ଜିଲାପାଳଙ୍କ ପ୍ରତିଶ୍ରୁତି ପରେ ହଟିଲା ଧାରଣା

କେସିଙ୍ଗା,୫ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସଚେତନ ନାଗରିକ ମଞ୍ଚ ପକ୍ଷରୁ ୧୦ଦଫା ଦାବି ନେଇ ଗତ ମାସ ୧୮ ତାରିଖରୁ ସଭାପତି ଉତ୍ତର କୁମାର ମହଲାଙ୍କ ନେତୃତ୍ୱରେ ଗଣଧାରଣା ଆରମ୍ଭ ହୋଇଥିଲା। ଜିଲାପାଳ ସଚିନ ପାୱାର ଘଟଣାସ୍ଥଳରେ ପହଞ୍ଚି ନାଗରିକ ମଞ୍ଚ ସଭାପତିଙ୍କ ସହ ଆଲୋଚନା ପରେ ଶନିବାରଠାରୁ ଧାରଣା ପ୍ରତ୍ୟାହୃତ ହୋଇଛି। ଆନ୍ଦୋଳନ ଚାଲିଥିବା ସମୟରେ କେସିଙ୍ଗା ବିଡିଓ ଜନ୍ମେଜୟ ସ୍ବାଇଁ, ତହସିଲଦାର ପ୍ରଶାନ୍ତି ପ୍ରଧାନ, ଭବାନୀପାଟଣା ଉପଜିଲାପାଳ ପ୍ରଭାତ ପରିଡ଼ା ଧାରଣାସ୍ଥଳକୁ ଆସି ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରିଥିଲେ। ହେଲେ ଏହା ବିଫଳ ହୋଇଥିଲା। ଶେଷରେ ଜିଲାପାଳ ସଚିନ ପାୱାର ଧାରଣାସ୍ଥଳକୁ ଯାଇ ଆଲୋଚନାକରି ଜିଲା ପ୍ରଶାସନ ତରଫରୁ ଦାବିଗୁଡ଼ିକ ନେଇ ରାଜ୍ୟ ସରକାରଙ୍କୁ ରିପୋର୍ଟ କରାଯାଇଛି। ଏହାସହ ଗଣଧାରଣା ପ୍ରତ୍ୟାହାର କରିବା ପାଇଁ ଜିଲାପାଳ ଅନୁରୋଧ କରିଥିଲେ। ଜିଲାପାଳଙ୍କ ଅନୁରୋଧ ରକ୍ଷାକରି ଧାରଣାରୁ ଓହରିଯିବା ପାଇଁ ସଚେତନ ନାଗରିକ ମଞ୍ଚ ସଭାପତି ମହଲା ଘୋଷଣା କରିଥିଲେ। ଏହି ଧାରଣାରେ ଏନ୍‌ଏସି ନିର୍ବାହୀ ଅଧିକାରୀ ଚିନ୍ମୟ ଆଚାର୍ଯ୍ୟ, ସ୍ଥାନୀୟ ଆଦର୍ଶ ଥାନା ଆଇଆଇସି ପ୍ରଦ୍ୟୁମ୍ନ କୁମାର ମହାପାତ୍ର ଓ ଅନ୍ୟ କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri