ଆଖଣ୍ଡଳମଣି ମନ୍ଦିରରେ ବୁଡ଼ିଗଲା ବିଗ୍ରହ

ଆରଡି, ୨୭ା୮(ଡି.ଏନ.ଏ.)-ଲଘୁଚାପ ଜନିତ ଲଗାଣ ବର୍ଷାରେ ଭଦ୍ରକ ଜିଲାର ବାବା ଆଖଣ୍ଡଳମଣିଙ୍କ ମନ୍ଦିର ଗର୍ଭଗୃହରେ ବର୍ଷାଜଳ ଲହଡ଼ି ଭାଙ୍ଗୁଛି। ବୁଧବାର ସକାଳୁ ପହୁଡ଼ ଖୋଲାଯିବା ପରେ ପାଳିଆ ସେବକ ଓ ଅନ୍ୟ ସେବାୟତ ମାନେ ବାବା ଆଖଣ୍ଡଳମଣିଙ୍କ ବିଗ୍ରହ ବୁଡିଯିବା ଦେଖିବାକୁ ପାଇଥିଲେ। ନିୟମାନୁସାରେ ବିଗ୍ରହ ପାଣିରେ ବୁଡ଼ି ରହିଲେ ମନ୍ଦିରରେ ନୀତିକାନ୍ତି ହୋଇ ପାରିବ ନାହିଁ। ତେଣୁ ମନ୍ଦିର ପ୍ରଶାସନ ପକ୍ଷରୁ ପମ୍ପ୍‌ସେଟ ଯୋଗେ ଗର୍ଭଗୃହରୁ ବର୍ଷାଜଳ ନିଷ୍କାସନ କରାଯାଇଥିଲା। ୨୦୧୮ ମସିହାରେ ରାଜ୍ୟ ପ୍ରତ୍ନତତ୍ତ୍ୱ ବିଭାଗ ପକ୍ଷରୁ କାମ ହାତକୁ ନିଆଯାଇ ଏହାର ମରାମତି କାର୍ଯ୍ୟ କରାଯାଇଥିଲା। ଏହି କାମକୁ ୩ ବର୍ଷ ନଯାଉଣୁ ପୁଣି ଗର୍ଭଗୃହରେ ପାଣି ଜମିବାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଏପରି ସ୍ଥିତିରେ ଗର୍ଭଗୃହ ପଥର ଚଟାଣକୁ ପୁନଃ ମରାମତି କରିବାକୁ ସେବାୟତମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri