Posted inରାଜ୍ୟ

ଭଙ୍ଗା ମୋବାଇଲରୁ ମିଳିଲା ମୃତ ଯୁବତୀଙ୍କ ପରିଚୟ

ସମ୍ବଲପୁର,୫ା୧(ବ୍ୟୁରୋ): ୩ ଦିନ ପରେ ସମ୍ବଲପୁର ବୁର୍ଲା ପିସି ବ୍ରିଜ ତଳୁ ମିଳିଥିବା ମୃତ ଯୁବତୀଙ୍କ ପରିଚୟ ପାଇଛି ପୋଲିସ। ଯୁବତୀ ଜଣକ ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ ଗଣ୍ଡପାଲି ଗ୍ରାମର ରିଙ୍କି ସାହୁ(୨୧)। ପୋଲିସ ତାଙ୍କ ବାପାଙ୍କଠାରୁ ଏକ ସୁଇସାଇଡ୍‌ ନୋଟ୍‌ ଜବତ କରିଛି। ଏଥିରେ ଦର୍ଶାଯାଇଛି, ‘ମନରେ ମାନସିକ ଚାପ ରହିଛି। ତେଣୁ ଦୂରକୁ ଚାଲିଯାଉଛି। ମୁଁ ଯାହା କରିବାକୁ ଯାଉଛି ବହୁତ ଦୁଃଖ ଲାଗୁଛି। ଏପରି ମୁଁ କେଉଁ ପିଲାଙ୍କ ସାଥିରେ ଯାଉଛି, ତାହା କେବେ ଭାବିବ ନାହିଁ। ବାପା ମୁଁ ଦୁଃଖିତ। ଘରେ ସମସ୍ତେ ଭଲରେ ରହିବ, ମୋ ଚିନ୍ତା କରିବ ନାହିଁ। ମୁଁ ମୋ ପରିବାରକୁ ସବୁବେଳେ ମନେ ପକାଇବି। ବୁର୍ଲା ପୋଲିସ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଜାନୁୟାରୀ ୩ରେ ମହାନଦୀ ପିସି ବ୍ରିଜ ତଳୁ ଜଣେ ଯୁବତୀଙ୍କ ମୃତଦେହ ଜବତ ହୋଇଥିଲା। ହେଲେ ପରିଚୟ ମିଳିପାରି ନ ଥିଲା। ପୋଲିସ ଏକ ଅପମୃତ୍ୟୁ ମାମଲା(ନଂ.୧୯/୨୧) ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲା। ୪ ତାରିଖରେ ପୋଲିସ ମୃତଦେହ ପଡିବା ସ୍ଥାନ କିଛି ଦୂରରୁ ଏକ ଭଙ୍ଗା ମୋବାଇଲ ଫୋନ ପାଇଥିଲା। ଏହାକୁ ଆଧାର କରି ପୋଲିସ ଯୁବତୀଙ୍କ ପରିଚୟ ଖୋଜିବାରେ ଲାଗିଥିଲା। ପୋଲିସ ତଦନ୍ତ ପରେ ଘଟଣା ସଂକ୍ରାନ୍ତରେ ପରିବାର ଲୋକଙ୍କୁ ସୂଚନା ଦେଇଥିଲା। ପରିବାର ଲୋକେ ପହଞ୍ଚି ମୃତଦେହ ଚିହ୍ନଟ କରିଥିଲେ। ପୋଲିସ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଅନ୍ୟପକ୍ଷରେ ପୋଲିସ ଯୁବତୀଙ୍କ ବାପାଙ୍କୁ ପଚରାଉଚୁରା କରିଥିଲା। ଝିଅ ଘରୁ ଆସିବା ପୂର୍ବରୁ ଶୋଇବାଘର ତକିଆ ତଳେ ଏକ ଚିଠି ଛାଡି ଆସିଥିଲା। ଏନେଇ ପରିବାର ଲୋକେ ତାକୁ ଖୋଜାଖୋଜି କରିଥିଲେ। ହେଲେ କୌଣସି ପତ୍ତା ମିଳି ନ ଥିଲା ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri