଇ ବିଇଓ ତାଙ୍କୁ କାରଣ ଦର୍ଶାଅ ନୋଟିସ ପଠାଇଥିଲେ। ଏହି ନୋଟିସ ଭିତ୍ତିହୀନ ଏବଂ ଉଦ୍ଦେଶ୍ୟମୂଳକ ବୋଲି ସେ ଗତ ମାର୍ଚ୍ଚ ୨୨ରେ ଜିଲାପାଳଙ୍କଠାରେ ଅଭିଯୋଗ କରିଥିଲେ। ୭ ଦିନ ମଧ୍ୟରେ ତଦନ୍ତ କରି ରିପୋର୍ଟ ଦେବାକୁ ଜିଲାପାଳ ଜିଲା ଶିକ୍ଷାଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ମାତ୍ର ତଦନ୍ତରେ ବିଳମ୍ବ ହେବାରୁ ସେ ଏପ୍ରିଲ ୧୬ରେ ପୁଣି ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ। ଶେଷରେ ଚଳିତ ମାସ ୨ ତାରିଖରେ ବିଇଓ ଅଫିସ ଆଗରେ ଧାରଣାରେ ବସିବା ନେଇ ସେ ଜିଲା ଓ ବ୍ଲକ ପ୍ରଶାସନକୁ ଅବଗତ କରାଇଥିଲେ। ଏ ସମ୍ପର୍କରେ ବ୍ଲକ ଶିକ୍ଷାଧିକାରୀ ଅଧିର କୁମାର ତରେଇ କହିଛନ୍ତି, ତାଙ୍କ ଅଭିଯୋଗ ଉଚ୍ଚସ୍ତରକୁ ଯାଇଥିବା ବେଳେ ଜିଲାପାଳଙ୍କ ନିର୍ଦ୍ଦେଶରେ ତଦନ୍ତ ସରିଛି। ତଦନ୍ତ ରିପୋର୍ଟ ଅନୁସାରେ ଜିଲା ପ୍ରଶାସନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri